ରାଜ୍ୟ ସ୍ବାଭିମାନ ପାଇଁ ଲଢ଼େଇ ଜାରି ରଖ

ଭୁବନେଶ୍ୱର, ୬ା୩(ବ୍ୟୁରୋ): ବିଜୁବାବୁଙ୍କ ନୀତି, ଆଦର୍ଶ ଓ ଚିନ୍ତାଧାରା ଆଜି ଆମର ପ୍ରତିଟି ପଦକ୍ଷେପରେ ପ୍ରତିଫଳିତ ହେଉଛି। ତଥାପି ଆହୁରି ଅନେକ ପଥ ଅତିକ୍ରମ କରିବାକୁ ଅଛି। ବିଜୁବାବୁଙ୍କ ଜୟନ୍ତୀରେ ରାଜ୍ୟର ସାଢ଼େ ୪କୋଟି ଲୋକଙ୍କ ସେବା ପାଇଁ ପୁଣି ଥରେ ଶପଥ ନେବା ଓ ରାଜ୍ୟର ସ୍ବାଭିମାନ ପାଇଁ ଲଢ଼େଇ ଜାରି ରଖିବାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ନେତା ଓ କର୍ମୀଙ୍କୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆହ୍ବାନ ଦେଇଛନ୍ତି।
ଶୁକ୍ରବାର ବିଜେଡି ରାଜ୍ୟ କାର୍ଯ୍ୟାଳୟଠାରେ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଦଳୀୟ କର୍ମୀମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ଅତୀତ ଗୌରବକୁ ଫେରାଇ ଆଣିବା ଏବଂ ରାଜ୍ୟକୁ ବିକାଶର ଶିଖରରେ ପହଞ୍ଚାଇବା ଥିଲା ବିଜୁବାବୁଙ୍କ ଜୀବନର ଲକ୍ଷ୍ୟ। ସେବା ଓ ସ୍ବାଭିମାନ ଥିଲା ତାଙ୍କ ଆଦର୍ଶ। ଏହି ଆଦର୍ଶରେ ଦଳର ଲକ୍ଷ ଲକ୍ଷ କର୍ମୀ, ଭଉଣୀ ଓ ଭାଇମାନେ କାମକରି ଚାଲିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଜୁବାବୁଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଗାଁର କଚ୍ଚାଘରେ ରହୁଥିବା ପରିବାରର ଘର ପକ୍କା ଘରରେ ପରିଣତ ହୋଇସାରିଛି। ସେହି ଘରକୁ ପିଇବା ପାଣି ଆସୁଛି। ବିଜୁଳି ଆଲୁଅରେ ଘର ଉଜ୍ଜ୍ୱଳ ଦିଶୁଛି। ପରିବାର ଲୋକଙ୍କ ମୁହଁରେ ହସ ଫୁଟିଛି। ଏହା ହେଉଛି ଆମ ପାଇଁ ବଡ଼ ପୁରସ୍କାର। ବର୍ତ୍ତମାନ ମା’ଟିଏ ପଞ୍ଚାୟତ କାର୍ଯ୍ୟାଳୟରେ ବସି ଗାଁର ବିକାଶ କଥା ଚିନ୍ତା କରୁଛି। ମିଶନ ଶକ୍ତିର ମା’ମାନେ ଋଣ ଆଣି ପରିଶ୍ରମ କରି ଯେତେବେଳେ ବେପାର ବୃଦ୍ଧି କରି ସେମାନଙ୍କ ପରିବାର ଲାଗି ସମୃଦ୍ଧି ଆଣିପାରୁଛନ୍ତି ସେତେବେଳେ ବିକାଶର ଚିତ୍ର ସ୍ପଷ୍ଟ ହୋଇ ଦିଶୁଛି। ସରକାରୀ ସ୍କୁଲରେ ପାଠ ପଢୁଥିବା ପିଲା ପାଇଁ ଯେତେବେଳେ ସୁଯୋଗ ସୃଷ୍ଟି ହେଉଛି ସେତେବେଳେ ଯୁବ ସମାଜର ସ୍ବପ୍ନ ଦିଗନ୍ତପ୍ରସାରୀ ହେଉଛି। କ୍ରୀଡ଼ା କ୍ଷେତ୍ରରେ ନୂଆ ସୁଯୋଗ ଯୁବପ୍ରତିଭାର ବିକାଶ ପାଇଁ ରାସ୍ତା ଦେଖାଉଛି। ବିଜୁବାବୁଙ୍କ ଜୟନ୍ତୀ ଅବସରରେ ଆମେ ସମସ୍ତେ ମିଳିମିଶି ତାଙ୍କ ଆଦର୍ଶରେ ଓଡ଼ିଶାବାସୀଙ୍କ ସେବା ପାଇଁ ପୁଣିଥରେ ଶପଥ ନେବା ଏବଂ ଓଡ଼ିଶାର ସ୍ବାଭିମାନ ଲାଗି ଲଢ଼େଇ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ଦଳୀୟ କର୍ମୀଙ୍କୁ ଆହ୍ବାନ କରିଛନ୍ତି।
ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସଭାପତିତ୍ୱରେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ଦଳୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଏହି ଅବସରରେ ପ୍ରଣବ କହିଛନ୍ତି, ବିଜୁବାବୁ ଜଣେ ନିର୍ଭୀକ ନେତା ଥିଲେ। ଗୋଟିଏ ଭାଷାଭିତ୍ତିକ ରାଜ୍ୟ ଗଠନରେ ଯୁବକ ଓ ମହିଳାମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ପାରାଦୀପରେ ଏକ ବୃହତ୍‌ ବନ୍ଦର ସ୍ଥାପନ ପାଇଁ ଯେତେବେଳେ ବିଜୁବାବୁ ପଦକ୍ଷେପ ନେଲେ କେନ୍ଦ୍ରର ଟାଳଟୁଳ ନୀତି ଦେଖି ପଣ୍ଡିତ ଜବାହରଲାଲ ନେହେରୁଙ୍କ ଦ୍ୱାରା ଆଗ ଶୁଭଦେବା କାମ ଶେଷ କରିଦେଲେ। ଏହାପରେ ରାଜ୍ୟ ସରକାରଙ୍କ ପାଣ୍ଠିରୁ ନିର୍ମାଣ କାର୍ଯ୍ୟ ଆରମ୍ଭ କରି ଲଢୁଆ ମନୋବୃତ୍ତିର ପରିଚୟ ଦେଇଥିଲେ ବୋଲି ସେ କହିଛନ୍ତି। ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା କହିଛନ୍ତି, ଦୁଃସାହସୀ ବିଜୁବାବୁ କଟକରୁ ପେଶାଓ୍ବର ସାଇକେଲ ଯାତ୍ରା କରି ଓଡ଼ିଶାବାସୀଙ୍କୁ ସୁଦୃଢ଼ ହେବାର ବାର୍ତ୍ତା ଦେଇଥିଲେ। ଓଡ଼ିଶାକୁ କିପରି ଅର୍ଥନୈତିକ ସ୍ବାଧୀନତା ମିଳିବ ସେଥିପ୍ରତି ଧ୍ୟାନଦେବା ଜରୁରୀ। ଖଣିଜ ସମ୍ପଦରେ ଭରପୂର ଥିବା ରାଜ୍ୟ କେବେହେଲେ କେନ୍ଦ୍ର ନିକଟରେ ଭିକ୍ଷାଥାଳ ଧରି ଆଣ୍ଠୁମାଡ଼ି ବସିପାରିବ ନାହିଁ ବୋଲି ବିଜୁବାବୁ କହୁଥିଲେ। ଏହି ଅବସରରେ ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ସୁଶାନ୍ତ ରାଉତ, ଅନନ୍ତ ନାରାୟଣ ଜେନା, ଦେବୀ ମିଶ୍ର, ସ୍ନେହାଙ୍ଗିନୀ ଛୁରିଆ, ବରିଷ୍ଠ ନେତା ପ୍ରସନ୍ନ ପାଟଶାଣି, ରବି ସାମଲ ପ୍ରମୁଖ ଯୋଗଦେଇ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ମତ ରଖିଥିଲେ। ପ୍ରତ୍ୟେକ ବର୍ଷ ଭଳି ଏବର୍ଷ ମଧ୍ୟ କ୍ୟାପିଟାଲ ହସ୍ପିଟାଲରେ ସୁଦାମ ସାହୁ ଏବଂ ସମରେନ୍ଦ୍ର ସ୍ବାଇଁଙ୍କ ନେତୃତ୍ୱରେ ବିଜେଡି କର୍ମୀମାନେ ମହିଳା ଓ ଶିଶୁ ବିଭାଗରେ ଫଳ ବଣ୍ଟନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri