Posted inଜାତୀୟ

ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା ଉପରେ ଆଲୋଚନା ହେଉଛି। ଏହାର ଦୁଇଟି କାରଣ ଅଛି। ଗୋଟିଏ କାରଣ ପାଇଁ ଅରବିନ୍ଦ କେଜରିୱାଲ ନଭେମ୍ବରରେ ନିର୍ବାଚନ ହେବାକୁ ସର୍ବସାଧାରଣରେ ଦାବି କରିଛନ୍ତି। ଦ୍ୱିତୀୟରେ, କେତେଜଣ ଭାଜପା ନେତା ମଧ୍ୟ ଏହା ଚାହୁଁଛନ୍ତି। ଦଳର ବରିଷ୍ଠ ନେତାଙ୍କ ସହ ସେ ମଧ୍ୟ ଏହି ପ୍ରସଙ୍ଗ ଉଠାଇଛନ୍ତି। ତେବେ ନଭେମ୍ବରରେ ନିର୍ବାଚନ ହେଉ ବୋଲି ଭାଜପା ହାଇକମାଣ୍ଡ ଚାହୁଁନାହାଁନ୍ତି। ସେମାନେ ଏପର୍ଯ୍ୟନ୍ତ ନଭେମ୍ବର ପାଇଁ ପ୍ରସ୍ତୁତ ନୁହଁନ୍ତି । ଯେତେବେଳେ ବି ନିର୍ବାଚନ ଅନୁଷ୍ଠିତ ହେଉ, ଶାସକ ଆମ ଆଦମୀ ପାର୍ଟି ଆଜିଠାରୁ ଏହି ଅଭିଯାନ ଆରମ୍ଭ କରିଛି।

ଆତିଶୀଙ୍କୁ ମୁଖ୍ୟମନ୍ତ୍ରୀ ପଦ ହସ୍ତାନ୍ତର କରିବା ପରଦିନ ଆମ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜରିୱାଲ ‘ଜନତା କି ଅଦାଲତ’କୁ ଯାଇଛନ୍ତି। ୨୨ସେପ୍ଟେମ୍ବରରେ ‘ସଚ୍ଚୋଟତାର ସାର୍ଟିଫିକେଟ’ ସଂଗ୍ରହ ଅଭିଯାନ ଆରମ୍ଭ କରିବା ପାଇଁ କେଜରିୱାଲ ମଧ୍ୟ ବୁଝି ବିଚାରି ସ୍ଥାନ ଚୟନ କରିଥିଲେ। ଏହାଥିଲା ଦିଲ୍ଲୀର ଜନ୍ତର ମନ୍ତର। ସମସ୍ତେ ଜାଣନ୍ତି ଯେ ଆମ ଆଦମୀ ପାର୍ଟି ପାଇଁ ଏହି ସ୍ଥାନର ସାଙ୍କେତିକ ଗୁରୁତ୍ୱ ରହିଛି। କେଜରିୱାଲ ଏହାକୁ ମନେ ପକାଇବାକୁ ମଧ୍ୟ ଭୁଲି ନାହାଁନ୍ତି।
ସେ ନିଜର ଅଭିଭାଷଣ ଆରମ୍ଭ କରି କହିଥିଲେ, ଜନ୍ତର ମନ୍ତରକୁ ଆସିବା ପରେ ମୋର ପୁରୁଣା ଦିନ ମନେ ପଡିଗଲା ବୋଲି କହିଥିଲେ। ମୋର ତାରିଖ ମଧ୍ୟ ମନେ ଅଛି। ଏପ୍ରିଲ ୪,୨୦୧୧ରେ, ସ୍ବାଧୀନ ଭାରତର ଦୁର୍ନୀତି ବିରୋଧୀ ଆନ୍ଦୋଳନ ଏଠାରୁ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri