ଜେଲ ଫେରନ୍ତା ଅପରାଧୀଙ୍କ ଉପରେ ତୀକ୍ଷ୍‌ଣ ନଜର ରଖ

ବ୍ରହ୍ମପୁର ଅଫିସ,୨୦ା୧୨: ବ୍ରହ୍ମପୁର ଏସ୍‌ପି ଡ. ଶ୍ରବଣା ବିବେକ ଏମ୍‌ଙ୍କ ଅଧ୍ୟକ୍ଷତାରେ ସୋମବାର ଏକ ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ବୈଠକରେ ଏସ୍‌ପି କହିଛନ୍ତି, ଆଗକୁ ବଡ଼ଦିନ ପର୍ବ, ଜିରୋ ନାଇଟ୍‌ ସେଲିବ୍ରେଶନ, ନୂଆବର୍ଷ ଆସୁଥିବା ବେଳେ ଆସନ୍ତା ୨୪ରୁ ୨୮ ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଶାନ୍ତିଶୃଙ୍ଖଳାର ସହ ଉକ୍ତ ମହୋତ୍ସବଗୁଡ଼ିକ କିପରି ପାଳନ ହୋଇପାରିବ ସେ ନେଇ ଏକ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତ କରିବାକୁ ଏସ୍‌ପି କହିଛନ୍ତି। ସେହିପରି ବ୍ରହ୍ମପୁର ପୋଲିସ ଜିଲାରେ ସମସ୍ତ ପ୍ରକାର ଆପରାଧିକ କାର୍ଯ୍ୟକଳାପକୁ ଦମନ କରିବାକୁ ସମସ୍ତ ଅଧିକାରୀ ସ୍ବତନ୍ତ୍ର ଦୃଷ୍ଟିଦେବାକୁ ସେ ପରାମର୍ଶ ଦେଇଥିଲେ। ସଦାସର୍ବଦା ପେସାଦାର ଅପରାଧୀ ଓ ଜେଲ ଫେରନ୍ତା ଅପରାଧୀଙ୍କ ଉପରେ ତୀକ୍ଷ୍‌ଣ ନଜର ରଖିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ହତ୍ୟା ଓ ଅନ୍ୟାନ୍ୟ ସଙ୍ଗିନ ମାମଲାରେ ସଜା କାଟି ଜେଲରୁ ମୁକୁଳିଥିବା ଅପରାଧୀ, ମଦ କାରବାର, ଦାଦାବଟି ମାଗୁଥିବା ଅପରାଧୀଙ୍କ ଗତିବିଧି ଉପରେ ନଜର ରଖିବାକୁ ଏସ୍‌ପି ସମସ୍ତ ଥାନାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଅନେକ ଥାନାରେ ବହୁଦିନ ଧରି ବିଭିନ୍ନ ଆଳରେ ପଡ଼ି ରହିଥିବା ମାମଲାଗୁଡ଼ିକର ତୁରନ୍ତ ଫଇସଲା କରିବା ନିମନ୍ତେ କହିଛନ୍ତି। ଥାନା ଅଞ୍ଚଳରେ ବିଶେଷକରି ରାତ୍ରି ପାଟ୍ରୋଲିଂ କଡ଼ାକଡ଼ି କରିବା ସହ ବିଭିନ୍ନ ବେଆଇନ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ଅପରାଧୀମାନଙ୍କୁ ଗିରଫ କରିବାକୁ ବୈଠକରେ ଅଧିକାରୀଙ୍କୁ ଏସ୍‌ପି ନିର୍ଦ୍ଦେଶ ଦେଇଛନ୍ତି। ଦିନକୁ ଦିନ ସାଇବର ଅପରାଧ ବଢ଼ୁଥିବାରୁ ସାଇବର ଅପରାଧୀଙ୍କୁ କିଭଳି ଭାବେ ଟ୍ରାକ୍‌ କରାଯାଇପାରିବ ସେ ଦିଗରେ ଅଧିକରୁ ଅଧିକ ଦୃଷ୍ଟିଦେବାକୁ ସେ ପୋଲିସ ଅଧିକାରୀମାନଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri