Posted inଜାତୀୟ

ଆମେରିକାକୁ ବନ୍ଧୁ ବୋଲି କହିବାରୁ ମୋଦିଙ୍କୁ ଏମିତି ପ୍ରଶ୍ନ ପଚାରିଲେ କେଜରିଓ୍ବାଲ, ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୯: ଆପର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଘଟଣାହେଲା, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୋସିଆଲ ମିଡିଆ ପୋଷ୍ଟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ସେ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ କଥାବାର୍ତ୍ତା କରିବାକୁ ମଧ୍ୟ ଆଗ୍ରହୀ। ଏହା ଉପରେ କେଜରିୱାଲ ପ୍ରଶ୍ନ କରିଛନ୍ତି ଯେ ଦୁଇ ଦେଶ ମଧ୍ୟରେ କି ପ୍ରକାରର ଆଲୋଚନା ଚାଲିଛି? କେବଳ ଏକପାଖିଆ ଆଲୋଚନା?
ଅରବିନ୍ଦ କେଜରିୱାଲ ପୋଷ୍ଟରେ କହିଛନ୍ତି, ‘ଟ୍ରମ୍ଫଙ୍କୁ ଖୁସି କରିବା ପାଇଁ, ସାରା ଦେଶର କପା ଚାଷୀମାନଙ୍କୁ ବାଜିରେ ଲଗାଯାଇଛି। ଆମର ଚାଷୀ, ବ୍ୟବସାୟୀ ଏବଂ ଯୁବକଙ୍କ ନିଯୁକ୍ତିକୁ ବାଜିରେ ଲଗାଇ ଭାରତୀୟ ବଜାରକୁ ଆମେରିକୀୟମାନଙ୍କ ପାଇଁ ସମ୍ପୂର୍ଣ୍ଣ ଖୋଲାଯାଉଛି। ଯଦି ସମଗ୍ର ଭାରତୀୟ ବଜାରକୁ ଆମେରିକୀୟମାନେ କବଜା କରନ୍ତି, ତେବେ ଆମର ଲୋକମାନେ କୁଆଡ଼େ ଯିବେ? ଟ୍ରମ୍ପଙ୍କ ସମ୍ମୁଖରେ ଏପରି ଆତ୍ମସମର୍ପଣ କେବଳ ଭାରତୀୟ ଅର୍ଥନୀତି ପାଇଁ ଘାତକ ନୁହେଁ ବରଂ ୧୪୦ କୋଟି ଭାରତୀୟଙ୍କ ପାଇଁ ଅପମାନ। ଦେଶ ଆଶା କରୁଛି ଯେ ପ୍ରଧାନମନ୍ତ୍ରୀ ଦୁର୍ବଳ ହେବେ ନାହିଁ ଏବଂ ଦେଶର ସମ୍ମାନକୁ ରକ୍ଷା କରିବେ।’ ଆମେରିକା ରାଷ୍ଟ୍ରପତି ଏକ ପୋଷ୍ଟରେ ଲେଖିଛନ୍ତି, ‘ମୁଁ ଖୁସିର ସହିତ ଘୋଷଣା କରୁଛି ଯେ ଭାରତ ଏବଂ ଆମେରିକା ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ପ୍ରତିବନ୍ଧକ ଦୂର କରିବା ପାଇଁ ଆଲୋଚନା ଜାରି ରଖିଛନ୍ତି। ମୁଁ ଆଗାମୀ ସପ୍ତାହଗୁଡ଼ିକରେ ମୋର ବହୁତ ଭଲ ବନ୍ଧୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା କରିବାକୁ ଅପେକ୍ଷା କରିଛି। ମୁଁ ନିଶ୍ଚିତ ଯେ ଆମର ଉଭୟ ମହାନ ଦେଶ ପାଇଁ ଏକ ସଫଳ ନିଷ୍କର୍ଷରେ ପହଞ୍ଚିବାରେ କୌଣସି ଅସୁବିଧା ହେବ ନାହିଁ!’
ଟ୍ରମ୍ପଙ୍କ ପୋଷ୍ଟ ଉପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ‘ଭାରତ ଏବଂ ଆମେରିକା ଘନିଷ୍ଠ ବନ୍ଧୁ ଏବଂ ସ୍ବାଭାବିକ ଅଂଶୀଦାର। ମୁଁ ନିଶ୍ଚିତ ଯେ ଆମର ବାଣିଜ୍ୟ ଆଲୋଚନା ଭାରତ-ଆମେରିକା ସହଭାଗୀତାର ଅପାର ସମ୍ଭାବନାକୁ ଖୋଲିବା ପାଇଁ ପଥ ପ୍ରଶସ୍ତ କରିବ। ଆମର ଦଳଗୁଡ଼ିକ ଏହି ଆଲୋଚନାଗୁଡ଼ିକୁ ଯଥାଶୀଘ୍ର ଶେଷ କରିବାକୁ କାମ କରୁଛନ୍ତି। ମୁଁ ମଧ୍ୟ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ କଥାବାର୍ତ୍ତା କରିବାକୁ ଅପେକ୍ଷା କରିଛି। ଆମେ ଉଭୟ ଦେଶର ଲୋକଙ୍କ ପାଇଁ ଏକ ଉଜ୍ଜ୍ୱଳ ଏବଂ ସମୃଦ୍ଧ ଭବିଷ୍ୟତ ସୁନିଶ୍ଚିତ କରିବା ପାଇଁ ଏକାଠି କାମ କରିବୁ।’


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri