Posted inଜାତୀୟ

କେଜ୍‌ରିଓ୍ବାଲ ନେଇଛନ୍ତି ୫୦ କୋଟି: କନ୍‌ମ୍ୟାନ୍‌ ସୁକେଶ

ନୂଆଦିଲ୍ଲୀ,୬।୧୧: ମନିଲଣ୍ଡରିଂ ମାମଲାରେ ତିହାର ଜେଲରେ ସଜା କାଟୁଥିବା କନ୍‌ମ୍ୟାନ୍‌ ସୁକେଶ ଚନ୍ଦ୍ରଶେଖର ଶନିବାର ଆଉ ଏକ ଚିଠି ଗଣମାଧ୍ୟମରେ ପ୍ରକାଶ କରିଛନ୍ତି। ରାଜ୍ୟ ସଭା ଆସନର ପ୍ରଲୋଭନ ଦେଖାଇ ଆମ୍‌ ଆଦ୍‌ମୀ ପାର୍ଟି ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତାଙ୍କଠାରୁ ୫୦ କୋଟି ଟଙ୍କା ନେଇଥିବା ଉକ୍ତ ଚିଠିରେ ସୁକେଶ ଉଲ୍ଲେଖ କରିଛନ୍ତି। ଏଥିସହ ୨୦୧୬ରେ କର୍ନାଟକ ଓ ତାମିଲନାଡୁରେ ଏଏପି ପାର୍ଟି ଫଣ୍ଡିଂ ପାଇଁ ୨୦-୩୦ ଜଣ ଲୋକଙ୍କୁ ଏକାଠି କରି ୫୦୦ କୋଟି ଟଙ୍କା ଦେବା ଲାଗି କେଜ୍‌ରିଓ୍ବାଲ ସୁକେଶଙ୍କୁ କହିଥିବା ଜଣାପଡ଼ିଛି। ୫୦ କୋଟି ଟଙ୍କା ନେବା ପରେ କେଜ୍‌ରିଓ୍ବାଲ ସୁକେଶଙ୍କ ସହ ଏକ ଡିନର ପାର୍ଟିରେ ଯୋଗ ଦେଇଥିଲେ।

ତେବେ ସୁକେଶଙ୍କ ଚିଠିକୁ ନେଇ ଏଏପି ମୁଖପାତ୍ର ସୌରଭ ଭରଦ୍ୱାଜ କହିଛନ୍ତି, ଗୁଜରାଟ ଓ ଦିଲ୍ଲୀ ପୌର ନିର୍ବାଚନ ଫଳକୁ ନେଇ ଭାଜପା ଖୁବ୍‌ ଚିନ୍ତିତ। ସେଥିପାଇଁ ଦଳ କନ୍‌ମ୍ୟାନ୍‌ ସୁକେଶ ଚନ୍ଦ୍ରଶେଖରକୁ ନିଜ ଷ୍ଟାର କ୍ୟାମ୍ପେନର ସଜାଇଛି। ଏହାପୂର୍ବରୁ ଦିଲ୍ଲୀ ଗୃହମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ସୁକେଶଙ୍କୁ ଜେଲରେ ସୁରକ୍ଷା ଦେବା ଲାଗି ଅର୍ଥ ଦାବି କରିଥିଲେ ବୋଲି ସେ ଦିଲ୍ଲୀ ଉପରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଚିଠି ଲେଖିଥିଲେ। ଅନ୍ୟପକ୍ଷେ ଜେଲ ଭିତରେ ସ୍ବତନ୍ତ୍ର ସୁବିଧା ଯୋଗାଇବା ସକାଶେ ସୁକେଶ ଜେଲ ଅଫିସରମାନଙ୍କୁ ଲାଞ୍ଚ ଦେବା ନେଇ ଅଭିଯୋଗ ତାଙ୍କ ନାମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri