ଇରାନବାସୀଙ୍କୁ ଟ୍ରମ୍ପ ଦେଲେ ମେସେଜ: “ଆନ୍ଦୋଳନ ଜାରି ରଖ, ଖୁବଶୀଘ୍ର ସାହାଯ୍ୟ ମିଳିବ”

ନୂଆଦିଲ୍ଲୀ,୧୩।୧: ଇରାନ ଉପରେ ଖୁବଶୀଘ୍ର ଆକ୍ରମଣ କରିପାରେ ଆମେରିକା। ମଙ୍ଗଳବାର ଏକ ପ୍ରକାର ଏହା ନିଶ୍ଚିତ ହୋଇଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଟ୍ରୁଥ୍ ସୋସିଆଲ୍’ରେ ଏକ ପୋଷ୍ଟ କରି ଏହା କହିଛନ୍ତି।

ଇରାନରେ ସରକାର ବିରୋଧୀ ଆନ୍ଦୋଳନ ତୀବ୍ର ହେଉଥିବା ବେଳେ ଟ୍ରମ୍ପ ଆନ୍ଦୋଳନକାରୀଙ୍କୁ ଖୋଲାଖୋଲି ସମର୍ଥନ କରିଛନ୍ତି। ଏକ ପୋଷ୍ଟ କରି ସେ ଇରାନବାସୀଙ୍କୁ ଆନ୍ଦୋଳନ ଜାରି ରଖିବା ସହ ସରକାରୀ ଅନୁଷ୍ଠାନଗୁଡ଼ିକୁ ନିଜ ଦଖଲକୁ ନେବାକୁ ଆହ୍ୱାନ ଦେଇଛନ୍ତି।

ଟ୍ରମ୍ପ ଲେଖିଛନ୍ତି, “ଇରାନର ଦେଶପ୍ରେମୀମାନେ, ଆନ୍ଦୋଳନ ଜାରି ରଖ – ନିଜର ସରକାରୀ ଅନୁଷ୍ଠାନଗୁଡ଼ିକୁ ଦଖଲ କର!!! ହତ୍ୟାକାରୀ ଓ ଅତ୍ୟାଚାରୀମାନଙ୍କ ନାମ ମନେ ରଖ, ସେମାନଙ୍କୁ ଏହାର ବଡ଼ ମୂଲ୍ୟ ଦେବାକୁ ପଡ଼ିବ। ଯେପର୍ଯ୍ୟନ୍ତ ନିରୀହ ଆନ୍ଦୋଳନକାରୀଙ୍କ ହତ୍ୟାକାଣ୍ଡ ବନ୍ଦ ହୋଇନାହିଁ, ମୁଁ ଇରାନୀୟ ଅଧିକାରୀଙ୍କ ସହ ସମସ୍ତ ବୈଠକ ବାତିଲ କରିଛି। ସାହାଯ୍ୟ ପହଞ୍ଚିବାକୁ ଯାଉଛି।”

ଟ୍ରମ୍ପ କହିଛନ୍ତି ଯେ “ସାହାଯ୍ୟ ପହଞ୍ଚିବାକୁ ଯାଉଛି”, କିନ୍ତୁ ଏହି ସାହାଯ୍ୟ କିଭଳି ହେବ (ସାମରିକ କିମ୍ବା ଆର୍ଥିକ), ସେ ନେଇ ସେ କୌଣସି ସ୍ପଷ୍ଟ ସୂଚନା ଦେଇନାହାନ୍ତି। ତେବେ ହ୍ୱାଇଟ୍ ହାଉସ୍ ପକ୍ଷରୁ ସଂକେତ ମିଳିଛି ଯେ ଇରାନ ବିରୋଧରେ ଆମେରିକା ପାଖରେ ସାମରିକ ଆକ୍ରମଣ ସମେତ ଅନେକ ବିକଳ୍ପ ରହିଛି।

ନିଜର ପ୍ରସିଦ୍ଧ ସ୍ଲୋଗାନ ‘MAGA’ (Make America Great Again) ଭଳି ଇରାନ ପାଇଁ ସେ ‘MIGA’ (Make Iran Great Again) ସ୍ଲୋଗାନ ଦେଇଛନ୍ତି, ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି।

ଇରାନରେ ଆର୍ଥିକ ସଙ୍କଟ ଓ ସରକାରୀ ଦମନ ଯୋଗୁଁ ପ୍ରାୟ ୨,୦୦୦ ଲୋକ ପ୍ରାଣ ହରାଇଥିବା ବେଳେ ୧୦,୦୦୦ରୁ ଅଧିକ ଲୋକଙ୍କୁ ଗିରଫ କରାଯାଇଛି। ଟ୍ରମ୍ପଙ୍କ ଏହି ବାର୍ତ୍ତା ପରେ ଇରାନ ସରକାର ଓ ଆମେରିକା ମଧ୍ୟରେ ତିକ୍ତତା ଆହୁରି ବଢ଼ିବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ ପ୍ରତିବାଦରେ ରାହୁଲ-ପ୍ରିୟଙ୍କା ଗାନ୍ଧୀଙ୍କ ପଦଯାତ୍ରା, ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ପହଞ୍ଚି…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିନିଧୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ମଧ୍ୟରେ ସୋମବାର ଏକ ସାକ୍ଷାତ ହୋଇଛି। ସୂତ୍ରରୁ ଜଣାପଡିଛି ଯେ…

ସ୍ତ୍ରୀ ଗୀତାଞ୍ଜଳିଙ୍କ ଅପିଲ୍‌ ପରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ସୋନମ ୱାଙ୍ଗଚୁକଙ୍କୁ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କୁ ସଫଦରଜଙ୍ଗ ହସ୍ପିଟାଲରୁ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯିବ। ତାଙ୍କ ପତ୍ନୀ ଗୀତାଞ୍ଜଳିଙ୍କ ଆବେଦନ କ୍ରମେ ୱାଙ୍ଗଚୁକଙ୍କୁ ଏକ ବେସରକାରୀ ହସ୍ପିଟାଲକୁ…

ରାଜନୀତିରେ ହଲଚଲ: କେବଳ ଧର୍ମେନ୍ଦ୍ର ପ୍ରଧାନ ନୁହଁନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ମାମଲାକୁ ନେଇ ଦେଶବ୍ୟାପୀ ଜାରି ରହିଥିବା ପ୍ରତିବାଦ ମଧ୍ୟରେ କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri