Posted inଜାତୀୟ

ଆଜି ଜେଲ୍‌ରୁ ବାହାରିବେ କେଜ୍‌ରିଓ୍ବାଲ୍‌: ସ୍ବାମୀଙ୍କୁ ଆଣିବାକୁ ଯିବା ପୂର୍ବରୁ ଏସବୁ କାମ କରିବେ ସ୍ତ୍ରୀ

ନୂଆଦିଲ୍ଲୀ,୨୧।୬: ଅବକାରୀ ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗୁରୁବାର ରାଉସ୍‌ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ୧ ଲକ୍ଷ ଟଙ୍କା ବ୍ୟକ୍ତିଗତ ବଣ୍ଡ ଜରିଆରେ ଜାମିନ ଦିଆଯାଇଛି। ସେ ଆଜି ତିହାର ଜେଲରୁ ବାହାରିବେ। ତାଙ୍କୁ ଜେଲରୁ ଘରକୁ ଆଣିବା ପାଇଁ ପ୍ରସ୍ତୁତି ଚାଲିଛି। ଅରବିନ୍ଦ କେଜ୍‌ରିୱାଲଙ୍କ ସ୍ତ୍ରୀ ସୁନୀତା କେଜ୍‌ିୱାଲ ଆଜି ତାଙ୍କ ବାସଭବନରୁ ଜଳମନ୍ତ୍ରୀ ଅତିଶୀଙ୍କ ସହ ସକାଳ ପ୍ରାୟ ୧୦.୪୫ରେ ରାଜଘାଟକୁ ଜଳମନ୍ତ୍ରୀ ଅତିଶୀଙ୍କ ସହ ଯିବେ। ଏହି ସମୟ ମଧ୍ୟରେ ଦଳର ଅନ୍ୟ ନେତାମାନେ ମଧ୍ୟ ଉପସ୍ଥିତ ରହିବେ।
ଏହା ପରେ ସୁନୀତା ପାଣି ପାଇଁ ଅନଶନ କରୁଥିବା ସ୍ଥଳକୁ ଯିବେ। ଏଠାରେ କିଛି ସମୟ ରହିବା ପରେ ସୁନୀତା ତାଙ୍କ ବାସଭବନକୁ ଫେରିବେ ଏବଂ ସେଠାରୁ ଅନ୍ୟ ସମସ୍ତ ନେତା ତିହାର ଜେଲକୁ ଯିବେ। ସୁନୀତା ଦିନ ପ୍ରାୟ ୪ଟାରେ ତିହାର ଜେଲରେ ପହଞ୍ଚିବେ।
କୋର୍ଟରୁ କେଜ୍‌ରିଓ୍ବାଲ୍‌ଙ୍କୁ ଜାମିନ ମିଳିବା ପରେ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ବାହାରେ ବାଣ ଫୁଟାଇ ଖୁସି ମନାଇଛନ୍ତି।
ସୂଚନାଯୋଗ୍ୟ, ଲୋକ ସଭା ନିର୍ବାଚନ ପୂର୍ବରୁ ଇଡି ଗତ ମାର୍ଚ୍ଚ ୨୧ରେ କେଜ୍‌ରିଓ୍ବାଲଙ୍କୁ ନାଟକୀୟ ଢଙ୍ଗରେ ଗିରଫ କରିଥିଲା। ନିର୍ବାଚନକୁ ଦୃଷ୍ଟିରେ ରଖି ଗତ ମେ’୧୦ରେ ସୁପ୍ରିମକୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ। ସର୍ତ୍ତ ଅନୁଯାୟୀ ଜୁନ୍‌ ୨ରେ କେଜ୍‌ରିଓ୍ବାଲ ଆତ୍ମସମର୍ପଣ କରିବା ପରେ ତାଙ୍କୁ ଜେଲ ପଠାଇଦିଆଯାଇଥିଲା। ଅବକାରୀ ଦୁର୍ନୀତି ମାମଲାରେ କେଜ୍‌ରିଓ୍ବାଲ ୧୦୦ କୋଟି ଟଙ୍କା ଲାଞ୍ଚ ଦାବି କରିଥିବାର ପ୍ରମାଣ ରହିଛି ବୋଲି ଶୁଣାଣି ବେଳେ ଇଡି ଅଦାଲତଙ୍କୁ ଜଣାଇଥିଲା। ଉକ୍ତ ଲାଞ୍ଚ ଟଙ୍କାକୁ ଗୋଆରେ ଆପ୍‌ ନିର୍ବାଚନ ପ୍ରଚାରରେ ବ୍ୟୟ କରିଥିବା ତଦନ୍ତକାରୀ ସଂସ୍ଥା କହିଥିଲା। ଇଡି ତରଫରୁ ଅତିରିକ୍ତ ସଲିସିଟର ଜେନେରାଲ ଏସ୍‌.ଭି. ରାଜୁ କହିଥିଲେ, ସାଉଥ୍‌ ଗ୍ରୁପ୍‌ ସିଧାସଳଖ ଆପ୍‌କୁ ଟଙ୍କା ପଠାଇଥିବାବେଳେ ଭାରତ ରାଷ୍ଟ୍ର ସମିତି ନେତ୍ରୀ କେ. କବିତା ସେଥିରେ ସମ୍ପୃକ୍ତ ଥିଲେ। ତଦନ୍ତ ବେଳେ ଫୋନ୍‌ ପାସ୍‌ଓ୍ବାର୍ଡ ଦେବାକୁ କେଜ୍‌ରିଓ୍ବାଲ ମନା କରିଥିଲେ ବୋଲି ରାଜୁ କହିଥିଲେ। ଏହି କାରଣରୁ ସାଧାରଣ ଜାମିନ ଆଇନ ଅନୁଯାୟୀ କେଜ୍‌ରିଓ୍ବାଲଙ୍କୁ ଜାମିନ ନ ଦେବାକୁ ରାଜୁ ଯୁକ୍ତି ଦର୍ଶାଇଥିଲେ। ଅନ୍ୟ ପକ୍ଷରେ ଇଡିର ଅଭିଯୋଗ ପଛରେ କୌଣସି ପ୍ରମାଣ ନ ଥିବା କେଜ୍‌ରିଓ୍ବାଲଙ୍କ ଓକିଲ ବିକ୍ରମ ଚୌଧରୀ କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri