Posted inଜାତୀୟ

କେସିଆର-ନୀତୀଶ ଭେଟ,ଦୁଇ ଦିବାସ୍ବପ୍ନ ଦେଖୁଥିବା ନେତାଙ୍କ ସାକ୍ଷାତ ବୋଲି ସୁଶୀଲ ମୋଦିଙ୍କ କଟାକ୍ଷ…

ପାଟନା, ୩୧।୮ : ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଗୁରୁବାର ବିହାରର ରାଜଧାନୀ ପାଟନା ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କୁ ସ୍ବାଗତ କରିଛନ୍ତି। ଦୁଇ ମୁଖ୍ୟମନ୍ତ୍ରୀଙ୍କ ଭେଟ ନେଇ ଭାଜପା ନେତା ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦୀ କଟାକ୍ଷ କରି କହିଛନ୍ତି ଯେ, ଏହା ହେଉଛି ଦୁଇ ଦିବାସ୍ବପ୍ନ ଦେଖୁଥିବା ନେତାଙ୍କ ସାକ୍ଷାତ।

ଉଭୟ ନେତା ନିଜ ନିଜ ରାଜ୍ୟରେ ସମର୍ଥନ ଆଧାର ହରାଉଛନ୍ତି ଏବଂ ପ୍ରଧାନମନ୍ତ୍ରୀ ହେବାକୁ ଦିନରେ ବି ସ୍ବପ୍ନ ଦେଖୁଛନ୍ତି। ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହ କଥାବାର୍ତ୍ତା କରି ସେ ପ୍ରକାଶ କରିଛନ୍ତି ଏହି ଦୁଇ ନେତାଙ୍କର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାମ୍ନାରେ କୌଣସି ସ୍ଥିତି ହିଁ ନାହିଁ। ସେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତକୁ ବିରୋଧୀ ଏକତାର ସର୍ବଶେଷ କମେଡି ଶୋ ବୋଲି କହିଛନ୍ତି।

ନିକଟରେ ନୀତୀଶ କୁମାର ନ୍ୟାଶନାଲ ଡେମୋକ୍ରାଟିକ ଆଲାଇନ୍ସରୁ ବିଦାୟ ନେଇ ଭାଜପାରୁ ବିଚ୍ଛିନ୍ନ ହୋଇ ପରେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି), କଂଗ୍ରେସ ଏବଂ ବାମ ଦଳ ସହ ହାତ ମିଳାଇ ରାଜ୍ୟରେ ମହାମେଣ୍ଟ ସରକାର ଗଠନ କରିଥିଲେ। ଏହି ରାଜନୈତିକ ଓଲଟପାଲଟକୁ ଭାଜପା ଜନସାଧାରଣଙ୍କ ପ୍ରତି ବିଶ୍ୱାସଘାତକତା ଏବଂ ଜନାଦେଶକୁ ଅପମାନ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri