Posted inଜାତୀୟ

କୃଷକ ଆନ୍ଦୋଳନର ନେତୃତ୍ୱ ନେବେ କେସିଆର୍‌

ହାଇଦ୍ରାବାଦ, ୨୯ା୮: କେନ୍ଦ୍ର ସରକାରଙ୍କ କୃଷିମାରଣ ନୀତି ବିରୋଧରେ ପୁଣି ଏକ ଜାତୀୟ ଆନ୍ଦୋଳନ ମୁଣ୍ଡ ଟେକୁଛି। କୃଷି କ୍ଷେତ୍ରକୁ ସୁରକ୍ଷିତ ରଖିବା ପାଇଁ ପ୍ରତି ଗ୍ରାମରୁ ଚାଷୀମାନେ ଏହି ଆନ୍ଦୋଳନରେ ସାମିଲ ହେବେ। ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର୍‌)ଙ୍କୁ କୃଷକ ଆନ୍ଦୋଳନର ନେତୃତ୍ୱ ନେବା ପାଇଁ ଅନୁରୋଧ କରାଯିବ। ହାଇଦ୍ରାବାଦରେ ରବିବାର ଅନୁଷ୍ଠିତ ନ୍ୟାଶନାଲ ଫାର୍ମର୍ସ ୟୁନିୟନ ବୈଠକରେ ଏହି ସମ୍ପର୍କିତ ସଂକଳ୍ପନାମା ଗୃହୀତ ହୋଇଛି।
ମୁଖ୍ୟମନ୍ତ୍ରୀଙ୍କ ଅଫିସ୍‌ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି, ଜାତୀୟ ସ୍ତରର କୃଷକ ନେତାମାନେ କେସିଆର୍‌ଙ୍କ ନେତୃତ୍ୱରେ ନିଜ ଆତ୍ମସମ୍ମାନ ରକ୍ଷା ପାଇଁ ଏକତ୍ରିତ ହେବେ। ଉଭୟ କୃଷକ ଆନ୍ଦୋଳନ ଓ ସଂସଦୀୟ ଉପାୟରେ ଚାଷୀଙ୍କ ଦୁର୍ଦ୍ଦଶା ଓ କୃଷି ସଙ୍କଟ ଦୂର ହୋଇପାରିବ। ଲକ୍ଷ୍ୟ ହାସଲ ପାଇଁ ତେଲଙ୍ଗାନା ରାଜ୍ୟ ପ୍ରତିଷ୍ଠା ବେଳର ଆନ୍ଦୋଳନକୁ ଆପଣାଇବା ଆବଶ୍ୟକ ବୋଲି କେସିଆର୍‌ କହିଛନ୍ତି। ଏହି ଅବସରରେ ସେ କୃଷକମାନଙ୍କୁ ରାଜନୀତିରେ ସାମିଲ ହୋଇ ନିଜ ସମସ୍ୟା ସମାଧାନ ଲାଗି ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ(ପ୍ରଗତି ଭବନ)ରେ ରବିବାର ଦ୍ୱିତୀୟ ଥର ପାଇଁ ନ୍ୟାଶନାଲ ଫାର୍ମର୍ସ ଆସୋସିଏଶନ ନେତାମାନେ କେସିଆର୍‌ଙ୍କ ଅଧ୍ୟକ୍ଷତାରେ ବୈଠକ କରିଥିଲେ। ଆନ୍ଦୋଳନର ଭବିଷ୍ୟତ କାର୍ଯ୍ୟପନ୍ଥା ଓ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବା ଲାଗି ଏଥିରେ କେସିଆର୍‌ଙ୍କୁ ଅନୁରୋଧ କରାଯାଇଥିଲା। ପ୍ରକାଶ ଯେ, ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ତେଲଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ମୁଖ୍ୟ ଚନ୍ଦ୍ରଶେଖର ରାଓ ବିରୋଧୀ ଦଳଗୁଡ଼ିକୁ ଏକାଠି କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକଳ୍ପ ରୂପେ ନିଜକୁ ଉପସ୍ଥାପନ କରିବା ଲାଗି ଉଦ୍ୟମ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri