Posted inଜାତୀୟ

ଗୋଆରେ କେଜ୍ରିଓ୍ବାଲଙ୍କ ୭ ପ୍ରତିଶ୍ରୁତି …

ପଣଜୀ,୨୧।୯: ଅସନ୍ତା ବର୍ଷ ଗୋଆରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ମଙ୍ଗଳବାର ୭ ପ୍ରତିଶ୍ରୁତି ଦେଇଛନ୍ତି। ପ୍ରତି ପରିବାରର ଜଣେ ବେକାର ଯୁବକଙ୍କୁ ମାସକୁ ୩୦୦୦ ଟଙ୍କାର ଭତ୍ତା ସହିତ ନିଯୁକ୍ତିରେ ୮୦ ପ୍ରତିଶତ ସଂରକ୍ଷଣ ସ୍ଥାନୀୟ ଲୋକଙ୍କ ପାଇଁ ରହିବ ବୋଲି କହିଛନ୍ତି।

ସେହିପରି କରୋନା ମହାମାରୀ ଯୋଗୁ ପର୍ଯ୍ୟଟନ ଶିଳ୍ପ ବନ୍ଦ ରହିଛି। ଫଳରେ ବହୁ ଲୋକ ବେକାର ହୋଇଯାଇଛନ୍ତି। ଜୀବନ ଜୀବିକା ପାଇଁ ପର୍ଯ୍ୟଟନ ଉପରେ ନିର୍ଭର କରୁଥିବା ଲୋକଙ୍କୁ ମାସକୁ ୫୦୦୦ ଟଙ୍କା ପ୍ରଦାନ କରାଯିବ। ସ୍ଥିତି ସ୍ବାଭାବିକ ନ ହେବା ପର୍ଯ୍ୟନ୍ତ ଏହା ଜାରି ରହିବ। ସେହିପରି ଖଣି ସେକ୍ଟର ଉପରେ ନିର୍ଭର କରୁଥିବା ପରିବାରଙ୍କୁ ମଧ୍ୟ ମାସ ପିଛା ୫୦୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ଖଣି ସେକ୍ଟରରେ ପୂର୍ବ ଅବସ୍‌ତା ଫେରି ଆସିବା ପର୍ଯ୍ୟନ୍ତ ଏହା ପ୍ରଦାନ କରାଯିବ ବୋଲି ସେ କହିଛନ୍ତି।

କେଜ୍ରିଓ୍ବାଲଙ୍କ ନିର୍ବାଚନୀ ଘୋଷଣା ସହିତ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପକ୍ଷରୁ ଗୋଆ ବିଧନାସଭା ନିର୍ବାଚନ ପାଇଁ ପ୍ରାୟ ୪ ମାସ ଆଗରୁ ବିଗୁଲ୍‌ ବଜା ଯାଇଛି। ଏଏପିକୁ ବିଜୟୀ କରାଇଲେ ଏସବୁ ପ୍ରତିଶ୍ରୁତି ପୂରଣ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri