Posted inଜାତୀୟ

କୋଲକାତାରେ ମମତାଙ୍କୁ ଭେଟିଲେ କେଜ୍‌ରିଓ୍ବାଲ

କୋଲକାତା,୨୩।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଛନ୍ତି। ଏହି ଅବସରରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ଦିଲ୍ଲୀ ସରକାରରେ କ୍ୟାବିନେଟ ମନ୍ତ୍ରୀ ଆତିଶୀ, ଏମ୍‌ପି ସଞ୍ଜୟ ସିଂ, ରାଘବ ଚଡ୍ଡା ମଧ୍ୟ ଉପସ୍ଥିତ ଥିଲେ।

ଦିଲ୍ଲୀରେ ଅଧିକାରୀଙ୍କ ଟ୍ରାନ୍ସଫର-ପୋଷ୍ଟିଂ ସହ ଜଡିତ କେନ୍ଦ୍ର ସରକାରଙ୍କ ନିୟମ ବିରୋଧରେ ସମର୍ଥନ ପାଇବା ପାଇଁ ବିରୋଧୀ ଦଳର ସମସ୍ତ ବଡ ନେତାଙ୍କୁ ଭେଟୁଛନ୍ତି। ଏହି କ୍ରମରେ କେଜ୍‌ରିଓ୍ବାଲ ଆଜି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତାଙ୍କୁ ଭେଟି ସେ ବିଷୟରେ ଆଲୋଚନା କରିଥିବା ଜଣାପଡିଛି।

କେଜ୍‌ରିଓ୍ବାଲ କହିଛନ୍ତି, ଏହି ସଂଗ୍ରାମ କେବଳ ଦିଲ୍ଲୀର ଲୋକଙ୍କ ପାଇଁ ନୁହେଁ। ଏହି ସଂଗ୍ରାମ ହେଉଛି ଭାରତୀୟ ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ସଂଗ୍ରାମ, ବାବାସାହେବ ଦେଇଥିବା ସମ୍ବିଧାନକୁ ବଞ୍ଚାଇବା ପାଇଁ ସଂଗ୍ରାମ, ନ୍ୟାୟପାଳିକାକୁ ବଞ୍ଚାଇବା ପାଇଁ ସଂଗ୍ରାମ। ମୁଁ ଏଥିରେ ସମସ୍ତଙ୍କ ସମର୍ଥନ ଆଶା କରୁଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri