Posted inଜାତୀୟ

ଜାମିନ ମିଳିବା ସତ୍ତ୍ୱେ ଜେଲ୍‌ରୁ ବାହାରି ପାରିବେନି କେ୍‌ଜରିଓ୍ବାଲ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୨।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଏକ୍ସାଇଜ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ଶୁକ୍ରବାର ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ଇଡି ମାମଲାରେ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। କେଜ୍‌ରିଓ୍ବାଲ୍‌ ଇଡି ଗିରଫକୁ ଚ୍ୟାଲେଞ୍ଜ କରିଥିଲେ। ମଧ୍ୟବର୍ତ୍ତୀକାଳୀନ ଜାମିନ ପରେ ମଧ୍ୟ କେଜ୍‌ରିଓ୍ବାଲ୍‌ଙ୍କୁ ସିବିଆଇ ମାମଲାରେ ଜେଲରେ ରହିବାକୁ ପଡ଼ିବ।
ମାର୍ଚ୍ଚ ୨୧ରେ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଇଡି ଗିରଫ କରିଥିଲା। ତାଙ୍କୁ ଏହି ମାମଲାରେ ନିମ୍ନ ଅଦାଲତ ଜୁନ ୧୦ରେ ୧ ଲକ୍ଷ ଟଙ୍କା ବ୍ୟକ୍ତିଗତ ବଣ୍ଡରେ ଜାମିନ ପ୍ରଦାନ କରିଥିଲେ।
ତେବେ ପରଦିନ ଇଡି ଦିଲ୍ଲୀ ହାଇକୋର୍ଟକୁ ଘୁଞ୍ଚାଇ ଦେଇଥିଲା। ହାଇକୋର୍ଟ ଏହି ମୁକ୍ତି ଉପରେ ସ୍ଥଗିତ ରଖିଛନ୍ତି। ଏହା ବିରୋଧରେ ସେ ଉଚ୍ଚ ନ୍ୟାୟାଳୟଙ୍କ ନିକଟକୁ ଯାଇଥିଲେ। ଏହା ଉପରେ ଶୁଣାଣି ହେବ।
ଜୁନ ୨୬ରେ ସିବିଆଇ ତାଙ୍କୁ ଏକ ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ଏକ ଦୁର୍ନୀତି ମାମଲାରେ ଗିରଫ କରିଥିଲା। ସେ ଏହି ଗିରଫଦାରୀକୁ ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି।
ସୁପ୍ରିମକୋର୍ଟରେ ଇଡି ଗିରଫକୁ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଚ୍ୟାଲେଞ୍ଜ କରିଥିଲେ। ଏହି ମାମଲାରେ ସୁପ୍ରିମକୋର୍ଟ ତାଙ୍କ ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ। ଆଜି କୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri