Posted inଜାତୀୟ

ସୁପ୍ରିମକୋର୍ଟରେ କେଜରିଓ୍ବାଲଙ୍କ ହେଉଥିଲା ଶୁଣାଣି, ହଠାତ୍‌ ଉଠିଲା ଡୋନାଲ୍ଡ ଟ୍ରମ୍ପଙ୍କ ନାମ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଗିରଫଦାରୀ ଉପରେ ଚ୍ୟାଲେଞ୍ଜ ହୋଇଥିବା ଯାଚିକାର ଶୁଣାଣି ସମୟରେ ସୁପ୍ରିମକୋର୍ଟରେ ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଉଲ୍ଲେଖ କରାଯାଇଛି। କେଜରିଓ୍ବାଲଙ୍କୁ ପ୍ରତିନିଧିତ୍ୱ କରୁଥିବା ବରିଷ୍ଠ ଆଡଭୋକେଟ ଅଭିଷେକ ସିଂଘଭି ମଜାଳିଆ ଅନ୍ଦାଜରେ କହିଛନ୍ତି, ଆଜିକାଲି ଟ୍ରମ୍ପ ଏକ ବିପଦଜ୍ଜନକ ଶଦ୍ଦ ପାଲଟିଛନ୍ତି।

ସମ୍ବିଧାନର ଧାରା ୨୧କୁ ଉଲ୍ଲେଖ କରି ସିଂଘଭି କହିଛନ୍ତି, ଯିଏ ଜୀବନ ଓ ସ୍ବତନ୍ତ୍ରତାର ଅଧିକାରକୁ ଗ୍ୟାରେଣ୍ଟି ଦେଇଥାଏ ତାହାକୁ ପ୍ରାଥମିକତା ଦେବା ଆବଶ୍ୟକ। ଏହାପରେ ସେ କହିଛନ୍ତି, ଟ୍ରମ୍ପ ଏବେ ଗୋଟିଏ ବିପଦଜ୍ଜନକ ଶଦ୍ଦ ଭାବରେ ଉଭା ହୋଇଛନ୍ତି। ସମ୍ବିଧାନର ଧାରା ୨୧ ଟ୍ରମ୍ପଙ୍କୁ ଏକ ଭୟଙ୍କର ଶଦ୍ଦ ଭାବେ ଧରିଥାଏ।

ଗୁରୁବାର କେଜରିଓ୍ବାଲଙ୍କ ମାମଲାରେ ଜଷ୍ଟିଷ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଉଜ୍ଜଳ ଭୂୟାନଙ୍କ ଖଣ୍ଡପୀଠ ଶୁଣାଣି କରୁଥିଲେ। ଯଦି ଯାଚିକା ମଞ୍ଜୁର ହୋଇଯାଏ ତେବେ ଆମ ଆଦମୀ ପାର୍ଟି ମୁଖ୍ୟ କେଜରିଓ୍ବାଲ ଜେଲ୍‌ରୁ ମୁକୁଳିଯିବେ। ସିବିଆଇ ଜୁନ ୨୬ରେ କେଜରିଓ୍ବାଲଙ୍କୁ ଗିରଫ କରିଥିଲା।

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଜାମିନ ଆବେଦନ ଉପରେ ଶୁଣାଣି ସୁପ୍ରିମକୋର୍ଟରେ ଆରମ୍ଭ ହୋଇଛି। ଦିଲ୍ଲୀ ମଦ ନୀତି ଦୁର୍ନୀତିରେ ଜେଲରେ ଥିବା କେଜ୍‌ରିୱାଲ ତାଙ୍କ ଗିରଫଦାରୀକୁ ନେଇ ସୁପ୍ରିମକୋର୍ଟରେ ଜାମିନ ଆବେଦନ କରିଥିଲେ। ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ ଉଜଲ ଭୁୟାଁଙ୍କ ବେଞ୍ଚ କେଜ୍‌ରିୱାଲଙ୍କ ଜାମିନ ଆବେଦନ ଉପରେ ଶୁଣାଣି କରୁଛନ୍ତି। ବରିଷ୍ଠ ଓକିଲ ଅଭିଷେକ ମନୁ ସିଂଘଭି କେଜ୍‌ରିୱାଲଙ୍କ ପ୍ରତିନିଧିତ୍ୱ କରୁଛନ୍ତି।
ଜାମିନ ଆବେଦନ ଉପରେ ଶୁଣାଣି ବେଳେ କେଜ୍ରିୱାଲଙ୍କ ଓକିଲ ଅଭିଷେକ ମନୁ ସିଂଘଭି ଯୁକ୍ତି ଦର୍ଶାଇଥିଲେ, କେଜ୍‌ରିୱାଲଙ୍କ ନାମ ଏକ୍ସାଇଜ ପଲିସି ମାମଲାରେ ସିବିଆଇ ଦ୍ୱାରା ଦାଖଲ ହୋଇଥିବା ଏଫଆଇଆରରେ ନାହିଁ। ଏଥିସହ ନିକଟରେ କେଜ୍‌ରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରି ସୁପ୍ରିମକୋର୍ଟ କହିଥିଲେ ଯେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସମାଜ ପାଇଁ ବିପଦ ନୁହେଁ। ଦୁଇଥର ସୁପ୍ରିମକୋର୍ଟ ଏବଂ ଥରେ ଟ୍ରାଏଲ କୋର୍ଟ କେଜ୍‌ରିୱାଲଙ୍କୁ ଜାମିନରେ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସିଂହଭି ଯୁକ୍ତି କରିଛନ୍ତି ଯେ, କେଜ୍‌ରିୱାଲ ଏକ ସାମ୍ବିଧାନିକ ପଦବୀରେ ଅଛନ୍ତି ଏବଂ ଏହା ସମାଜ ପାଇଁ ବିପଦ ନୁହେଁ। ତାଙ୍କୁ ଜାଣିଶୁଣି ଗିରଫ କରାଯାଇଛି। ସେ ଜେଲ୍‌ରୁ କେମିତି ବାହାରକୁ ନ ଆସି ପାରିବେ, ସେଥିପାଇଁ ତାଙ୍କୁ ସିବିଆଇ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri