Posted inଜାତୀୟ

ଏନଡିଏରେ ଯୋଗଦେବାକୁ ଚାହୁଁଥିଲେ କେସିଆର, ଆମେ ମନା କଲୁ: ମୋଦି…

ହାଇଦ୍ରାବାଦ,୩।୧୦ : ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତେଲଙ୍ଗାନା ବିଧାନସଭା ନିର୍ବାଚନ ୨୦୨୩ ପାଇଁ ଏକ ରାଲି କରିଛନ୍ତି। ହାଇଦ୍ରାବାଦରେ ଅନୁଷ୍ଠିତ ରାଲିରେ ପ୍ରଧାନମନ୍ତ୍ରୀ କହିଛନ୍ତି ତେଲଙ୍ଗାନାକୁ ଗୁଜରାଟର ପୁଅ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ସ୍ବାଧୀନତା ପ୍ରଦାନ କରିଥିଲେ। ବର୍ତ୍ତମାନ ଦ୍ୱିତୀୟ ଗୁଜରାଟୀ ପୁଅ ବିକାଶ ପାଇଁ ଆସିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ସିଏମ କେ ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ବିଷୟରେ ଏକ ଦାବି କରିଛନ୍ତି। କେସିଆର ଏକ ସମୟରେ ଭାଜପା ନେତୃତ୍ୱାଧୀନ ସହଯୋଗୀ ଏନଡିଏରେ ଯୋଗଦେବାକୁ ଚାହୁଁଥିଲୋ। କିନ୍ତୁ ପ୍ରଧାନମନ୍ତ୍ରୀ ନିଜେ ଏହାକୁ ପ୍ରତ୍ୟାଖ୍ୟାନ କରିଥିବା ପ୍ରକାଶ କରିଛନ୍ତି।

ଯେତେବେଳେ ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେଶନ ନିର୍ବାଚନ ଅନୁଷ୍ଠିତ ହୋଇଥିଲା, ସେତେବେଳେ ଭାଜପା ୪୮ ଟି ଆସନ ଜିତି ଆସିଥିଲା। କେସିଆରଙ୍କ ସମର୍ଥନର ଆବଶ୍ୟକତା ଥିଲା। ପୂର୍ବରୁ ସେ ବହୁତ ସମ୍ମାନ କରୁଥିଲେ। ବିମାନ ବନ୍ଦରକୁ ଫୁଲ ମାଳ ଧରି ଆସୁଥିଲେ। ମାତ୍ର ଏବେ ଅସନ୍ତୁଷ୍ଟ ହୋଇ ଯାଇଛନ୍ତି। ସେ ମତେ ଭେଟିବା ପାଇଁ ଦିଲ୍ଲୀ ଆସିଥିଲେ, ଶାଲ ପ୍ରଦାନ କରି ବହୁତ ପ୍ରେମ ଦେଖାଇଥିଲେ। ମାତ୍ର ପ୍ରେମ ଦେଖାଇବା ତାଙ୍କ ଚରିତ୍ରରେ ନାହିଁ।

ସେ ଏନଡିଏରେ ଅନ୍ତର୍ଭୁକ୍ତ ହେବାକୁ କହିଥିଲେ। ମୁଁ କହିଥିଲି ତୁମର କାର୍ଯ୍ୟ ଏପରି, ମୋଦି ତୁମ ସହିତ ଯୋଗ ଦେଇ ପାରିବେ ନାହିଁ। ଆମେ ବିରୋଧୀ ଦଳରେ ବସିପାରିବୁ, କିନ୍ତୁ ତେଲଙ୍ଗାନାବାସୀଙ୍କୁ ବିଶ୍ୱାସଘାତକତା କରିବୁ ନାହିଁ। କେସିଆର କହିଥିଲେ ସେ ବର୍ତ୍ତମାନ ବୃଦ୍ଧ ହୋଇଯାଇଛନ୍ତି। ବର୍ତ୍ତମାନ ଯଦି ପୁଅ କେଟିଆର ଆପଣଙ୍କ ପାଖକୁ ଆସନ୍ତି ତେବେ ତାଙ୍କୁ ଆଶୀର୍ବାଦ କରିବେ। ମୁଁ କହିଲି ଏହା ହେଉଛି ଗଣତନ୍ତ୍ର। କିପରି ନିଜ ପୁଅକୁ ସିଂହାସନ ଦେଇ ପାରିବେ? ଏହା ସହ ମୁଁ ଏନଡିରେ ତାଙ୍କର ଯୋଗଦେବାକୁ ରୋକଠୋକ ମନା କରିଥିଲି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri