ଜବରଦଖଲ ସମସ୍ୟାରେ କେନ୍ଦ୍ରାପଡ଼ା ସହର

କେନ୍ଦ୍ରାପଡ଼ା,୨୫ା୧ (ଜଗନ୍ନାଥ ଧଳ):ରାଜ୍ୟର ସର୍ବପ୍ରଥମ ପୌରାଞ୍ଚଳ ଘୋଷିତ କେନ୍ଦ୍ରାପଡ଼ା ସହର ଜବରଦଖଲ ସମସ୍ୟାରୁ ନିସ୍ତାର ପାଉନାହିଁ। କ୍ରମବର୍ଦ୍ଧିଷ୍ଣୁ ଲୋକସଂଖ୍ୟା ଜବରଦଖଲ ସମସ୍ୟାକୁ ଗୁରୁତର କରୁଛି। ୧୮୬୯ରେ ସ୍ଥାପିତ ଏହି ପୌରାଞ୍ଚଳ ଅଧିବାସୀ ସହରକୁ ବିକଶିତ ଦେଖିବା ପାଇଁ ଏବେବି ମାଷ୍ଟର ପ୍ଲାନ ଅପେକ୍ଷାରେ ଅଛନ୍ତି। ମନମୁଖୀ ପ୍ରକଳ୍ପ ନିର୍ମାଣ ଓ ଜବରଦଖଲ ସହରକୁ ସଙ୍କୁଚିତ କରୁଥିବା ବେଳେ ଜଳ ନିଷ୍କାସନ ଏକ ସମସ୍ୟା ଭାବେ ଉଭା ହୋଇଛି। ସେହିପରି ଐତିହ୍ୟ ସଂରକ୍ଷଣ ପାଇଁ ଏକ ମ୍ୟୁଜିୟମ ସ୍ଥାପନ କରାଯିବାକୁ ଦାବି ହେଉଛି।

ଏ ସମ୍ପର୍କରେ ସହରର ଚିତ୍ତରଞ୍ଜନ ସାହୁ, ମନୋଜ କୁମାର ସିଂହ, ବିଜୟ କୁମାର ମଣ୍ଡଳ, ଅସିତ କୁମାର ମହାପାତ୍ର, କ୍ଷିତୀଶ କୁମାର ସିଂହ ପ୍ରମୁଖ କହିଛନ୍ତି, ଏହି ଜିଲାରେ ବିଶ୍ୱବାସୀଙ୍କ ଆକର୍ଷଣ ଜାତୀୟ ଉଦ୍ୟାନ ଭିତରକନିକା ଅଛି। ସେହିପରି ରାଜ୍ୟର ଏକମାତ୍ର ଜିଓ ଟିଉବୱାଲ, ହୁକିଟୋଲାଠାରୁ ଆରମ୍ଭ କରି ସହର ମଧ୍ୟରେ ଆଧ୍ୟାତ୍ମିକସ୍ଥଳ ଶ୍ରୀବଳଦେବ ଜୀଉଙ୍କ ମନ୍ଦିର ଅଛି। ପ୍ରଚାର ପ୍ରସାର ପରେ ଆଗାମୀ ଦିନରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବ। କେନ୍ଦ୍ରାପଡ଼ା ସହର ଏହାର ମଧ୍ୟସ୍ଥଳରେ ଥିବା ବେଳେ ସହରବାସୀଙ୍କ ସଂଖ୍ୟା ଇତିମଧ୍ୟରେ ପ୍ରାୟ ୮୦ ହଜାର ହୋଇଛି। ଆଗାମୀ ଦିନରେ ସହରର ପରିସୀମା ବୃଦ୍ଧିର ପ୍ରସ୍ତାବ ରହିଛି। କୌଣସି ଅଞ୍ଚଳର ବିକାଶ ପାଇଁ ଚିନ୍ତା କଲେ ଆଗାମୀ ୫୦ ବର୍ଷର ସମ୍ଭାବନା ଏଥିରେ ସାମିଲ କରାଯାଇଥାଏ। ଏହାକୁ ଦୃଷ୍ଟିରେ ରଖି ରାସ୍ତାଠାରୁ ଜଳ ନିଷ୍କାସନ, ରାତ୍ରିକାଳୀନ ରହଣିଠାରୁ ଭେଣ୍ଡିଂ ଜୋନର ଅବସ୍ଥିତି ପ୍ରତି ସଚେତନ ହେବାକୁ ପଡ଼ିବ। ତେବେ ୨୫ବର୍ଷ ପୂର୍ବେ ପ୍ରତିଷ୍ଠିତ ଆଞ୍ଚଳିକ ଉନ୍ନୟନ ଟ୍ରଷ୍ଟ କାର୍ଯ୍ୟାଳୟ ଏକ ସାଇନ୍‌ବୋର୍ଡ ମଧ୍ୟରେ ସୀମିତ ରହିଛି। ପ୍ରକଳ୍ପର ଅନୁମୋଦନ ସମ୍ପର୍କରେ କୌଣସି ଅନୁଧ୍ୟାନ କରାଯାଉ ନାହିଁ। ଜିଲାର ବ୍ୟସ୍ତବହୁଳ ତିନିମୁହାଣି ଛକ ଏବେ ଟ୍ରାଫିକ ସମସ୍ୟାରେ ଅଛି। କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ସହ ସହର ମଧ୍ୟକୁ ଏହା ସଂଯୋଗସ୍ଥଳ। ଏହାବ୍ୟତୀତ ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ପ୍ରସ୍ତୁତିରେ ଅଛନ୍ତି। ତିନିମୁହାଣି ଛକକୁ ଅଧିକ ପ୍ରଶସ୍ତ ଓ ଯାତାୟାତ ପାଇଁ ଏହାର ସମ୍ପ୍ରସାରଣ ଜରୁରୀ ହୋଇଛି। ଏଥିପାଇଁ ନିକଟରେ ଥିବା ଚଟିପୋଲଠାରୁ ନୂତନ ରାସ୍ତା ନିର୍ମାଣାଧୀନ ଅଛି। ତେବେ ତିନିମୁହାଣି ଛକରେ ଏକାଧିକ ପ୍ରକଳ୍ପ ଟ୍ରାଫିକ ସମସ୍ୟାକୁ ଉତ୍କଟ କରିଛି। ଏଠାରେ ଗାନ୍ଧୀ ସ୍ମୃତି ନାମରେ ଏକ ପିଣ୍ଡି ନିର୍ମାଣ ହୋଇଛି। ସେହିପରି ଶୌଚାଳୟ ଓ ଆଇ ଲଭ୍‌ କେନ୍ଦ୍ରାପଡ଼ା ପ୍ରତୀକ ରହିଥିବାରୁ ରାସ୍ତା ଉପରେ ବାଇକ୍‌ଠାରୁ ଅଟୋର ଭିଡ଼ ଜମୁଛି। ସହରର ପ୍ରବେଶ ପଥରେ ଭେଣ୍ଡିଂ ଜୋନ୍‌ ପାଇଁ ବ୍ୟବସ୍ଥା ହୋଇଛି। ଏହା ସହିତ ପରିସୀମା ବୃଦ୍ଧି ହୋଇଥିବାରୁ ଏଠାରେ ଥିବା ଗେଟ୍‌ର ପ୍ରାସଙ୍ଗିକତା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତିନିମୁହାଣି ଛକ ନିକଟରେ ଥିବା ଇଣ୍ଡଷ୍ଟ୍ରିଆଲ ଏରିଆରେ ଭେଣ୍ଡି ଜୋନ୍‌ଠାରୁ ଆରମ୍ଭ କରି ଶୌଚାଳୟ, ଗାନ୍ଧୀ ସ୍ମୃତିପୀଠ, ଐତିହ୍ୟ ମ୍ୟୁଜିୟମ ଆଦି ହୋଇପାରିଥା’ନ୍ତା। ଫଳରେ ଆଗାମୀ ଦିନରେ ସହରର ଯାତାୟାତ ସହିତ ସୌନ୍ଦର୍ଯ୍ୟ ପ୍ରଦାନ କ୍ଷେତ୍ରରେ ଏହାର ଭାଗୀଦାରି ରହିଥା’ନ୍ତା। ଜିଲାର କୃଷି ପରି ପର୍ଯ୍ୟଟନ ଶିଳ୍ପ ଆର୍ଥିକ ଉନ୍ନତି ଆଣିପାରିବ। ଜିଲାରେ ଶିଳ୍ପ ପ୍ରତିଷ୍ଠା ପରେ ସହରର ଭୂମିକା କମ୍‌ ନୁହେଁ। ସହର ମଧ୍ୟରେ ଥିବା ଯାତ୍ରୀ ନିବାସ, ରାତ୍ର ରହଣିସ୍ଥଳ, କଲ୍ୟାଣ ମଣ୍ଡପ, ଇଚ୍ଛାପୁରରେ ଥିବା ପର୍ଯ୍ୟଟନ ବିଭାଗ ନିବାସର ଉପଯୋଗିତାକୁ ଅନୁଧ୍ୟାନ ଆବଶ୍ୟକ।

ଆଗାମୀ ଦିନରେ ଜିଲା ବାହାର ଲୋକଙ୍କୁ ଏଠାରେ ରହିବା ସମସ୍ୟା ସୃଷ୍ଟି କରିବ। ଜିଲାରେ ବିକ୍ଷିପ୍ତ ଭାବେ ଥିବା ଐତିହ୍ୟ ସ୍ମାରକୀ ପାଇଁ ମ୍ୟୁଜିୟମ ପାଇଁ ବହୁବାର ଦୃଷ୍ଟି ଆକର୍ଷଣ କରାଯାଇଛି। ସେହିପରି ଜବରଦଖଲ ମୁକ୍ତ ନ ହେଲେ ସହର ମଧ୍ୟରୁ ଜଳ ନିଷ୍କାସନ ବ୍ୟବସ୍ଥା ହୋଇପାରିବନି ବୋଲି ସେମାନେ ମତ ଦେଇଛନ୍ତି। ଏ ସମ୍ପର୍କରେ ପୌରାଧ୍ୟକ୍ଷା ସରିତା ସାହୁଙ୍କୁ ପଚାରିବାରେ ବିଭିନ୍ନ ପ୍ରକଳ୍ପର ଅବସ୍ଥିତି ଓ ସମସ୍ୟା ସମ୍ପର୍କରେ ସମୀକ୍ଷା ହୋଇଛି। ଏକ ସୁନ୍ଦର ସହର ଗଠନ ପାଇଁ ପ୍ରୟାସ ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?