Posted inଜାତୀୟ

ହରିୟାଣାରେ ଏଏପିର ତିରଙ୍ଗା ଯାତ୍ରାରେ ସାମିଲ ହେବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୩୦।୫: ଆସନ୍ତା ବର୍ଷ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଦଳର ଅଭିଯାନ ପକ୍ଷରୁ ଆସନ୍ତା ସପ୍ତାହରେ ରାଜ୍ୟ ଜିନ୍ଦ ଜିଲାର ତିରଙ୍ଗା ଯାତ୍ରାରେ ସାମିଲ ହେବେ ବୋଲି ସୂଚନା ମିଳିଛି। ହରିୟାଣା ବିଧାନସଭାର କାର୍ଯ୍ୟକାଳ ୩ ନଭେମ୍ବର ୨୦୨୪ରେ ଶେଷ ହେବ।

ନିକଟରେ ହରିୟାଣା ୟୁନିଟର ସଭାପତି ଭାବରେ ନିଯୁକ୍ତ ହୋଇଥିବା ଏଏପିର ରାଜ୍ୟ ସଭା ସଦସ୍ୟ ସୁଶୀଲ କୁମାର ଗୁପ୍ତା ସୋମବାର କହିଛନ୍ତି , ଜୁନ ୮ରେ ହରିୟାଣାର ଜିନ୍ଦ ଜିଲାରେ ଏକ ରୋଡ ଶୋ’ ସହିତ ତିରଙ୍ଗା ଯାତ୍ରା ଆୟୋଜିତ ହୋଇଛି। ଏହି ଯାତ୍ରାରେ କେଜ୍‌ରିଓ୍ବାଲ ଏବଂ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ସାମିଲ ହେବେ। ଯେଉଁଥିରେ ପ୍ରାୟ ୫୦,୦୦୦ ଲୋକ ଯୋଗଦେବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡିବା ପରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ, ଆଖି ପିଛୁଳାକେ ଯୋଡି ହେଲେ ୧୫ ଲକ୍ଷରୁ ଅଧିକ ସଦସ୍ୟ

ନୂଆଦିଲ୍ଲୀ,୭।୬: ତାମିଲନାଡୁର ପୂର୍ବତନ ଭାଜପା ଅଧ୍ୟକ୍ଷ କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେବାର କିଛି ଦିନ ପରେ ଏକ ନୂତନ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହି…

ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…

ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି…

ଭାରତକୁ ବନ୍ଦ ହୋଇଯିବ କି LPG ଯୋଗାଣ? ହର୍ମୁଜରେ ଫସି ରହିଥିବା ଜାହାଜକୁ ନେଇ…

ନୂଆଦିଲ୍ଲୀ,୭।୬: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଫେବୃଆରୀ ୨୮, ୨୦୨୬ ରେ ଆରମ୍ଭ ହୋଇଥିଲା। ପ୍ରତିଶୋଧ ସ୍ବରୂପ, ଇରାନ ଷ୍ଟ୍ରେଟ ଅଫ ହର୍ମୁଜ ରାସ୍ତାକୁ…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

ସୁନ୍ଦରପୁର,ଗଙ୍ଗାପୁରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ଆଗାମୀ ପିଢ଼ି ପାଇଁ ସୃଷ୍ଟି କରିବ ଶିକ୍ଷାର ବାତାବରଣ

ଛତ୍ରପୁର, ୭।୬ (ଦିଲ୍ଲୀପ କୁମାର ସାମଲ): ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ହେଉଛି ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ଏକ ପ୍ରମୁଖ ସରକାରୀ…

ପିକ୍‌ନିକ୍‌ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍‌ନିକ୍‌ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri