ନବୀନଙ୍କ ଉପରେ ନଜର

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଆସନ୍ତା ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ବୁଧବାର ବିଭିନ୍ନ ରାଜ୍ୟର ରିଟର୍ନିଂ ଅଫିସରମାନେ ବିଜ୍ଞପ୍ତି ପ୍ରକାଶ କରିବେ। ଜୁନ୍‌ ୨୯ରେ ରାଷ୍ଟ୍ରପତି ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯିବ। ୩୦ରେ ଯାଞ୍ଚ ଓ ଜୁଲାଇ ୨ରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରାଯିବ। ଆବଶ୍ୟକ ହେଲେ ଜୁଲାଇ ୧୮ରେ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। କେଉଁ ରାଜ୍ୟର କେଉଁଠି ଭୋଟ ଗ୍ରହଣ ହେବ ସେନେଇ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ରାଷ୍ଟ୍ରପତି ନିର୍ବାଚନକୁ ନେଇ ବିରୋଧୀ ପ୍ରସ୍ତୁତ ହେଲେଣି। ତେବେ ବିରୋଧୀ କାହାକୁ ପ୍ରାର୍ଥୀ କରିବେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ବିରୋଧୀ ଦଳଗୁଡ଼ିକର ବୈଠକ ଡାକିଛନ୍ତି। ବୈଠକ ପରେ ବିରୋଧୀଙ୍କ ପକ୍ଷରୁ ପ୍ରାର୍ଥୀ ଚୟନ ପ୍ରକ୍ରିୟା ଆରମ୍ଭ ହେବ।
ଆସନ୍ତା ଜୁଲାଇ ୨୪ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଏହାପୂର୍ବରୁ ନୂଆ ରାଷ୍ଟ୍ରପତି ନିର୍ବାଚନ ଶେଷ ହେବ। ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀଙ୍କ ସପକ୍ଷରେ ସମର୍ଥନ ଯୋଗାଡ଼ କରିବାକୁ ଏବେ ଭାଜପା ଜାତୀୟ ନେତୃତ୍ୱ ଉଦ୍ୟମ ଆରମ୍ଭ କରିଛନ୍ତି। ରାଷ୍ଟ୍ରପତି ନିର୍ବାଚନ ପାଇଁ ମୋଟ୍‌ ଭୋଟ ସଂଖ୍ୟା ୧୦,୯୩,୩୪୭ ହୋଇଥିବା ବେଳେ ଏନ୍‌ଡିଏ ପାଖରେ ଏବେ ଏଥିରୁ ୪୮.୮ ପ୍ରତିଶତ ଭୋଟ୍‌ ରହିଛି। ଏନ୍‌ଡିଏ ପ୍ରାର୍ଥୀ ଜିତିବା ପାଇଁ ୫,୪୬,୬୭୫ ଖଣ୍ଡ ଭୋଟ ଆବଶ୍ୟକ। ତେବେ ଏନ୍‌ଡିଏ ପାଖରେ ପ୍ରାୟ ୧୩ ହଜାର ଭୋଟ (୧.୨%) ଅଭାବ ରହିଛି । ଏହି ଭୋଟ୍‌ ଯୋଗାଡ଼ କରିବା ଉଦ୍ଦେଶ୍ୟରେ ଭାଜପା ଏବେ ନିଜର ସହଯୋଗୀ ବିଜେଡି ଏବଂ ୱାଇଏସ୍‌ଆର କଂଗ୍ରେସ ଉପରେ ନିର୍ଭର କରୁଛି।
ତେବେ କେନ୍ଦ୍ରର ଭାଜପା ନେତୃତ୍ୱ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭରସା କରିଛନ୍ତି। ବିଜେଡି ପାଖରେ ଏବେ ୩ ପ୍ରତିଶତ ଭୋଟ ରହିଛି। ଯଦି ବିଜେଡି ସମର୍ଥନ ଦେବ ତେବେ ଏନ୍‌ଡିଏ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ପ୍ରାର୍ଥିୀ ଜିତିବା ଏକପ୍ରକାର ନିଶ୍ଚିତ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri