Posted inଜାତୀୟ

କେଜ୍‌ରିଓ୍ବାଲଙ୍କୁ ମିଳିଲା ମଧ୍ୟବର୍ତ୍ତୀକାଳୀନ ଜାମିନ

ନୂଆଦିଲ୍ଲୀ,୧୨।୭: ମଦ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କ ଶେଷରେ ଜାମିନ ମିଳିଛି। ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କ ଜାମିନ ପ୍ରଦାନ କରିଛନ୍ତି। କିନ୍ତୁ ସେ ଜାମିନ ମିଳିବା ସତ୍ତ୍ୱେ ଜେଲରେ ରହିବେ କାରଣ ଇଡି ମାମଲାରେ ଏହି ରିଲିଫ ଦିଆଯାଇଛି। କେଜ୍‌ରିଓ୍ବାଲ୍‌ଙ୍କୁ ସିବିଆଇ ମାମଲାରେ ଜେଲରେ ରହିବାକୁ ପଡ଼ିବ। ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ଏକ ଦୁର୍ନୀତି ମାମଲାରେ ଏଏପି ଜାତୀୟ ସଂଯୋଜକ କେଜ୍‌ରିଓ୍ବାଲ୍‌ଙ୍କୁ ଜୁନ ୨୬ରେ ସିବିଆଇ ଗିରଫ କରିଥିଲା। ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ନେତୃତ୍ୱରେ ଏକ ବେଞ୍ଚ ଏହି ପ୍ରସଙ୍ଗରେ ନିଜର ରାୟ ଦେଇଛନ୍ତି।

ମାର୍ଚ୍ଚ ୨୧ରେ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଇଡି ଗିରଫ କରିଥିଲା। ତାଙ୍କୁ ଏହି ମାମଲାରେ ନିମ୍ନ ଅଦାଲତ ଜୁନ ୧୦ରେ ୧ ଲକ୍ଷ ଟଙ୍କା ବ୍ୟକ୍ତିଗତ ବଣ୍ଡରେ ଜାମିନ ପ୍ରଦାନ କରିଥିଲେ।
ତେବେ ପରଦିନ ଇଡି ଦିଲ୍ଲୀ ହାଇକୋର୍ଟକୁ ଘୁଞ୍ଚାଇ ଦେଇଥିଲା। ହାଇକୋର୍ଟ ଏହି ମୁକ୍ତି ଉପରେ ସ୍ଥଗିତ ରଖିଛନ୍ତି। ଏହା ବିରୋଧରେ ସେ ଉଚ୍ଚ ନ୍ୟାୟାଳୟଙ୍କ ନିକଟକୁ ଯାଇଥିଲେ। ଏହା ଉପରେ ଶୁଣାଣି ହେବ।
ଜୁନ ୨୬ରେ ସିବିଆଇ ତାଙ୍କୁ ଏକ ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ଏକ ଦୁର୍ନୀତି ମାମଲାରେ ଗିରଫ କରିଥିଲା। ସେ ଏହି ଗିରଫଦାରୀକୁ ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି।
ସୁପ୍ରିମକୋର୍ଟରେ ଇଡି ଗିରଫକୁ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଚ୍ୟାଲେଞ୍ଜ କରିଥିଲେ। ଏହି ମାମଲାରେ ସୁପ୍ରିମକୋର୍ଟ ତାଙ୍କ ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ। ଆଜି କୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ମକର ରାଶିରେ ରାହୁଙ୍କ ପ୍ରବେଶ: ୨୦୨୮ ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ ପ୍ରଚୁର ଟଙ୍କା, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମକର ରାଶିକୁ କର୍ମ, ଅଧିକାର ଓ ସଂଘର୍ଷ ପରେ ସଫଳତାର ପ୍ରତୀକ ଭାବେ ଦେଖାଯାଏ। ଶନିଙ୍କ ଅଧିପତ୍ୟ ଥିବା ଏହି ରାଶିରେ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?