Posted inଜାତୀୟ

କେଜରିଓ୍ବାଲ ସରକାରଙ୍କ ବଡ ଘୋଷଣା, ୨୦୦ ୟୁନିଟ ପର୍ଯ୍ୟନ୍ତ ବିଜୁଳି ମାଗଣା, ୪୦୦ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୭।୩: ରାଜଧାନୀ ଦିଲ୍ଲୀରେ ଅରବିନ୍ଦ କେଜରିୱାଲ ସରକାର ଆସିବା ପରଠାରୁ ଲୋକଙ୍କୁ ଗତ ୯ ବର୍ଷ ଧରି ବିଦ୍ୟୁତ ବିଲ ଉପରେ ରିହାତି ଦିଆଯାଉଛି। ଭବିଷ୍ୟତରେ ଏହି ରିହାତି ଜାରି ରହିବ କି ନାହିଁ ସେନେଇ ଆଜି ଦିଲ୍ଲୀ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବ୍ୟତୀତ ମନ୍ତ୍ରୀ ସୌରଭ ଭରଦ୍ବାଜ, ଆତିଶି, ଇମ୍ରାନ ହୁସେନ, କୈଳାଶ ଗେହଲୋଟ, ଗୋପାଳ ରାୟ ଏବଂ ରାଜକୁମାର ଆନନ୍ଦ ଉପସ୍ଥିତ ଥିଲେ। ଭବିଷ୍ୟତରେ ୨୦୦ୟୁନିଟ ପର୍ଯ୍ୟନ୍ତ ମାଗଣା ବଦ୍ୟୁତ୍‌ ମଧ୍ୟ ଜାରି ରହିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି। ସମାନ ଧାଡିରେ ଦିଲ୍ଲୀର ଲୋକଙ୍କୁ ପୂର୍ବ ପରି ୪୦୦ୟୁନିଟ ପର୍ଯ୍ୟନ୍ତ ଅଧା ବିଲ ଦେବାକୁ ପଡିବ। ଏହି ପ୍ରସଙ୍ଗରେ ସରକାର ଆଜି ଏକ ଜରୁରୀ ବୈଠକ ଡାକିଥିଲେ।
କେବଳ ଏକ ମାସ ପୂର୍ବରୁ କେଜରିୱାଲ ସରକାର ଦିଲ୍ଲୀର ଲୋକଙ୍କ ପାଇଁ ଏକ ନୂତନ ସୌର ନୀତି ଆଣିଥିଲେ ଯାହା ଅଧୀନରେ ସରକାର ନିଜ ଘରର ଛାତରେ ସୌର ପ୍ୟାନେଲ ଲଗାଉଥିବା ଲୋକଙ୍କୁ ମାଗଣାରେ ବିଦ୍ୟୁତ ଯୋଗାଇବାକୁ ପ୍ରସ୍ତୁତ ହେଉଛନ୍ତି। ସୌର ନୀତି ୨୦୨୪ ବିଷୟରେ ସୂଚନା ଦେବାବେଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କହିଥିଲେ ଯେ ଶିଳ୍ପ ପରିଚାଳନା କରୁଥିବା ଲୋକମାନେ ମଧ୍ୟ ଏହା ଅଧୀନରେ ଉପକୃତ ହେବେ। ସେମାନଙ୍କର ବାଣିଜି୍ୟକ ୟୁନିଟ ଗୁଡିକରେ ସୌର ପ୍ୟାନେଲ ସ୍ଥାପନ କରି ଲୋକଙ୍କ ବିଦ୍ୟୁତ ବିଲ ଅଧା ହ୍ରାସ କରାଯାଇପାରେ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ କହିଛି ଯେ ଯେଉଁମାନେ ନିଜ ଘରର ଛାତରେ ସୌର ପ୍ୟାନେଲ ଲଗାନ୍ତି ସେମାନେ ଯେତେ ୟୁନିଟ ବିଦ୍ୟୁତ୍‌ ଖର୍ଚ୍ଚ କଲେ ମଧ୍ୟ ଶୂନ ବିଲ ଦେବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri