Posted inରାଜ୍ୟ

‘ବିଏସ୍‌କେୱାଇ ଜାଲିଆତି ଉପରେ କଡ଼ା ନଜର ରଖ’

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ର କାର୍ଯ୍ୟନ୍ବୟନ ନାମରେ କୌଣସି ପ୍ରକାର ଜାଲିଆତି ବା ଠକାମିର ସମ୍ଭାବନା ଉପରେ କଡ଼ା ନଜର ରଖିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶାସନ ସଚିବ ଶାଳିନୀ ପଣ୍ଡିତ ଉଭୟ ରାଜ୍ୟ ଓ ଜିଲାସ୍ତରରେ କାର୍ଯ୍ୟରତ ବିଏସ୍‌କେୱାଇ ଟିମ୍‌ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଠକାମି ବିରୋଧରେ କ୍ଲିନିକାଲ୍‌ ଏଷ୍ଟାବ୍ଲିସମେଣ୍ଟ୍‌ ଆଇନ ଏବଂ ବିଏସ୍‌କେୱାଇ ପ୍ରବର୍ତ୍ତନ ବ୍ୟବସ୍ଥା ଅନୁସାରେ ଏପରି ଠକଙ୍କ ବିରୋଧରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ସେ କହିଛନ୍ତି। ରାଜ୍ୟବାସୀଙ୍କୁ ସାର୍ବଜନୀନ ଗୁଣାତ୍ମକ ଚିକିତ୍ସା ଯୋଗାଇବା ପାଇଁ ରାଜ୍ୟ ସରକାର ବଦ୍ଧପରିକର। ଏଥିପାଇଁ ଉପଯୁକ୍ତ ଆର୍ଥିକ ଓ ପ୍ରଶାସନ ବ୍ୟବସ୍ଥା ସହ ବିଏସ୍‌କେୱାଇ ଯୋଜନା ଚାଲୁରହିଛି। ଲୋକଙ୍କ ସ୍ବାସ୍ଥ୍ୟ ସେବା ପାଇଁ କରାଯାଇଥିବା ସୁବିଧାର ଅପବ୍ୟବହାର ବା ବିଏସ୍‌କେୱାଇ ନାମରେ ଠକେଇକୁ କୌଣସି ସ୍ଥିତିରେ ବରଦାସ୍ତ କରାଯିବ ନାହିଁ। କାର୍ଡ ସମ୍ପର୍କରେ କୌଣସି ସନ୍ଦେହ ବା ପ୍ରଶ୍ନ ଥିଲେ ସିଧାସଳଖ ଟୋଲ-ଫ୍ରି ନମ୍ବର ବା ଜିଲା ସଂଯୋଜକଙ୍କ ସହ ଯୋଗାଯୋଗ କରିବାକୁ ଶାଳିନୀ ପଣ୍ଡିତ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି। କାର୍ଡ ସମ୍ବନ୍ଧିତ କୌଣସି ସନ୍ଦେହ ବିଷୟ ୧୫୫୩୬୯ ଟୋଲ-ଫ୍ରି ନମ୍ବରକୁ ସିଧାସଳଖ ଜଣାଇଲେ ତାହାର ଠିକ ସମାଧାନ ହେବ। ଲୋକେ ଦେୟମୁକ୍ତ ଚିକିତ୍ସା ପାଇଁ ପସନ୍ଦ ଅନୁସାରେ ତାଲିକାଭୁକ୍ତ ହସ୍ପିଟାଲକୁ ଯିବା ପୂର୍ବରୁ ମଧ୍ୟ ୧୦୪ ନମ୍ବର ମାଧ୍ୟମରେ ପ୍ରାକ୍‌-ଯୋଗାଯୋଗ କରି ବୁଝିପାରିବେ। ଜରୁରୀ ସ୍ଥିତିରେ ସିଧାସଳଖ ହସ୍ପିଟାଲରେ ପହଞ୍ଚତ୍ ସ୍ବାସ୍ଥ୍ୟମିତ୍ରଙ୍କ ସହାୟତା ନେଇପାରିବେ। ବିଏସ୍‌କେୱାଇ ବାବଦରେ ନିଜର ଅଭିଯୋଗ ବା ପ୍ରଶ୍ନ ୧୪୫୪୫କୁ ଜଣାଇପାରିବେ।
ଏହାଛଡ଼ା ଟୁଇଟର ଆକାଉଣ୍ଟ @bskyodisha ବା ଫେସ୍‌ବୁକ୍‌ ଆକାଉଣ୍ଟ bskyodisha ମାଧ୍ୟମରେ ବି କାର୍ଡଧାରୀମାନେ ନିଜର ଅଭିଯୋଗ ଓ ମତାମତ ଜଣାଇପାରିବେ। ଏହିସବୁ ନାଗରିକ-କୈନ୍ଦ୍ରିକ ଯୋଗାଯୋଗ ପଏଣ୍ଟ ବିଷୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ପାଇଁ ଶାସନ ସଚିବ ବିଏସ୍‌କେୱାଇ ଟିମ୍‌କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri