ଗୋଚର-ଜଳଚର ଜମି ଉଚ୍ଛେଦ ପାଇଁ ଗାଈଗୋରୁ ରଖି ଗଣଧାରଣା: ଜିଲାପାଳଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କସୃପଡା ଗ୍ରାମ ପଞ୍ଚାୟତସ୍ଥିତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ଗୋଚର ଓ ଜଳଚର ଜମି ଉଚ୍ଛେଦ ପାଇଁ ଚାଷୀମାନେ ଗାଈଗୋରୁ ରଖି ସୋମବାର ସକାଳ ୮ଟାରୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଗଣଧାରଣା ଦେଇଛନ୍ତି। ଏହି ଗ୍ରାମ ପଞ୍ଚାୟତର ସୁକୁନାଭଟା ଗ୍ରାମର ଲଳିତ ଭୋଇ, ଗିରିଧାରୀ ମାଝୀ, ସୁନିଲ ଭୋଇ, ଡମ୍ବରୁ ଧର ନାଗ, ଶ୍ୟାମ ସୁନ୍ଦର ଭୋଇଙ୍କ ସମେତ ୩୦ ଜଣ ଚାଷୀଙ୍କ ପାୟ ଦେଢ଼ ଶହରୁ ଉଦ୍ଧର୍‌ବ ଗାଈଗୋରୁଙ୍କୁ ଚରାଇବାରେ ଘୋର ଅସୁବିଧା ହେଉଥିଲା। ବର୍ତ୍ତମାନ ସମଗ୍ର ଅଞ୍ଚଳରେ ଲଗାଣ ମୌସୁମୀ ବର୍ଷା ହେଉଛି।

ଗାଈଗୋରୁ ଚାରିବା ପାଇଁ ଜାଗା ନ ଥିବାରୁ ଚାଷୀମାନେ ଜିଲାପାଳ, କେସିଙ୍ଗା ତହସିଲଦାରଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଜିଲାପାଳ ନିର୍ଦ୍ଦେଶକ୍ରମେ ଗତ ୪ ମାସ ତଳେ କେସିଙ୍ଗା ତହସିଲଦାରଙ୍କ ଆଦେଶ ମତେ ସୁକୁନାଭଟା ଗ୍ରାମରେ ରାଜସ୍ବ ନିରୀକ୍ଷକଙ୍କୁ ପଠାଇ ଡିମାର କେସନ କରି ୫୨.୩୩ ଏକ ଗୋଚର ଓ ୪୦ ଏକର ଜଳଚର ଜମି ଚିହ୍ନଟ କରି ଜବର ଦଖଲକାରୀଙ୍କଠାରୁ ଉଚ୍ଛେଦ କରି ଗ୍ରାମବାସୀଙ୍କୁ ଗାଈଗୋରୁ ଚରାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ।
ଯଦି ପ୍ରଶାସନିକଙ୍କ ଆଦେଶ କୁଜବର ଦଖଲକାରୀମାନେ ଅବମାନନା କରୁଛନ୍ତି। ତେବେ ଆସନ୍ତା ନଭେମ୍ବର ଓ ଡିସେମ୍ବର ମାସରେ ଯେଉଁମାନେ ଜବରଦଖଲ କରି ଚାଷ କରୁଥିବେ। ସେମାନଙ୍କ ନାମରେ ନୋଟିସ ଦେଇ କେସ କରାଯିବ ବୋଲି ପୂର୍ବତନ ରାଜସ୍ବ ନିରୀକ୍ଷକ ଡିଙ୍ଗର ପୁଟେଲ ପ୍ରକାଶ କରିଥିଲେ। ଏ ସଂକ୍ରାନ୍ତରେ ନୂତନ ଭାବେ ଯୋଗଦେଇଥିଲା କସୃପଡା ରାଜସ୍ବ ନିରୀକ୍ଷକ କୌଶଲ୍ୟା ବାଗଙ୍କୁ ପଚାରିବାରୁ ମୁଁ ନୂତନ ଭାବେ ଯୋଗଦେଇଛି କିଛି ଜାଣି ନାହିଁ। ତହସିଲଦାର ସହ ଆଲୋଚନାକରି କାର୍ଯ୍ୟାନୁଷ୍ଠାନ ନେବାପାଇଁ ପଦକ୍ଷେପ ନିଆଯିବ ବୋଲି ପ୍ରକାଶ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri