Posted inଜାତୀୟ

ଆମେରିକାକୁ ବନ୍ଧୁ ବୋଲି କହିବାରୁ ମୋଦିଙ୍କୁ ଏମିତି ପ୍ରଶ୍ନ ପଚାରିଲେ କେଜରିଓ୍ବାଲ, ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୯: ଆପର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଘଟଣାହେଲା, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୋସିଆଲ ମିଡିଆ ପୋଷ୍ଟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ସେ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ କଥାବାର୍ତ୍ତା କରିବାକୁ ମଧ୍ୟ ଆଗ୍ରହୀ। ଏହା ଉପରେ କେଜରିୱାଲ ପ୍ରଶ୍ନ କରିଛନ୍ତି ଯେ ଦୁଇ ଦେଶ ମଧ୍ୟରେ କି ପ୍ରକାରର ଆଲୋଚନା ଚାଲିଛି? କେବଳ ଏକପାଖିଆ ଆଲୋଚନା?
ଅରବିନ୍ଦ କେଜରିୱାଲ ପୋଷ୍ଟରେ କହିଛନ୍ତି, ‘ଟ୍ରମ୍ଫଙ୍କୁ ଖୁସି କରିବା ପାଇଁ, ସାରା ଦେଶର କପା ଚାଷୀମାନଙ୍କୁ ବାଜିରେ ଲଗାଯାଇଛି। ଆମର ଚାଷୀ, ବ୍ୟବସାୟୀ ଏବଂ ଯୁବକଙ୍କ ନିଯୁକ୍ତିକୁ ବାଜିରେ ଲଗାଇ ଭାରତୀୟ ବଜାରକୁ ଆମେରିକୀୟମାନଙ୍କ ପାଇଁ ସମ୍ପୂର୍ଣ୍ଣ ଖୋଲାଯାଉଛି। ଯଦି ସମଗ୍ର ଭାରତୀୟ ବଜାରକୁ ଆମେରିକୀୟମାନେ କବଜା କରନ୍ତି, ତେବେ ଆମର ଲୋକମାନେ କୁଆଡ଼େ ଯିବେ? ଟ୍ରମ୍ପଙ୍କ ସମ୍ମୁଖରେ ଏପରି ଆତ୍ମସମର୍ପଣ କେବଳ ଭାରତୀୟ ଅର୍ଥନୀତି ପାଇଁ ଘାତକ ନୁହେଁ ବରଂ ୧୪୦ କୋଟି ଭାରତୀୟଙ୍କ ପାଇଁ ଅପମାନ। ଦେଶ ଆଶା କରୁଛି ଯେ ପ୍ରଧାନମନ୍ତ୍ରୀ ଦୁର୍ବଳ ହେବେ ନାହିଁ ଏବଂ ଦେଶର ସମ୍ମାନକୁ ରକ୍ଷା କରିବେ।’ ଆମେରିକା ରାଷ୍ଟ୍ରପତି ଏକ ପୋଷ୍ଟରେ ଲେଖିଛନ୍ତି, ‘ମୁଁ ଖୁସିର ସହିତ ଘୋଷଣା କରୁଛି ଯେ ଭାରତ ଏବଂ ଆମେରିକା ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ପ୍ରତିବନ୍ଧକ ଦୂର କରିବା ପାଇଁ ଆଲୋଚନା ଜାରି ରଖିଛନ୍ତି। ମୁଁ ଆଗାମୀ ସପ୍ତାହଗୁଡ଼ିକରେ ମୋର ବହୁତ ଭଲ ବନ୍ଧୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା କରିବାକୁ ଅପେକ୍ଷା କରିଛି। ମୁଁ ନିଶ୍ଚିତ ଯେ ଆମର ଉଭୟ ମହାନ ଦେଶ ପାଇଁ ଏକ ସଫଳ ନିଷ୍କର୍ଷରେ ପହଞ୍ଚିବାରେ କୌଣସି ଅସୁବିଧା ହେବ ନାହିଁ!’
ଟ୍ରମ୍ପଙ୍କ ପୋଷ୍ଟ ଉପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ‘ଭାରତ ଏବଂ ଆମେରିକା ଘନିଷ୍ଠ ବନ୍ଧୁ ଏବଂ ସ୍ବାଭାବିକ ଅଂଶୀଦାର। ମୁଁ ନିଶ୍ଚିତ ଯେ ଆମର ବାଣିଜ୍ୟ ଆଲୋଚନା ଭାରତ-ଆମେରିକା ସହଭାଗୀତାର ଅପାର ସମ୍ଭାବନାକୁ ଖୋଲିବା ପାଇଁ ପଥ ପ୍ରଶସ୍ତ କରିବ। ଆମର ଦଳଗୁଡ଼ିକ ଏହି ଆଲୋଚନାଗୁଡ଼ିକୁ ଯଥାଶୀଘ୍ର ଶେଷ କରିବାକୁ କାମ କରୁଛନ୍ତି। ମୁଁ ମଧ୍ୟ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ କଥାବାର୍ତ୍ତା କରିବାକୁ ଅପେକ୍ଷା କରିଛି। ଆମେ ଉଭୟ ଦେଶର ଲୋକଙ୍କ ପାଇଁ ଏକ ଉଜ୍ଜ୍ୱଳ ଏବଂ ସମୃଦ୍ଧ ଭବିଷ୍ୟତ ସୁନିଶ୍ଚିତ କରିବା ପାଇଁ ଏକାଠି କାମ କରିବୁ।’


Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri