Posted inଜାତୀୟ

ଆଉ ଏକ ବଡ଼ ଗ୍ୟାରେଣ୍ଟି ଦେଲେ କେଜ୍‌ରିଓ୍ବାଲ: ୬୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପୂର୍ବରୁ ଆମ ଆଦ୍‌ମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆପ୍‌ ସରକାର ଦିଲ୍ଲୀର ବୃଦ୍ଧଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦେବେ। ୬୦ ବର୍ଷରୁ ଅଧିକ ବୟସ୍କ ସମସ୍ତ ବ୍ୟକ୍ତି ଏହି ସୁବିଧାର ଲାଭ ପାଇପାରିବେ।

କେଜ୍‌ରିଓ୍ବାଲ କହିଛନ୍ତି, ‘ଏହି ଯୋଜନା ଅଧୀନରେ ସମସ୍ତେ ସରକାରୀ କିମ୍ବା ବେସରକାରୀ ଡାକ୍ତରଖାନାରେ ମାଗଣା ଚିକିତ୍ସା ପାଇବେ। ସରକାର ଗଠନ ହେବା ମାତ୍ରେ ଦିଲ୍ଲୀ ସରକାର ଏହି ଯୋଜନା ପାସ୍‌ କରିବେ ଏବଂ ବୃଦ୍ଧମାନଙ୍କ ସ୍ବାସ୍ଥ୍ୟର ଯତ୍ନ ନେବେ। ଏହାର ପ୍ରତିବଦଳରେ ସମସ୍ତେ ଭୋଟ୍‌ ଦିନ ଆମ୍‌ ଆଦମୀ ପାର୍ଟିକୁ ଆଶୀର୍ବାଦ ସମର୍ଥନ ଭାବରେ ଦିଲ୍ଲୀର ପ୍ରାର୍ଥୀମାନେ ଆଶା କରୁଛନ୍ତି।’

ସେ ଆହୁରି ମଧ୍ୟ କହିଛନ୍ତି, ଆମ ସରକାର ଧନୀ ଏବଂ ଗରିବଙ୍କ ମଧ୍ୟରେ ପାର୍ଥକ୍ୟ ଦେଖିବେ ନାହିଁ। ସମସ୍ତଙ୍କ ଚିକିତ୍ସା ମାଗଣା ହେବ। ଶୀଘ୍ର ବୃଦ୍ଧଙ୍କ ପଞ୍ଜୀକରଣ ଆରମ୍ଭ ହେବ ଏବଂ ଶୀଘ୍ର ସମସ୍ତଙ୍କୁ ଆଇଡି କାର୍ଡ ପ୍ରଦାନ କରାଯିବ।’

ଆଜି ସକାଳେ ତାଙ୍କ ଏକ୍ସ ପୋଷ୍ଟରେ ଲେଖିଥିଲେ, ସେ ଆଜି ଅପରାହ୍ନରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବାକୁ ଯାଉଛନ୍ତି। ଏହି ଘୋଷଣା ଆମର ବୟସ୍କମାନଙ୍କ ପାଇଁ ହେବ ଏବଂ ଦିଲ୍ଲୀ ମଡେଲରେ ଆଉ ଏକ ମାଇଲଖୁଣ୍ଟ ବୋଲି ପ୍ରମାଣିତ ହେବ ।

ଏହାପୂର୍ବରୁ ଅର୍ଥାତ୍‌ ଡିସେମ୍ବର ୧୨ରେ କେଜ୍‌ରିଓ୍ବାଲ ମହିଳାମାନଙ୍କ ପାଇଁ ‘ମହିଳା ସମ୍ମାନ ଯୋଜନା’ ଘୋଷଣା କରିଥିଲେ। ଏହି ଯୋଜନା ଅଧୀନରେ ସରକାର ଯୋଗ୍ୟ ମହିଳାଙ୍କ ଆକାଉଣ୍ଟକୁ ପ୍ରତି ମାସରେ ୧ ହଜାର ଟଙ୍କା ପଠାଇବା ପାଇଁ ଘୋଷଣା କରିଥିଲେ। ପରେ ସେ କହିଥିଲେ ଯେ, ମହିଳାମାନଙ୍କୁ ୧୦୦୦ ଟଙ୍କା ବଦଳରେ ୨୧୦୦ ଟଙ୍କା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri