Posted inଜାତୀୟ

କେଜରିଓ୍ବାଲଙ୍କ ସମସ୍ୟା ବଢ଼ିଲା: ସରକାରୀ ବାସଭବନର ନବୀକରଣ ଅଡିଟ କରିବେ ସିଏଜି…

ନୂଆଦିଲ୍ଲୀ,୨୭।୬ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ତାଙ୍କ ସରକାରୀ ବାସଭବନର ନବୀକରଣରେ ହୋଇଥିବା ‘ଅନିୟମିତତା ଏବଂ ନିୟମ ଉଲ୍ଲଂଘନ’ ଅଭିଯୋଗର ଅଡିଟ କମ୍ପ୍ଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ (ସିଏଜି) କରିବେ। ରାଜ ନିବାସର ଅଧିକାରୀମାନେ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି।

ବାସ୍ତବରେ, ମେ ୨୪ ରେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ ସାକ୍ସେନାଙ୍କ କାର୍ଯ୍ୟାଳୟ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଏକ ଚିଠି ପଠାଇ ସିଏଜି ଦ୍ୱାରା ଏକ ସ୍ବତନ୍ତ୍ର ଅଡିଟ ସୁପାରିଶ କରିଥିଲେ। ଚିଠିରେ କୁହାଯାଇଥିଲା ମୁଖ୍ୟମନ୍ତ୍ରୀଙ୍କ ବାସଭବନର ନବୀକରଣ ନାମରେ ଅନେକ ଉଲ୍ଲଂଘନ ଏବଂ ବ୍ୟାପକ ଆର୍ଥିକ ଅନିୟମିତତା ହୋଇଥିବା ଜଣାପଡୁଛି।

ଏହା ପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଉପରାଜ୍ୟପାଳଙ୍କ ସଚିବାଳୟ ଦ୍ୱାରା ପଠାଯାଇଥିବା ସୁପାରିଶକୁ ସିଏଜିକୁ ପଠାଇଥିଲେ। ଏବେ ଦିଲ୍ଲୀର ସିଭିଲ ଲାଇନ୍ସର ୬ ଫ୍ଲାଗ ଷ୍ଟାଫ ରୋଡରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସରକାରୀ ବାସଭବନ ସହ ଜଡିତ ମାମଲାର ସ୍ବତନ୍ତ୍ର ଅଡିଟ କରାଯିବ।

ମୁଖ୍ୟମନ୍ତ୍ରୀଙ୍କ ବାସଭବନର ନବୀକରଣ ସମ୍ପର୍କରେ ଭାଜପା ଅଭିଯୋଗ କରିଥିଲା ପିଡବ୍ଲ୍ୟୁଡି ଏହି କାମର ମୂଲ୍ୟ ୭.୬୨କୋଟିରୁ ୩୩.୨୦ କୋଟି ଟଙ୍କାକୁ ବିନା ଅନୁମତିରେ ବୃଦ୍ଧି କରିଛି। ଏହି ଅଭିଯୋଗ ନେଇ ଉପରାଜ୍ୟପାଳ ଭି.କେ ସାକ୍ସେନା ଦିଲ୍ଲୀର ମୁଖ୍ୟ ଶାସନ ସଚିବଙ୍କ ନିକଟରୁ ଏକ ରିପୋର୍ଟ ମାଗିଥିଲେ। ଯେଉଁଥିରେ ମୁଖ୍ୟ ସଚିବ ୨୭ ଏପ୍ରିଲରେ ରିପୋର୍ଟର ପ୍ରଥମ ଭାଗ ପଠାଇଥିଲେ ଏବଂ ତା’ପରେ ୧୨ ମେରେ ରିପୋର୍ଟର ଦ୍ୱିତୀୟ ଭାଗ ଉପରାଜ୍ୟପାଳଙ୍କ ସଚିବାଳୟକୁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri