Posted inଜାତୀୟ

କେସିଆର-ନୀତୀଶ ଭେଟ,ଦୁଇ ଦିବାସ୍ବପ୍ନ ଦେଖୁଥିବା ନେତାଙ୍କ ସାକ୍ଷାତ ବୋଲି ସୁଶୀଲ ମୋଦିଙ୍କ କଟାକ୍ଷ…

ପାଟନା, ୩୧।୮ : ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଗୁରୁବାର ବିହାରର ରାଜଧାନୀ ପାଟନା ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କୁ ସ୍ବାଗତ କରିଛନ୍ତି। ଦୁଇ ମୁଖ୍ୟମନ୍ତ୍ରୀଙ୍କ ଭେଟ ନେଇ ଭାଜପା ନେତା ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦୀ କଟାକ୍ଷ କରି କହିଛନ୍ତି ଯେ, ଏହା ହେଉଛି ଦୁଇ ଦିବାସ୍ବପ୍ନ ଦେଖୁଥିବା ନେତାଙ୍କ ସାକ୍ଷାତ।

ଉଭୟ ନେତା ନିଜ ନିଜ ରାଜ୍ୟରେ ସମର୍ଥନ ଆଧାର ହରାଉଛନ୍ତି ଏବଂ ପ୍ରଧାନମନ୍ତ୍ରୀ ହେବାକୁ ଦିନରେ ବି ସ୍ବପ୍ନ ଦେଖୁଛନ୍ତି। ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହ କଥାବାର୍ତ୍ତା କରି ସେ ପ୍ରକାଶ କରିଛନ୍ତି ଏହି ଦୁଇ ନେତାଙ୍କର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାମ୍ନାରେ କୌଣସି ସ୍ଥିତି ହିଁ ନାହିଁ। ସେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତକୁ ବିରୋଧୀ ଏକତାର ସର୍ବଶେଷ କମେଡି ଶୋ ବୋଲି କହିଛନ୍ତି।

ନିକଟରେ ନୀତୀଶ କୁମାର ନ୍ୟାଶନାଲ ଡେମୋକ୍ରାଟିକ ଆଲାଇନ୍ସରୁ ବିଦାୟ ନେଇ ଭାଜପାରୁ ବିଚ୍ଛିନ୍ନ ହୋଇ ପରେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି), କଂଗ୍ରେସ ଏବଂ ବାମ ଦଳ ସହ ହାତ ମିଳାଇ ରାଜ୍ୟରେ ମହାମେଣ୍ଟ ସରକାର ଗଠନ କରିଥିଲେ। ଏହି ରାଜନୈତିକ ଓଲଟପାଲଟକୁ ଭାଜପା ଜନସାଧାରଣଙ୍କ ପ୍ରତି ବିଶ୍ୱାସଘାତକତା ଏବଂ ଜନାଦେଶକୁ ଅପମାନ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri