ବାତ୍ୟା: ଶୂନ ଜୀବନହାନି ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଜାତୀୟ ସଙ୍କଟ ପରିଚାଳନା କମିଟି (ଏନ୍‌ସିଏମ୍‌ସି) ବୈଠକ ଶନିବାର ଅନୁଷ୍ଠିତ ହୋଇଛି। ବୈଠକରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ଜନିତ ପରିସ୍ଥିତିର ମୁକାବିଲା ପାଇଁ କେନ୍ଦ୍ରୀୟ ଏଜେନ୍ସି ଏବଂ ରାଜ୍ୟ ସରକାରଙ୍କ ପ୍ରସ୍ତୁତିର ସମୀକ୍ଷା କରାଯାଇଛି।

ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶର ମୁଖ୍ୟ ସଚିବମାନେ ଘୂର୍ଣ୍ଣିଝଡ଼ ପ୍ରଭାବରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ନିଆଯାଉଥିବା ପ୍ରସ୍ତୁତି ସଂକ୍ରାନ୍ତରେ କମିଟିକୁ ଅବଗତ କରାଇବା ସହିତ ଟେଲିଯୋଗାଯୋଗ, ଶକ୍ତି ଏବଂ ଅନ୍ୟାନ୍ୟ ଭିତ୍ତିଭୂମିଗୁଡ଼ିକର ସର୍ବନିମ୍ନ କ୍ଷତି ନ ପହଞ୍ଚାଇବା ପାଇଁ ନିଆଯାଉଥିବା ପଦକ୍ଷେପର ସୂଚନା ଦେଇଥିଲେ । ଘୂର୍ଣ୍ଣିଝଡ଼ ପରେ କୋଭିଡ୍‌-୧୯ ମାର୍ଗଦର୍ଶିକା ପାଳନ ନିଶ୍ଚିତ କରିବାକୁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି । ଏହି ରାଜ୍ୟଗୁଡ଼ିକରେ ଏନ୍‌ଡିଆରଏଫ୍‌ର ୧୮ଟି ଟିମ୍‌ ନିୟୋଜିତ ହୋଇଛନ୍ତି। ଅତିରିକ୍ତ ଦଳ ମଧ୍ୟ ପ୍ରସ୍ତୁତ ଅଛି । ଜାହାଜ ଏବଂ ବିମାନ ସହିତ ସେନା ଏବଂ ନୌସେନାର ଉଦ୍ଧାରକାରୀ ଏବଂ ରିଲିଫ୍‌ ଦଳ ମଧ୍ୟ ନିୟୋଜିତ ହୋଇଛନ୍ତି ।
ରାଜ୍ୟ ତଥା କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର ପ୍ରସ୍ତୁତି ପଦକ୍ଷେପ ସମୀକ୍ଷା କରି ରାଜୀବ ଗୌବା କହିଛନ୍ତି ଯେ ଘୂର୍ଣ୍ଣିଝଡ଼ ସ୍ଥଳଭାଗ ଛୁଇଁବା ପୂର୍ବରୁ ରାଜ୍ୟ ଓ ସରକାରଙ୍କ ଏଜେନ୍ସିଗୁଡ଼ିକ ଦ୍ୱାରା ସମସ୍ତ ପ୍ରତିଷେଧକ ତଥା ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯିବା ସହିତ ମୃତ୍ୟୁ ସଂଖ୍ୟାକୁ ଶୂନ ପାଖାପାଖି ରଖିବା, ସମ୍ପତ୍ତି ଏବଂ ଭିତ୍ତିଭୂମିର କ୍ଷତି କମ୍‌ କରିବାକୁ ପଦକ୍ଷେପ ନିଆଯିବା ଉଚିତ। କ୍ୟାବିନେଟ ସଚିବ ରାଜ୍ୟ ସରକାରଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ସମସ୍ତ କେନ୍ଦ୍ରୀୟ ଏଜେନ୍ସି ପ୍ରସ୍ତୁତ ଏବଂ ସହାୟତା ପାଇଁ ଉପଲବ୍ଧ ହେବେ । ଏହି ବୈଠକରେ ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶର ମୁଖ୍ୟ ସଚିବ, ଗୃହ ଓ ଶକ୍ତି ମନ୍ତ୍ରଣାଳୟର ସଚିବମାନେ ଯୋଗ ଦେଇଥିଲେ । ସଦସ୍ୟ (ଟେଲିକମ୍‌), ଡିଜି ଏନ୍‌ଡିଆରଏଫ୍‌, ଡିଜି ଆଇଏମ୍‌ଡି, ସିଆଇଏସ୍‌ସି, ଆଇଡିଏସ୍‌ ଏବଂ ଗୃହ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ମଧ୍ୟ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri