Posted inଜାତୀୟ

କେଜ୍‌ରିଓ୍ବାଲ୍‌ଙ୍କୁ ଆତ୍ମସମର୍ପଣ କରିବାକୁ ପଡ଼ିବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀ ଅବକାରୀ ନୀତି ମାମଲାରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆବେଦନ ଉପରେ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ମାମଲାର ଶୁଣାଣି କରି ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ ଦୀପଙ୍କର ଦତ୍ତ କହିଛନ୍ତି ଯେ, କେଜ୍‌ରିଓ୍ବାଲଙ୍କୁ ଜୁନ ୨ରେ ଆତ୍ମସମର୍ପଣ କରିବାକୁ ପଡ଼ିବ।
ମାର୍ଚ୍ଚ ୨୧ରେ ଦିଲ୍ଲୀର ଅବକାରୀ ନୀତି ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗିରଫ କରିଥିଲା। ସେ ଏକ ମାସରୁ ଅଧିକ ସମୟ ଇଡି ହେପାଜତରେ ବିତାଇଥିଲେ। ଏହି ସମୟ ମଧ୍ୟରେ କେଜ୍‌ରିଓ୍ବାଲ ଗିରଫକୁ ଚ୍ୟାଲେଞ୍ଜ କରି କୋର୍ଟରେ ଏକ ପିଟିସନ ମଧ୍ୟ ଦାଖଲ କରିଥିଲେ। ତାଙ୍କ ଗିରଫ ବେଆଇନ ବୋଲି ଦିଲ୍ଲୀ ସିଏମ କହିଛନ୍ତି। ବର୍ତ୍ତମାନ ନିର୍ବାଚନ ପ୍ରଚାର ପାଇଁ ସୁପ୍ରିମକୋର୍ଟ କେଜ୍‌ରିଓ୍ବାଲଙ୍କୁ ଜୁନ ୨ ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ଜୁନ ୨ରେ ଆତ୍ମସମର୍ପଣ କରିବାକୁ ପଡିବ।
ଦିଲ୍ଲୀର ଅବକାରୀ ନୀତି ମାମଲାରେ ଜାମିନ ପାଇବା ପରେ ଅରବିନ୍ଦ କେଜ୍‌ରିଓ୍ବାଲ ଜୋରଦାର ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ସେ ପ୍ରଥମେ ଦିଲ୍ଲୀରେ ଏକ ରୋଡ ସୋ ଆୟୋଜନ କରି ଜନସାଧାରଣଙ୍କ ସମର୍ଥନ ସଂଗ୍ରହ କରିଥିଲେ। ଏହା ପରେ ତାଙ୍କୁ ପଞ୍ଜାବରେ ପ୍ରଚାର କରୁଥିବା ମଧ୍ୟ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri