କେଦାରନାଥ ଥିଲେ ପ୍ରତିଭାଦୀପ୍ତ ପ୍ରଜ୍ଞାପୁରୁଷ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ଐତିହାସିକ କେଦାରନାଥ ମହାପାତ୍ରଙ୍କ ୧୧୦ତମ ଜୟନ୍ତୀ ସମାରୋହ କେଦାରନାଥ ଗବେଷଣା ପ୍ରତିଷ୍ଠାନ ସଭାଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସଭାପତି ରଘୁନାଥ ମିଶ୍ର ଅଧ୍ୟକ୍ଷତା କରିଥିଲେ। ସଭାପତି ମିଶ୍ର କହିଥିଲେ, କେଦାରନାଥ ଥିଲେ ପୋଥି, ପଥର ଓ ପ୍ରତ୍ନତତ୍ତ୍ୱରେ ପ୍ରତିଭାଦୀପ୍ତ ପ୍ରଜ୍ଞାପୁରୁଷ। ପୋଥିନାଥ ଭାବେ ସେ ପରିଚିତ ଥିବା ଏହି ଅନନ୍ୟ ବ୍ୟକ୍ତିତ୍ୱଙ୍କ ଅବଦାନ ଓଡ଼ିଆ କାଳ୍ପନିକ କାବ୍ୟ ସମ୍ପାଦନା, ପ୍ରାଚୀନ ମନ୍ଦିର ଖନନ ଓ ଇତିହାସ ରଚନାରେ ସ୍ମରଣୀୟ ହୋଇ ରହିବ ବୋଲି ଆଲୋଚନା କରାଯାଥିଲା।

ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଉତ୍କଳ ସସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ତଥା ବିଶିଷ୍ଟ ଐତିହାସିକ ପ୍ରଫେସର ବ୍ୟୋମକେଶ ତ୍ରିପାଠୀ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପ୍ରଧ୍ୟାପିକା ଡ.ସଙ୍ଘମିତ୍ରା ଭଞ୍ଜ, ମୁଖ୍ୟବକ୍ତା ପ୍ରତ୍ନତାତ୍ତ୍ୱିକ ସଂରକ୍ଷଣବିଦ୍‌ ତଥା କେଦାରନାଥଙ୍କ ପୁତ୍ର ନିର୍ମଳ କୁମାର ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ବିଭିନ୍ନ ବ୍ୟକ୍ତିଙ୍କୁ ସମ୍ମାନିତ କରାଯାଇଥିଲା। ସେମାନେ ହେଲେ ଶାନ୍ତନୁ କୁମାର ରଥ, କୃଷ୍ଣଚନ୍ଦ୍ର ମିଶ୍ର, ଶ୍ରୀମତି ନମିତା ଦାଶ, ଡ. ତାପସ ରଞ୍ଜନ ଷଢ଼ଙ୍ଗୀ, ରାଜକୁମାର ବେହେରା ଓ ସୁପ୍ରିୟା ପଣ୍ଡା। ଉତ୍ସବ ଆରମ୍ଭରେ ସମ୍ପାଦକ ରମେଶ ଚନ୍ଦ୍ର ପାଣି ସ୍ବାଗତ ଭାଷଣ ଦେଇଥିବା ବେଳେ ଯୁଗ୍ମ ସମ୍ପାଦକ ଡକ୍ଟର ଦେବାଶିଷ ମହାପାତ୍ର ଅତିଥି ପରିଚୟ ଓ ଡ.ଜେନାମଣି ସଞ୍ଜୀବ କୁମାର ପ୍ରମୁଖ ଅଭିଭାଷଣ ଦେଇଥିଲେ। ଅନ୍ୟତମ ଯୁଗ୍ମ ସମ୍ପାଦକ ଡ.ରମେଶଚନ୍ଦ୍ର ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri