Posted inUncategorized

ଏମ୍ସ ଡାକ୍ତରଙ୍କ ସହ ୪୦ ମିନିଟ କଥା ହେଲେ କେଜରିଓ୍ବାଲ, ଉଠିଲା ନାହିଁ ଇନସୁଲିନ ପ୍ରସଙ୍ଗ!

ନୂଆଦିଲ୍ଲୀ,୨୧।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏଆଇଆଇଏମଏସର ବରିଷ୍ଠ ଡାକ୍ତରଙ୍କ ସହ ଭିଡିଓ ପରାମର୍ଶର ସୁବିଧା ଦିଆଯାଇଥିଲା। ଯେଉଁଥିରେ ତାଙ୍କୁ ନିଶ୍ଚିତ କରାଯାଇଥିଲା ଯେ ତାଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧରେ କୌଣସି ଗମ୍ଭୀର ଚିନ୍ତା ନାହିଁ। ତିହାର ଜେଲର ଏକ ସୂତ୍ର ଟାଇମ୍ସ ନାଓକୁ କହିଛି ଯେ କେଜରିୱାଲ କିମ୍ବା ଡାକ୍ତରଙ୍କ ବାର୍ତ୍ତାଳାପରେ ଥରେ ଇନସୁଲିନ ପ୍ରସଙ୍ଗ ଉଠାଯାଇ ନାହିଁ। ମଧୁମେହ ରୋଗରେ ପୀଡିତ ଥିବା ସତ୍ତ୍ୱେ ତିହାର ଜେଲରେ ରହୁଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଇନସୁଲିନ ନଦେବା ନେଇ ଆମ ଆଦମୀ ଦଳର ନେତାମାନେ ବାରମ୍ବାର ପ୍ରସଙ୍ଗ ଉଠାଉଛନ୍ତି। ସୂତ୍ରରୁ ଜଣାପଡିଛି ଯେ ୪୦ ମିନିଟରୁ ଅଧିକ ସମୟ ଧରି ଚାଲିଥିବା ପରାମର୍ଶ ସମୟରେ କେଜରିୱାଲଙ୍କୁ ର୍ନିଦ୍ଦିଷ୍ଟ ଔଷଧ ସେବନ ଜାରି ରଖିବାକୁ ପରାମର୍ଶ ଦିଆଯାଇଥିଲା।

‘ଟାଇମ୍ସ ନାଓ’ର ରିପୋର୍ଟ ଅନୁଯାୟୀ ଜଣେ ଅଧିକାରୀ କହିଛନ୍ତି ଯେ ସୁନୀତା କେଜରିୱାଲଙ୍କ ଅନୁରୋଧ କ୍ରମେ ତିହାର ଜେଲ ପ୍ରଶାସନ ଭିଡିଓ କାଉନସେଲିଂ ଆୟୋଜନ କରିଛି। ଏଥିରେ ଏମ୍ସର ବରିଷ୍ଠ ବିଶେଷଜ୍ଞଙ୍କ ବ୍ୟତୀତ ଆରଏମଓ ତିହାର ଏବଂ ଏମଓ ତିହାର ଉପସ୍ଥିତ ଥିଲେ। ଏମ୍ସର ବରିଷ୍ଠ ବିଶେଷଜ୍ଞ ସିଜିଏମ(ଗ୍ଲୁକୋଜ ମନିଟରିଂ ସେନ୍ସର) ଏବଂ କେଜରିୱାଲଙ୍କ ଦ୍ୱାରା ଗ୍ରହଣ କରାଯାଉଥିବା ଖାଦ୍ୟ ଏବଂ ଔଷଧ ବିଷୟରେ ସୂଚନା ମାଗିଥିଲେ ଏବଂ ଏକ ସାମ୍ବାଦିକ ସମ୍ମିଳନୀରେ ଦିଲ୍ଲୀ କ୍ୟାବିନେଟ ମନ୍ତ୍ରୀ ତଥା ବରିଷ୍ଠ ଏଏପି ନେତା ସୌରଭ ଭରଦ୍ୱାଜ ଏହା ଏକ ଷଡଯନ୍ତ୍ର ବୋଲି କହିଥିଲେ କେଜରିୱାଲଙ୍କୁ ନ୍ୟାୟିକ ହେପାଜତରେ କ୍ଷତି ପହଞ୍ଚାଇବା ପାଇଁ ଷଡଯନ୍ତ୍ର କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri