Posted inଜାତୀୟ

ଇଡି ଲକ୍‌ଅପ୍‌ରେ ରାତିସାରା ଶୋଇପାରିଲେନି କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୨୨।୩:ଅବକାରୀ ନୀତି ଜାଲିଆତି ସମ୍ପର୍କିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଗିରଫ କରିଛି। କେଜରିଓ୍ବାଲ ସାରା ରାତି ଇଡି ଲକଅପରେ ବିତାଇଛନ୍ତି। ସେ ସାରା ରାତି ସଠିକ ଭାବରେ ଶୋଇପାରି ନାହାଁନ୍ତି। ବର୍ତ୍ତମାନ ସେ ଜାଗ୍ରତ ହୋଇଛନ୍ତି। ରାତିରେ ଘରୁ କମ୍ବଳ ଔଷଧ ଆଣି ତାଙ୍କୁ ଦିଆଯାଇଥିଲା।
କେଜ୍‌ରିଓ୍ବାଲଙ୍କୁ ଅନ୍ତରୀଣ ସୁରକ୍ଷା ଦେବା ପାଇଁ ଦିଲ୍ଲୀ ହାଇକୋର୍ଟ ମନା କରିଦେବା ପରେ ଇଡି ଅଧିକାରୀମାନେ ତାଙ୍କ ସରକାରୀ ବାସଭବନରେ ପହଞ୍ଚତ୍ ୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜେରା ପରେ ଗିରଫ କରିଛନ୍ତି। ଜଣେ କାର୍ଯ୍ୟରତ ମୁଖ୍ୟମନ୍ତ୍ରୀଙ୍କୁ ଗିରଫ କରାଯିବା ଏହା ପ୍ରଥମ ଘଟଣା। ତେବେ ଗିରଫଦାରୀକୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିବ ବୋଲି ଦଳର ବରିଷ୍ଠ ନେତା ଆତିଶି କହିଛନ୍ତି। ପୂର୍ବରୁ ଏହି ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଏବଂ ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ ଗିରଫ ହୋଇ ଜେଲରେ ରହିଛନ୍ତି।
ଅବକାରୀ ଦୁର୍ନୀତି ମାମଲାରେ ଗୁରୁବାର ହାଜର ହେବା ପାଇଁ କେଜ୍‌ରିଓ୍ବାଲଙ୍କୁ ଇଡି ନବମ ସମନ ଜାରି କରିବା ପରେ ଆପ୍‌ ନେତା ଅଦାଲତଙ୍କ ଦ୍ୱାରସ୍ଥ ହୋଇଥିଲେ। ବର୍ତ୍ତମାନ ସମୟରେ ଇଡି କାର୍ଯ୍ୟାନୁଷ୍ଠାନରୁ ସୁରକ୍ଷା ଦିଆଯାଇପାରିବ ନାହିଁ। ଏପ୍ରିଲ ୨୨ରେ ମୁଖ୍ୟ ପିଟଶନ ସହ ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ଆବେଦନ ଉପରେ ଅଧିକ ବିଚାର କରାଯିବ ବୋଲି ଜଷ୍ଟିସ୍‌ ସୁରେଶ କୁମାର କୈତ୍‌ ଏବଂ ମନୋଜ ଜୈନଙ୍କ ଖଣ୍ଡପୀଠ କହିଥିଲେ। ହାଜର ହେବା ତାରିଖ ବଦଳାଇବା ପାଇଁ ତାଙ୍କ ଓକିଲ ଅଦାଲତଙ୍କୁ ନିବେଦନ କରିଥିଲେ। ବର୍ତ୍ତମାନ ରଦ୍ଦ ହୋଇଥିବା ଦିଲ୍ଲୀ ଅବକାରୀ ନୀତିରେ ଦକ୍ଷିଣ ଭାରତୀୟ ମଦ ବ୍ୟବସାୟୀମାନେ ଲାଭବାନ ହୋଇଥିଲେ। ସାଉଥ୍‌ ଲବିରୁ ଆପ୍‌କୁ ୧୦୦ କୋଟି ଟଙ୍କା ମିଳିଥିଲା ବୋଲି ଇଡି ଅଭିଯୋଗ ଆଣିଥିଲା। ଉକ୍ତ ମାମଲାରେ ଜେରା ପାଇଁ ହାଜର ହେବା ନିମନ୍ତେ ୫୫ ବର୍ଷୀୟ କେଜ୍‌ରିଓ୍ବାଲଙ୍କୁ ୯ ଥର ସମନ ହେବା ସତ୍ତ୍ୱେ ସେ ଏହାକୁ ଏଡ଼ାଇ ଚାଲିଥିଲେ। ଲୋକ ସଭା ନିର୍ବାଚନ ପ୍ରଚାର ଚାଲିଥିବାବେଳେ ବିରୋଧୀ ପକ୍ଷର ଜଣେ ତୁଙ୍ଗ ନେତାଙ୍କୁ ଗିରଫ କରାଯିବା ପରେ ବିରୋଧୀ ଦଳଗୁଡ଼ିକ ପ୍ରଶ୍ନ ଉଠାଇଛନ୍ତି। ନିର୍ବାଚନ ସମୟରେ କେଜ୍‌ରିଓ୍ବାଲଙ୍କ ଗିରଫଦାରି ଅସାମ୍ବିଧାନିକ। ଏହା ଗଣତନ୍ତ୍ରର ହତ୍ୟା ସଦୃଶ ବୋଲି କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସମାଲୋଚନା କରିଛନ୍ତି। ଅନ୍ୟପକ୍ଷେ ଏହି ଗିରଫଦାରି ଦୁର୍ନୀତିର ପରାଜୟ ଏବଂ କେଜ୍‌ରିଓ୍ବାଲ ତତ୍କାଳ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଦେବା ଉଚିତ୍‌ ବୋଲି ଭାଜପା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?