୧୦ ଦିନରେ ହସ୍ପିଟାଲ ପ୍ରସ୍ତୁତ ରଖ

ଭୁବନେଶ୍ୱର,୫।୧(ବ୍ୟୁରୋ): ଓମିକ୍ରନ୍‌ ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ରାଜ୍ୟରେ ମଧ୍ୟ ଏହି ସଂକ୍ରମିତଙ୍କ ସଂଖ୍ୟା ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସରକାରୀ ଏବଂ ବେସରକାରୀ ସମସ୍ତ କୋଭିଡ୍‌ ହସ୍ପିଟାଲଗୁଡ଼ିକୁ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦ୍ବିତୀୟ ଲହରର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତିକମ୍‌ରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତକରି ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲାପାଳମାନଙ୍କ ସହିତ କୋଭିଡ୍‌ ମୁକାବିଲା ସମ୍ପର୍କରେ ସମୀକ୍ଷା କରି ଜନସାଧାରଣଙ୍କ ଟିକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍‌ରେ କାମ କରିବାକୁ ପରାମର୍ଶ ଦେଇଥିଲେ। ବିଶେଷକରି ୧୫ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟିକାକରଣ ଉପରେ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଭୂତାଣୁ ସଂକ୍ରମଣକୁ କମ୍‌ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡ଼ିବ। ତେବେ ଏଥିରେ ଯେପରି ଜନସାଧାରଣଙ୍କ ଜୀବିକା ଉପରେ କୌଣସି ପ୍ରଭାବ ନ ପଡ଼େ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେଶରେ ଖୁବ୍‌ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ୍‌ ସଂକ୍ରମଣ ଦେଖାଦେଇପାରେ। ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡ୍‌ର ଉତ୍ତମ ପରିଚାଳନା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ ସପ୍ତାହ ସମୀକ୍ଷା ବୈଠକରେ କେତେକ ପ୍ରସ୍ତୁତିକୁ ଯୁଦ୍ଧକାଳୀନଭିତ୍ତିରେ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ହୋଇଥିଲା। ସେଗୁଡ଼ିକର କାର୍ଯ୍ୟାନ୍ବୟନ ପାଇଁ ମୁଖ୍ୟ ଶାସନ ସଚିବ ପ୍ରତିଦିନ ସମୀକ୍ଷା ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଗତ ଲହର ସମୟରେ ଅକ୍ସିଜେନ ପରିଚାଳନା, ସୂଚନା ଅଭିଯାନ, ଟ୍ରେନିଂ ମଡ୍ୟୁଲ ଆଦି ବ୍ୟବସ୍ଥା କରିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଥିଲା। ବର୍ତ୍ତମାନ ପୁଣି ଅଧିକାରୀମାନଙ୍କର ବିଭିନ୍ନ ମନିଟରିଂ ଗ୍ରୁପ୍‌ ଓ ଜିଲାସ୍ତରୀୟ ଅବଜରଭର ବ୍ୟବସ୍ଥାକୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଯେହେତୁ ଏହି ଲହରରେ ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାର ଆଶଙ୍କା ରହିଛି, ସବୁ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବାର ଆବଶ୍ୟକତା ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନେବା ପାଇଁ ସମସ୍ତ ସମ୍ପୃକ୍ତ ପଦାଧିକାରୀ ଓ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯିବ। ବରିଷ୍ଠ ଅଧିକାରୀମାନେ ଜିଲାକୁ ଗସ୍ତ କରି ଜିଲାସ୍ତରରେ ପରିସ୍ଥିତିର ସମୀକ୍ଷା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ବ୍ୟବସ୍ଥା କରିବେ ବୋଲି ସେ କହିଛନ୍ତି। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍‌.କେ. ଶର୍ମା ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ଏକ ଉପସ୍ଥାପନା ରଖିଥିଲେ। ସେ କହିଛନ୍ତି ଯେ ଓଡ଼ିଶାରେ ଓମିକ୍ରନ୍‌ର ସଂକ୍ରମଣ ସମ୍ପର୍କରେ ସତର୍କ ଦୃଷ୍ଟି ରଖାଯାଇଛି ଏବଂ ବିଦେଶାଗତ ଲୋକମାନଙ୍କର ନିୟମିତ ପରୀକ୍ଷା କରାଯାଉଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍‌ଶୀଘ୍ର ଚିକିତ୍ସା ପ୍ରୋଟୋକଲ ପ୍ରସ୍ତୁତ କରାଯିବ। ବିଭିନ୍ନ ଜିଲାଗୁଡ଼ିକରେ ଆବଶ୍ୟକ ପରିମାଣର ଔଷଧ, ଶଯ୍ୟା ଓ ଅକ୍ସିଜେନ ମହଜୁଦ ରହିଛି ବୋଲି ସେ କହିଛନ୍ତି।
ପୋଲିସ ଡିଜି ସୁନୀଲ ବଂଶଲ ରାଜ୍ୟରେ ଲୋକଙ୍କ ସହଯୋଗରେ କଟକଣାଗୁଡ଼ିକର ଅନୁପାଳନ କରାଯାଉଛି ଓ ଆଗାମୀ ଦିନରେ ଏହାକୁ ଆହୁରି ଜୋରଦାର କରାଯିବ ବୋଲି କହଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଲୋଚନାରେ ଅଂଶଗ୍ରହଣ କରି କୋଭିଡ୍‌ କଟକଣା ପାଳନ ସମୟରେ ଘର ଭିତର ଓ ବାହାରେ ଲୋକଙ୍କ ଭିଡ଼ ଉପରେ ନଜର ରଖିବା ପାଇଁ ମତ ଦେଇଛନ୍ତି। ଯେଉଁ ପଦକ୍ଷେପ ଦ୍ବାରା କୋଭିଡ୍‌ ସଂକ୍ରମଣର ନିୟନ୍ତ୍ରଣ ହୋଇପାରିବ, ତା’ ଉପରେ ଧ୍ୟାନ ଦେବାକୁ ସେ କହିଛନ୍ତି। ବୈଠକରେ ସୁନ୍ଦରଗଡ଼, ବଲାଙ୍ଗୀର, ଗଞ୍ଜାମ ଓ ବାଲେଶ୍ବର ଜିଲାପାଳ ଏବଂ ବିଏମ୍‌ସି ଓ ସିଏମ୍‌ସିର କମିଶନର ସେମାନଙ୍କ ଅଞ୍ଚଳରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଓ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଛନ୍ତି। ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri