Posted inଜାତୀୟ

ରାଷ୍ଟ୍ରପତି ଶାସନ ଲାଗି କେଜ୍‌ରିଓ୍ବାଲ ଗିରଫ

ନୂଆଦିଲ୍ଲୀ, ୧୩।୪: ଜାତୀୟ ରାଜଧାନୀରେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ରାଷ୍ଟ୍ରପତି ଶାସନ ଜାରି କରିବା ପାଇଁ ବଡ଼ ଧରଣର ରାଜନୈତିକ ଷଡ଼ଯନ୍ତ୍ର ଚରୁଥିବା ଦିଲ୍ଲୀର କ୍ୟାବିନେଟ୍‌ ମନ୍ତ୍ରୀ ଆତିଶୀ ଶୁକ୍ରବାର ଅଭିଯୋଗ ଆଣିଛନ୍ତି। ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି କହିଛନ୍ତି, ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଲାଗୁ କରିବା ପାଇଁ କିଛିମାସ ହେଲା ଷଡ଼ଯନ୍ତ୍ର ଚାଲିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗିରଫକରି ଜେଲ ପଠାଯାଇଛି। ଆଗାମୀ ଦିନରେ ତାଙ୍କ ସରକାରର ପତନ ଘଟାଯିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ରାଷ୍ଟ୍ରପତି ଶାସନ ଜାରି କରିବା ବେଆଇନ ଏବଂ ଜନାଦେଶ ବିରୋଧୀ ବୋଲି ଆତିଶୀ ସମାଲୋଚନା କରିଛନ୍ତି।

୧୫ ଯାଏ ସିବିଆଇ ହାଜତରେ କବିତା

ଦିଲ୍ଲୀ ଅବକାରୀ ନୀତି ମାମଲାରେ ସମ୍ପୃକ୍ତି ନେଇ ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ନେତ୍ରୀ କେ. କବିତାଙ୍କୁ ଦିଲ୍ଲୀର ଏକ ଅଦାଲତ ଶୁକ୍ରବାର ୩ ଦିନିଆ ସିବିଆଇ ରିମାଣ୍ଡରେ ପଠାଇଛନ୍ତି। ସେ ଏପ୍ରିଲ ୧୫ ପର୍ଯ୍ୟନ୍ତ ସିବିଆଇ ହାଜତରେ ରହିବେ। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋର ଅଧିକାରୀମାନେ କବିତାଙ୍କୁ ତିହାର ଜେଲରେ ପଚରାଉଚରା କରିବା ପରେ ତାଙ୍କୁ ଗୁରୁବାର ଗିରଫ କରିଥିଲେ। ଦିଲ୍ଲୀର ଶାସକ ଦଳ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)କୁ ୧୦୦ କୋଟି ଟଙ୍କା ଲାଞ୍ଚ ପ୍ରଦାନରେ କବିତାଙ୍କ ଭୂମିକା ରହିଥିବା ସିବିଆଇ କହିଛି। ମଦ ବ୍ୟବସାୟୀମାନଙ୍କଠାରୁ ଏହି ଲାଞ୍ଚ ଅର୍ଥ ସଂଗ୍ରହ ଲାଗି ଷଡ଼ଯନ୍ତ୍ରରେ କବିତା ସାମିଲ ଥିଲେ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସହ କବିତା ଯୋଗାଯୋଗ କରିବା ନେଇ ତାଙ୍କୁ ସାକ୍ଷାତ କରିଥିବା ଦକ୍ଷିଣ ଭାରତୀୟ ମଦ ବ୍ୟବସାୟୀ କହିଥିଲେ। ସିବିଆଇ ଏନେଇ କୋର୍ଟକୁ ଅବଗତ କରାଇବା ସହ ଅଧିକ ଜେରା ପାଇଁ ବିଆର୍‌ଏସ୍‌ ନେତ୍ରୀଙ୍କୁ ୫ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?