ସିଟି ହସ୍ପିଟାଲ ଦାବିରେ କେନ୍ଦ୍ରାପଡ଼ା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୧୭।୧: ସହରର ଖଡ଼ଇଙ୍ଗସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ସିଟି ହସ୍ପିଟାଲ ଦାବିରେ କେନ୍ଦ୍ରାପଡ଼ା ସହରକୁ ମଙ୍ଗଳବାର ବନ୍ଦ କରାଯାଇଛି। ମିଳିତ କ୍ରିୟାନୁଷ୍ଠାନ କମିଟି ଆହ୍ବାନ କ୍ରମେ ସହରର ସମସ୍ତ ବ୍ୟବସାୟୀ ଏଥିରେ ସାମିଲ ହୋଇଛନ୍ତି। ସହର ଓ ଆଖପାଖ ୮ ପଞ୍ଚାୟତରେ ମଧ୍ୟ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ୩୦ରୁ ଊଦ୍ଧର୍‌ବ ଛକରେ ଟାୟାର ଜାଳି ଓ ରାସ୍ତା ଅବରୋଧ କରି ଯାଇଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ଏପରିକି କଟକ-ଚାନ୍ଦବାଲି ରାଜ୍ୟ ରାଜପଥର ତିନିମୁହାଣୀ ଛକକୁ ବନ୍ଦ କରାଯାଇଥିବାରୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖୀନ ହୋଇଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ଉକ୍ତ ଜିଲା ମୁଖ୍ୟ ଚିକିତ୍ସାଳୟ ଖଡ଼ଇଙ୍ଗଠାରେ ଥିଲା। ହେଲେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଗତ ୯ତାରିଖରେ ୫କି.ମି. ଦୂର ସହର ନିକଟସ୍ଥ ସାମଗୁଡ଼ିଆଠାରେ ନବ ନିର୍ମିତ ମାତୃ ଶିଶୁ ମଙ୍ଗଳ ସ୍ବାସ୍ଥ୍ୟ କେନ୍ଦ୍ରକୁ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି। ପୁରୁଣା ଚିକିତ୍ସାଳୟର ଭିତ୍ତିଭୂମିରେ ୧୬୫ ଶଯ୍ୟା ବିଶିଷ୍ଟ ରହିଥିଲା। ଏହି ଭିତ୍ତିଭୂମିକୁ ସିଟି ହସ୍ପିଟାଲରେ ପରିଣତ କରି ଜିଲାବାସୀଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ କ୍ରିୟାନୁଷ୍ଠାନ କମିଟି ବାରମ୍ବାର ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ତେବେ ଏହାକୁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରୁ ସିଟି ହସ୍ପିଟାଲରେ ପରିଣତ କରିବା ପାଇଁ କମିଟି ପକ୍ଷରୁ ଆନ୍ଦୋଳନକୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri