ଘରେ ଏସବୁ ସ୍ଥାନରେ ରଖନ୍ତୁ ଔଷଧ, ଶୀଘ୍ର ହେବେ ରୋଗମୁକ୍ତ !

କାଶୀ,୧୧।୨: ଜୀବନର ଭରପୁର ଆନନ୍ଦ ନେବା ସହିତ ସର୍ବଦା ଚଳଚଞ୍ଚଳ ରହିବା ପାଇଁ ସୁସ୍ବାସ୍ଥ୍ୟର ଆବଶ୍ୟକତା ରହିଛି। ଘରେ ବାସ୍ତୁ ଅନୁସାରେ ବିଭିନ୍ନ ସାମଗ୍ରୀ ରଖିଲେ କୌଣସି ସମସ୍ୟା ଦେଖାଯାଇ ନ ଥାଏ ବୋଲି ବାସ୍ତୁ ଶାସ୍ତ୍ରରେ ଉଲ୍ଲେଖ କରାଯାଇଛି। ଔଷଧ ରଖିବା ପାଇଁ ମଧ୍ୟ ଏଥିରେ କେତେକ ନିୟମ ପାଳନ କରିବାକୁ ପରାମର୍ଶ ଦିଆ ଯାଇଥାଏ। ଘରେ ଔଷଧ ଉତ୍ତର ଅବା ଉତ୍ତରପୂର୍ବ ଦିଗରେ ରଖିବା ଦ୍ୱାରା ଶରୀରର ସୁସ୍ଥ ହେବା ପ୍ରକ୍ରିୟା ଉପରେ ସକରାତ୍ମକ ପ୍ରଭାବ ପଡ଼ିଥାଏ। ଫଳରେ ଘରେ ବାସ କରୁଥିବା ଲୋକେ ଶୀଘ୍ର ରୋଗମୁକ୍ତ ହୋଇଥାନ୍ତି। ଅପରପକ୍ଷରେ ଦକ୍ଷିଣ ଦିଗରେ ଔଷଧ ରଖିଲେ ଘରର ସଦସ୍ୟ ଛୋଟ ମୋଟ ଶରୀରିକ ସମସ୍ୟାରେ ମଧ୍ୟ ଔଷଧ ନେବାକୁ ପସନ୍ଦ କରିଥାନ୍ତି। ବେେଳେ କେତେକ ଲୋକ ରୋଷେଇ ଘରେ ଫାଷ୍ଟ ଏଡ୍‌ ବକ୍ସ୍‌ ରଖିଥାନ୍ତି। ମାତ୍ର ଏହା ଦ୍ୱାରା ଶରୀର ଉପରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ସେହିପରି ଦକ୍ଷିଣ-ପୂର୍ବ ଦିଗରେ ଔଷଧ ରଖିଲେ ଏହାର ପ୍ରଭାବ ଶରୀର ଉପରେ କମ୍‌ ପଡ଼ିଥାଏ। ଫଳରେ ରୋଗମୁକ୍ତ ହେବାକୁ ଅଧିକ ସମୟ ଲାଗିଥାଏ ବୋଲି ବାସ୍ତୁ ଶାସ୍ତ୍ରରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri