ସହାୟତା ଅପେକ୍ଷାରେ କେନ୍ଦରା କଳାକାର

ଚମ୍ପୁଆ, ୮।୧୦ (ଡି.ଏନ.ଏ)-ହଜି ଯାଉଥିବା ଲୋକ ସଙ୍ଗୀତ ଓ ସଂସ୍କୃତିକୁ ବଞ୍ଚାଇ ରଖିବା ପାଇଁ ଯେଉଁ କେତେଜଣ କଳାକାର ପ୍ରୟାସ ଚଳାଇ ଆସିଛନ୍ତି ସେମାନଙ୍କ ମଧ୍ୟରେ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ସରଙ୍ଗି ପଞ୍ଚାୟତ ଅନ୍ତର୍ଗତ ନିଉଣ୍ଡି ଗ୍ରାମର ସାହେବ ମୁଣ୍ଡା ଅନ୍ୟତମ। ୯୧ ବର୍ଷ ବୟସରେ ମଧ୍ୟ ସେ କେନ୍ଦରା ବଜାଇ ପରମ୍ପରାକୁ ବଞ୍ଚାଇ ରଖିଛନ୍ତି।
ମହାଭାରତ, ରାମାୟଣ ତଥା ସ୍ଥାନୀୟ କଥାବସ୍ତୁକୁ ଗୀତରେ ସ୍ଥାନ ଦେବାର ପାରଙ୍ଗମ ସାହେବ ଦିନ ମଜୁରିଆ ଭାବେ ଜୀବନ ନିର୍ବାହ କରିଆସୁଛନ୍ତି। ସମୟ ସୁଯୋଗ ପାଇଲେ କେନ୍ଦରା ବଜାଇ ଆରମ୍ଭ କରନ୍ତି ଲୋକ ସଙ୍ଗୀତ। ତାଙ୍କ କେନ୍ଦରା ଶବ୍ଦ ଶୁଣିଲେ ଗାଁ ଗହଳିରେ ଲୋକଙ୍କ ଭିଡ଼ ଜମିଯାଏ। ଏହାକୁ ଆୟୁଦ୍ଧ କରି ଗାଁକୁ ଗାଁ ବୁଲି କେନ୍ଦରା ବଜାଇ ଗୀତ ଗାଇବା ଏବଂ ଲୋକଙ୍କ ସହାନୁଭୂତି ସାଉଁଟିବା ସହିତ ମିଳୁଥିବା ଅର୍ଥରେ ପେଟ ଚାଖଣ୍ଡକ ପୋଷି ହୁଅନ୍ତି ସେ। ମାତ୍ର ଏବେ ତାଙ୍କୁ ବାର୍ଦ୍ଧକ୍ୟ ଘାରିସାରିଲାଣି। ମୟୂରଭଞ୍ଜ ଜିଲା ଗୁରୁ କଷ୍ଟୁ ମୁଣ୍ଡାଙ୍କଠାରୁ ଗୀତ ଗାଇବା ଓ କେନ୍ଦେରା ବଜାଇବା କୌଶଳ ଆଜି ତାଙ୍କୁ ସ୍ଥାନୀୟ ଅଞ୍ଚଳରେ ଜଣେ କଳାକାର ଭାବେ ପରିଚୟ ଦେଇଛି। ଲୋକ କଳା ଓ ଲୋକ ସାହିତ୍ୟକୁ ବଞ୍ଚାଇ ରଖିଥିବା ଏହି ଅସ୍ତଗାମୀ ପ୍ରତିଭା ଏବେ ସହାୟତା ଅପେକ୍ଷାରେ। କେବଳ ଖାଉଟି ସୁରକ୍ଷା ଯୋଜନାରେ ୫ କେ.ଜି.ଚାଉଳ ମିଳୁଥିବା ବେଳେ ଆଜି ପର୍ଯ୍ୟନ୍ତ କଳାକାର ଭତ୍ତା ପାଇନାହାନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତାଙ୍କୁ ଘର ଖଣ୍ଡିଏ ମିଳିନାହିଁ। ଏଭଳି କଳାକାରଙ୍କ ସହାୟତା ପାଇଁ ସିବନୀ ସାହିତ୍ୟ ସଂସଦ ସମ୍ପାଦକ ଡମ୍ବରୁ ମହାନ୍ତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବ୍ରିକ୍ସ ଥାଳି’ (BRICS Thali) କୁ ନେଇ ରାଜନୀତି ସରଗରମ; ନିରାମିଷ ଖାଦ୍ୟ ତାଲିକାକୁ ନେଇ କଂଗ୍ରେସ-ଭାଜପା ମଧ୍ୟରେ ରାଜନୈତିକ ଲଢ଼େଇ

ନୂଆଦିଲ୍ଲୀ,୧୪।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀର ସଫଳ ସମାପ୍ତି ପରେ ଦେଶରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଏହି ବିବାଦ ସମ୍ମିଳନୀ ଅବସରରେ…

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା

ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?