Posted inଜାତୀୟ

ତେଲଙ୍ଗାନା ବିଧାନସଭା ନିର୍ବାଚନ ପାଇଁ କେସିଆରଙ୍କ ପ୍ରାର୍ଥୀ ତାଲିକା ପରାଜୟର ଏକ ନିଶ୍ଚିତ ପଦ୍ଧତି: ପ୍ରକାଶ ଜାଭଡେକର…

ହାଇଦ୍ରାବାଦ,୨୨।୮ : ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ମଙ୍ଗଳବାର କହିଛନ୍ତି ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବିଆରଏସ ସୁପ୍ରିମୋ ତଥା ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଘୋଷଣା କରିଥିବା ପ୍ରାର୍ଥୀଙ୍କ ତାଲିକା ଏକ ପରାଜୟର ନିଶ୍ଚିତ ପଦ୍ଧତି।

ବିଆରଏସ ଶାସନ ଏବଂ ବିଧାୟକମାନଙ୍କ ଦ୍ୱାରା ରାଜ୍ୟରେ ହୋଇଥିବା ଲୁଣ୍ଠନ ନେଇ ଭୋଟରମାନେ ସରକାରଙ୍କୁୁ ଏକ ଶିକ୍ଷା ଦେବେ। ଘୋଷିତ ତାଲିକା ରାଜ୍ୟ ସହିତ ପୌରପରିଷଦ ନିର୍ବାଚନକୁ ମଧ୍ୟ ପ୍ରଭାବିତ କରିବ।

ତେଲଙ୍ଗାନାରେ ଭାଜପାର ନିର୍ବାଚନ ଦାୟିତ୍ୱରେ ଥିବା ଜାଭଡେକର କହିଛନ୍ତି ସରକାର ଯେପରି ଲୁଟ କରିଛନ୍ତି ଏବଂ ସ୍ଥାନୀୟ ବିଧାୟକମାନେ ନିଜକୁ ଧନୀ କରିଛନ୍ତି ତାହାର ଜବାବ ନିଶ୍ଚିତ ମିଳିବ।

ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ମୋଟ ୧୧୯ ଟି ଆସନ ଲାଗି ୧୧୫ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରି କେସିଆର ସୋମବାର ବିରୋଧୀ କଂଗ୍ରେସ ଏବଂ ଭାଜପାଠାରୁ ଆଗୁଆ ରହିଛନ୍ତି। ସେ ନିଜେ ଗଜୱେଲ ଏବଂ କାମାରେଡି ଦୁଇଟି ସିଟରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଅନେକ ଜିଲାରୁ ଅନୁରୋଧ ଆସିଥିବାରୁ ସେ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ନିଷ୍ପତ୍ତି ନେଇଥିବା କହିଥିଲେ।

ତେବେ ଆସନ୍ତା କିଛି ମାସ ମଧ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ନିର୍ବାଚନ ଆୟୋଗ ଘୋଷଣା କରି ନାହାଁନ୍ତି। ମାତ୍ର ବହୁ ପୂର୍ବରୁ କେସିଆର ପ୍ରାର୍ଥୀ ତାଲିକା କାହିଁକି ଘୋଷଣା କରିଛନ୍ତି ସେ ନେଇ ରାଜନୈତିକ ସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ…

‘ତାଙ୍କୁ PM କର’, ଜ୍ଞାନେଶ କୁମାରଙ୍କୁ ପଦ୍ମ ଭୂଷଣ ଦେବା ବୟାନରେ କଟାକ୍ଷ କଲେ ପୱନ ଖେରା

ନୂଆଦିଲ୍ଲୀ,୨୬।୯: ନିର୍ବାଚନ ଆୟୋଗଙ୍କୁ ନେଇ ଚାଲିଥିବା ରାଜନୈତିକ ବିତର୍କ ମଧ୍ୟରେ, କଂଗ୍ରେସ ନେତା ପୱନ ଖେରା ପଶ୍ଚିମବଙ୍ଗ ଭାଜପା ସଭାପତି ସମିକ ଭଟ୍ଟାଚାର୍ଯ୍ୟଙ୍କ ଏକ ମନ୍ତବ୍ୟକୁ ନେଇ…

ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ

କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ…

ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ ପରେ ପ୍ରଶ୍ନ ଉଠାଇଲେ CJP ମୁଖ୍ୟ ଦୀପକେ, କହିଲେ, ‘ଏପର୍ଯ୍ୟନ୍ତ ଏହା କାହିଁକି କରାଯାଇନଥିଲା?’

ନୂଆଦିଲ୍ଲୀ,୨୬।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ପୁଣିଥରେ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର (୨୬ ସେପ୍ଟେମ୍ବର) ସେ ସୋସିଆଲ ମିଡିଆରେ ଏକ…

ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ

କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?