Posted inଜାତୀୟ

କେଜରିୱାଲ-ଭାଗବତ ମାନ ଯିବେ ଅଯୋଧ୍ୟା, ମାତାପିତା, ପତ୍ନୀଙ୍କ ସହ କରିବେ ରାମଲାଲାଙ୍କ ଦର୍ଶନ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜରିୱାଲ ଆସନ୍ତାକାଲି ଅର୍ଥାତ୍‌ ସୋମବାର ରାମଲାଲାଙ୍କ ଦର୍ଶନ ପାଇଁ ଅଯୋଧ୍ୟା ଯିବେ। ଏହି ସମୟରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାଗବତ ମାନଙ୍କ ପରିବାର ମଧ୍ୟ ତାଙ୍କ ସହିତ ରହିବେ। ମିଳିଥିବା ସୂଚନା ଅନୁଯାୟୀ, ଉଭୟ ନିଜ ମାତାପିତା ଏବଂ ପତ୍ନୀଙ୍କ ସହ ଅଯୋଧ୍ୟା ଯାଇ ରାମଲାଲାଙ୍କୁ ଦର୍ଶନ କରିବେ।

ଇତିମଧ୍ୟରେ, ଏଏପି ସଂଯୋଜକ ଅରବିନ୍ଦ କେଜରିୱାଲ ଏବଂ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବତ ମାନ ପଞ୍ଜାବର ଲୋକଙ୍କୁ ଉପହାର ଦେବାବେଳେ ରବିବାର ଦିନ ୫୪୦ ମେଗାୱାଟ ତାପଜ ବିଦ୍ୟୁତ ଉତ୍ପାଦନ କେନ୍ଦ୍ରର ଉଦଘାଟନ କରିଛନ୍ତି। ନିକଟରେ ପଞ୍ଜାବ ସରକାର ଗୋଇନ୍ଦୱାଲ ସାହେବ ଥର୍ମାଲ ପ୍ଲାଣ୍ଟ ହାସଲ କରିଥିଲେ, ଯାହା ପରେ ଏହି ପ୍ଲାଣ୍ଟକୁ ଶ୍ରୀ ଗୁରୁ ଅମରଦାସ ଥର୍ମାଲ ପ୍ଲାଣ୍ଟ ରଖାଯାଇଛି । ଏହି ଥର୍ମାଲ ପ୍ଲାଣ୍ଟ ୫୪୦ ମେଗାୱାଟ କ୍ଷମତା ବିଶିଷ୍ଟ, ଯାହା ଥରେ ଆରମ୍ଭ ହୋଇ ପଞ୍ଜାବକୁ ବିଦ୍ୟୁତ ଯୋଗାଣରେ ବହୁ ପରିମାଣରେ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri