ବଡ଼ ଦିନ-ନୂଆବର୍ଷକୁ ନଜରରେ ରଖି ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ୱର ,୨୪ା୧୨: ଆସନ୍ତାକାଲି ବଡ଼ଦିନ ଓ ଆଗାମୀ ନୂଆବର୍ଷ ପାଳନ ପାଇଁ ରାଜ୍ୟ ତଥା ଦେଶର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ସଂଖ୍ୟକ ପର୍ଯ୍ୟଟକ ତଥା ଶ୍ରଦ୍ଧାଳୁ ପୁରୀକୁ ଆସୁଛନ୍ତି। ନବନିର୍ମିତ ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଦେଖିବା ଲାଗି ପର୍ଯ୍ୟଟକଙ୍କ ଭିତରେ ଉତ୍ସାହ ପରିଲକ୍ଷିତ ହୋଇଛି। ଏହିସବୁ ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମ୍ମୁଖ ବଡ଼ଦାଣ୍ଡରେ ନିର୍ମିତ ହୋଇଥିବା ବ୍ୟାରିକେଡ୍‌‌ ଦେଇ ବଡ଼ଦେଉଳକୁ ଯାଇ କଡା ପୁଲିସ ସୁରକ୍ଷା ମଧ୍ୟରେ
ଠାକୁରମାନଙ୍କୁ ଦର୍ଶନ କରିବାର ବ୍ୟବସ୍ଥା କରାଯାଇଛି ।

ରାତି ୧୨ଟାପରେ ଶ୍ରଦ୍ଧାଳୁଙ୍କ ସଂଖ୍ୟା ଆଶାତୀତ ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ୩୧ ତାରିଖ ରାତିରେ ପ୍ରଶାସନର ନିଷ୍ପତ୍ତିକ୍ରମେ ରାତିସାରା ଦର୍ଶନ ବ୍ୟବସ୍ଥା କରାଯିବା ଲାଗି ପହୁଡ ନୀତିକୁ ବାତିଲ କରିଦିଆଯାଇଛି ।
ନୂଆବର୍ଷରେ ପର୍ଯ୍ୟଟକମାନଙ୍କ ସୁରକ୍ଷାଲାଗି ୫୦ପ୍ଲାଟୁନ ପୁଲିସ ଫୋର୍ସ ଏବଂ ୨୫୦ଜଣ ଅଫିସରଙ୍କୁ ବିଭିନ୍ନ ସ୍ଥାନରେ ନିୟୋଜିତ କରାଯାଉଥିବାର ସୂଚନା ମିଳିଛି ।

ପର୍ଯ୍ୟଟକମାନେ ସମୁଦ୍ରରେ ସ୍ନାନ ସମୟରେ ଯେପରି କୌଣସି ଦୁର୍ଘଟଣା ନ ଘଟିବ ସେଥିଲାଗି ସମୁଦ୍ରକୂଳରେ ବ୍ୟାପକ ସଂଖ୍ୟକ ଲାଇଫ୍‌‌ଗାର୍ଡଙ୍କୁ ମୁତୟନ କରାଯାଉଛି । ଜିଲ୍ଲାରେ ଥିବା ସମସ୍ତ ଚର୍ଚ୍ଚ ଗୁଡିକୁ ଆସନ୍ତାକାଲି ବଡ଼ ଦିନ ପାଇଁ ରଙ୍ଗବେରଙ୍ଗ ଆଲୋକମାଳାରେ ସୁସଜ୍ଜିତ କରାଯାଇଛି। ଏହାଛଡା ଜିଲାର କୋଣାର୍କ, ସାତପଡ଼ା, ଚିଲିକାର ପକ୍ଷୀ ଅଭୟାରଣ୍ୟ ନଳବଣ ଓ ଡଲ୍‌‌ଫିନ୍‌‌ ସମେତ ରାମଚଣ୍ଡୀ, ହରଚଣ୍ଡୀ, ବେଲେଶ୍ୱର, ସାକ୍ଷୀଗୋପାଳ, ଶିରୁଳି ମହାବୀର ଓ ପିପିଲି ଆଦି ପରିଦର୍ଶନ ଲାଗି ଏହିସବୁ ପର୍ଯ୍ୟଟକମାନେ ଭିଡ ଜମାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଲିକେଶ…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri