‘ଧାନ ବିକ୍ରି ଉପରେ ନଜର ରଖ’

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜ୍ୟର ସୀମାବର୍ତ୍ତୀ ଜିଲାଗୁଡ଼ିକରେ ଖରିଫ ଧାନ ସଂଗ୍ରହ ନଭେମ୍ବର ଦ୍ବିତୀୟ ସପ୍ତାହରୁ ଆରମ୍ଭ ହୋଇଛି। ଅସାଧୁ ବ୍ୟବସାୟୀଙ୍କ ମାଧ୍ୟମରେ ଚାଷୀ ପଡ଼ୋଶୀ ଛତିଶଗଡ଼ରୁ ଧାନ ଆଣି ଜିଲାର ଧାନସଂଗ୍ରହ କେନ୍ଦ୍ରରେ ଯେପରି ବିକ୍ରି କରି ନ ପାରିବେ ସେଥିଲାଗି ଯାଞ୍ଚ ବ୍ୟବସ୍ଥା କଡ଼ାକଡ଼ି କରିବାକୁ ସୋମବାର ଚିଠିଦ୍ୱାରା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଚଳିତ ଖରିଫ ଧାନ ସଂଗ୍ରହ ସମୟରେ ଧାନ ବେପାରୀ ସୀମାବର୍ତ୍ତୀ ଛତିଶଗଡ଼ରୁ ଧାନ କିଣି ଜିଲାର ସଂଗ୍ରହ କେନ୍ଦ୍ରରେ ସର୍ବନିମ୍ନ ସହାୟକ ମୂଲ୍ୟରେ ବିକ୍ରି କରିବାର ସମ୍ଭାବନା ରହିଛି। ତେଣୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ବରଗଡ଼, ସମ୍ବଲପୁର, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ନବରଙ୍ଗପୁର ଜିଲାର ଜିଲାପାଳଙ୍କୁ ପତ୍ର ଲେଖି ବେନିୟମ ଧାନ ବିକ୍ରି ରୋକିବାକୁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରିବା ପାଇଁ କୁହାଯାଇଛି। ଖରିଫ୍‌ ଧାନ ସଂଗ୍ରହ କେବଳ ନାମ ପଞ୍ଜୀକରଣ କରିଥିବା ଚାଷୀଙ୍କଠାରୁ ଆଗୁଆ ଟୋକନ ଦେବା ପାଇଁ କୁହାଯାଇଛି। ପଡ଼ୋଶୀ ରାଜ୍ୟରୁ ବେଆଇନ ଧାନ ଯେପରି ଜିଲାର ସଂଗ୍ରହ କେନ୍ଦ୍ର ମଧ୍ୟକୁ ପ୍ରବେଶ ନ କରିପାରିବ ସେଥିପ୍ରତି ଦୃଷ୍ଟି ଦେବା ସହିତ ପ୍ରତିକାରମୂଳକ ବ୍ୟବସ୍ଥା ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିଲାଗି ଜିଲାସ୍ତରରେ ଏବଂ ସବ୍‌ଡିଭିଜନ୍‌ସ୍ତରରେ ସ୍କ୍ବାଡ୍‌ ଗଠନ କରି ଧାନ ଚାଲାଣ ଯାଞ୍ଚ କରିବା ପାଇଁ କୁହାଯାଇଛି। ଏଥି ସହିତ ଅସାଧୁ ଧାନ ବେପାରୀ ଓ ମିଲରଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ/ନବରଙ୍ଗପୁର, ୩୧।୭(ସନ୍ତୋଷ ସତପଥୀ/ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

Odisha Floods: ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri