୧୦ ଦିନରେ ହସ୍ପିଟାଲ ପ୍ରସ୍ତୁତ ରଖ

ଭୁବନେଶ୍ୱର,୫।୧(ବ୍ୟୁରୋ): ଓମିକ୍ରନ୍‌ ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ରାଜ୍ୟରେ ମଧ୍ୟ ଏହି ସଂକ୍ରମିତଙ୍କ ସଂଖ୍ୟା ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସରକାରୀ ଏବଂ ବେସରକାରୀ ସମସ୍ତ କୋଭିଡ୍‌ ହସ୍ପିଟାଲଗୁଡ଼ିକୁ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦ୍ବିତୀୟ ଲହରର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତିକମ୍‌ରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତକରି ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲାପାଳମାନଙ୍କ ସହିତ କୋଭିଡ୍‌ ମୁକାବିଲା ସମ୍ପର୍କରେ ସମୀକ୍ଷା କରି ଜନସାଧାରଣଙ୍କ ଟିକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍‌ରେ କାମ କରିବାକୁ ପରାମର୍ଶ ଦେଇଥିଲେ। ବିଶେଷକରି ୧୫ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟିକାକରଣ ଉପରେ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଭୂତାଣୁ ସଂକ୍ରମଣକୁ କମ୍‌ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡ଼ିବ। ତେବେ ଏଥିରେ ଯେପରି ଜନସାଧାରଣଙ୍କ ଜୀବିକା ଉପରେ କୌଣସି ପ୍ରଭାବ ନ ପଡ଼େ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେଶରେ ଖୁବ୍‌ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ୍‌ ସଂକ୍ରମଣ ଦେଖାଦେଇପାରେ। ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡ୍‌ର ଉତ୍ତମ ପରିଚାଳନା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ ସପ୍ତାହ ସମୀକ୍ଷା ବୈଠକରେ କେତେକ ପ୍ରସ୍ତୁତିକୁ ଯୁଦ୍ଧକାଳୀନଭିତ୍ତିରେ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ହୋଇଥିଲା। ସେଗୁଡ଼ିକର କାର୍ଯ୍ୟାନ୍ବୟନ ପାଇଁ ମୁଖ୍ୟ ଶାସନ ସଚିବ ପ୍ରତିଦିନ ସମୀକ୍ଷା ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଗତ ଲହର ସମୟରେ ଅକ୍ସିଜେନ ପରିଚାଳନା, ସୂଚନା ଅଭିଯାନ, ଟ୍ରେନିଂ ମଡ୍ୟୁଲ ଆଦି ବ୍ୟବସ୍ଥା କରିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଥିଲା। ବର୍ତ୍ତମାନ ପୁଣି ଅଧିକାରୀମାନଙ୍କର ବିଭିନ୍ନ ମନିଟରିଂ ଗ୍ରୁପ୍‌ ଓ ଜିଲାସ୍ତରୀୟ ଅବଜରଭର ବ୍ୟବସ୍ଥାକୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଯେହେତୁ ଏହି ଲହରରେ ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାର ଆଶଙ୍କା ରହିଛି, ସବୁ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବାର ଆବଶ୍ୟକତା ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନେବା ପାଇଁ ସମସ୍ତ ସମ୍ପୃକ୍ତ ପଦାଧିକାରୀ ଓ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯିବ। ବରିଷ୍ଠ ଅଧିକାରୀମାନେ ଜିଲାକୁ ଗସ୍ତ କରି ଜିଲାସ୍ତରରେ ପରିସ୍ଥିତିର ସମୀକ୍ଷା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ବ୍ୟବସ୍ଥା କରିବେ ବୋଲି ସେ କହିଛନ୍ତି। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍‌.କେ. ଶର୍ମା ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ଏକ ଉପସ୍ଥାପନା ରଖିଥିଲେ। ସେ କହିଛନ୍ତି ଯେ ଓଡ଼ିଶାରେ ଓମିକ୍ରନ୍‌ର ସଂକ୍ରମଣ ସମ୍ପର୍କରେ ସତର୍କ ଦୃଷ୍ଟି ରଖାଯାଇଛି ଏବଂ ବିଦେଶାଗତ ଲୋକମାନଙ୍କର ନିୟମିତ ପରୀକ୍ଷା କରାଯାଉଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍‌ଶୀଘ୍ର ଚିକିତ୍ସା ପ୍ରୋଟୋକଲ ପ୍ରସ୍ତୁତ କରାଯିବ। ବିଭିନ୍ନ ଜିଲାଗୁଡ଼ିକରେ ଆବଶ୍ୟକ ପରିମାଣର ଔଷଧ, ଶଯ୍ୟା ଓ ଅକ୍ସିଜେନ ମହଜୁଦ ରହିଛି ବୋଲି ସେ କହିଛନ୍ତି।
ପୋଲିସ ଡିଜି ସୁନୀଲ ବଂଶଲ ରାଜ୍ୟରେ ଲୋକଙ୍କ ସହଯୋଗରେ କଟକଣାଗୁଡ଼ିକର ଅନୁପାଳନ କରାଯାଉଛି ଓ ଆଗାମୀ ଦିନରେ ଏହାକୁ ଆହୁରି ଜୋରଦାର କରାଯିବ ବୋଲି କହଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଲୋଚନାରେ ଅଂଶଗ୍ରହଣ କରି କୋଭିଡ୍‌ କଟକଣା ପାଳନ ସମୟରେ ଘର ଭିତର ଓ ବାହାରେ ଲୋକଙ୍କ ଭିଡ଼ ଉପରେ ନଜର ରଖିବା ପାଇଁ ମତ ଦେଇଛନ୍ତି। ଯେଉଁ ପଦକ୍ଷେପ ଦ୍ବାରା କୋଭିଡ୍‌ ସଂକ୍ରମଣର ନିୟନ୍ତ୍ରଣ ହୋଇପାରିବ, ତା’ ଉପରେ ଧ୍ୟାନ ଦେବାକୁ ସେ କହିଛନ୍ତି। ବୈଠକରେ ସୁନ୍ଦରଗଡ଼, ବଲାଙ୍ଗୀର, ଗଞ୍ଜାମ ଓ ବାଲେଶ୍ବର ଜିଲାପାଳ ଏବଂ ବିଏମ୍‌ସି ଓ ସିଏମ୍‌ସିର କମିଶନର ସେମାନଙ୍କ ଅଞ୍ଚଳରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଓ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଛନ୍ତି। ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri