Posted inଜାତୀୟ

‘ଅକ୍ସିଜେନ ଦିଅ’ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ହାତ ପାତିଲେ କେଜ୍ରିୱାଲ

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀରେ ଅକ୍ସିଜେନ ସଙ୍କଟ ଦେଖାଯାଇଛି। ଅକ୍ସିଜେନ ଅଭାବରୁ ବିଭିନ୍ନ ହସ୍ପିଟାଲରେ ରୋଗୀଙ୍କ ମୃତ୍ୟୁ ଘଟୁଛି। ଏଭଳି ସ୍ଥିତିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀବାସୀଙ୍କ ପାଇଁ ଅକ୍ସିଜେନ ଯୋଗାଇ ଦେବାକୁ ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଶନିବାର ଚିଠି ଲେଖିଛନ୍ତି। ଅକ୍ସିଜେନ ଅଭାବରୁ ହସ୍ପିଟାଲଗୁଡିକରେ ରୋଗୀଙ୍କୁ ଫେରାଇ ଦିଆଯାଉଥିବା କେଜ୍ରିୱାଲ ଚିଠିରେ ଉଲ୍ଳେଖ କରିଛନ୍ତି। ଏନେଇ ରାଜ୍ୟରେ ବଳକା ଥିବା ଅକ୍ସିଜେନ ତୁରନ୍ତ ଦିଲ୍ଲୀ ପଠାଇବାକୁ ସେ ମୁଖ୍ୟମନ୍ତ୍ରୀମାନଙ୍କୁ ନିବେଦନ କରିଛନ୍ତି। ଦିଲ୍ଲୀର କରୋନା ସ୍ଥିତି ଯେଉଁଭଳି ଭାବେ ଉଗ୍ରରୂପ ଧାରଣ କରିଛି କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳୁଥିବା ଅକ୍ସିଜେନ ପର୍ଯ୍ୟାପ୍ତ ହେଉନାହିଁ।ତେଣୁ ଦିଲ୍ଲୀବାସୀଙ୍କୁ ସହଯୋଗ କରି ଜୀବନ ରକ୍ଷା କରନ୍ତୁ ବୋଲି ମଧ୍ୟ କେଜ୍ରିୱାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପୂର୍ବରୁ ବଡ଼ TMCରେ ବଡ଼ ହଲଚଲ: ଭାଜପାରେ ସାମିଲ ହେବେ ୧୭ ବିଦ୍ରୋହୀ ସାଂସଦ, ବଡ଼ ଦାବି କଲେ…

କୋଲକାତା,୧୪।୯: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (TMC) ଛାଡ଼ି ନ୍ୟାସନାଲିଷ୍ଟ ସିଟିଜେନ ପାର୍ଟି ଅଫ ଇଣ୍ଡିଆ (NCPI)ରେ ଯୋଗ ଦେଇଥିବା କୁଚବିହାର ସାଂସଦ ଜଗଦୀଶ ଚନ୍ଦ୍ର ବର୍ମା…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?