୨୨ରେ କେନ୍ଦ୍ରାପଡ଼ା ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ:ନବୀନଙ୍କୁ ଭେଟିଲେ ଜିଲା ପରିଷଦ ସଭ୍ୟ

ଭୁବନେଶ୍ୱର,୨୧।୮(ଅନିଲ ଦାସ):ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନବୀନ ନିବାସଠାରେ କେନ୍ଦ୍ରାପଡ଼ା ଜିଲାର ଦଳୀୟ ବିଧାୟକ ଓ ପରାଜିତ ବିଧାୟକ ପ୍ରାର୍ଥୀମାନଙ୍କ ଉପସ୍ଥିତିରେ ଜିଲା ପରିଷଦ ସଭ୍ୟମାନଙ୍କ ସହ ବୈଠକ କରିଛନ୍ତି । ଏଥିରେ ଦଳର ବରିଷ୍ଠ ନେତା ଦେବୀପ୍ରସାଦ ମିଶ୍ର ଓ ପ୍ରତାପ ଜେନା ମଧ୍ୟ ଉପସ୍ଥିତ ଥିଲେ। ଆସନ୍ତା ୨୨ ତାରିଖରେ ହେବାକୁ ଥିବା ଜିଲା ପରିଷଦ ଅଧ୍ୟକ୍ଷ ପଦବୀ ଯେଭଳି ବିଜେଡି ନିକଟରେ ରହିବ ତାହା ସୁନିଶ୍ଚିତ କରିବାକୁ ନବୀନ ପରାମର୍ଶ ଦେଇଥିବା ଜଣାପଡ଼ିଛି । ଦଳର ଜିଲା ପରିଷଦ ସଭ୍ୟମାନେ ସମସ୍ତେ ଦଳୀୟ ନିଷ୍ପତ୍ତିକୁ ମାନିବେ ବୋଲି ଏକ ସ୍ବରରେ କହିଛନ୍ତି। ଅନ୍ୟପକ୍ଷରେ ବୁଧବାର ସା ସୁଦ୍ଧା ଚୂଡ଼ାନ୍ତ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି ।
ଦଳ ପକ୍ଷରୁ ୩ ଜଣଙ୍କ ନାଁ ସମ୍ଭାବ୍ୟ ପ୍ରାର୍ଥୀ ଭାବେ ଚୂଡ଼ାନ୍ତ କରାଯାଇ ବିଜେଡି ସଭାପତିଙ୍କୁ ଦିଆଯାଇଥିବା ଜଣାପଡ଼ିଛି । ବିଜେଡିର ଜିଲା ପରିଷଦ ସଭ୍ୟ ସଂଖ୍ୟା ଅଧିକ ଥିବାରୁ ଜିଲା ପରିଷଦ ଅଧ୍ୟକ୍ଷ ପଦ(ଅଣସଂରକ୍ଷିତ)କୁ ଏକପାଖିଆ ଭାବେ ଦଖଲ କରିବାକୁ ଦଳ ପକ୍ଷରୁ ଯୋଜନା କରାଯାଉଛି।
କେନ୍ଦ୍ରାପଡ଼ା ଜିଲା ପରିଷଦର ମୋଟ ୩୨ଟି ଆସନ ମଧ୍ୟରୁ ବିଜେଡି ପ୍ରାର୍ଥୀ ୩୧ଟି ଆସନ ଓ ଭାଜପା ପ୍ରାର୍ଥୀ ଗୋଟିଏ ଆସନରେ ବିଜୟୀ ହୋଇଥିଲେ । ଦଳ ୧୩ ନମ୍ବର ଜୋନ୍‌ ସଭ୍ୟ ଗୀତାଞ୍ଜଳି ସେଠୀଙ୍କୁ ଜିଲା ପରିଷଦ ଅଧ୍ୟକ୍ଷ ପ୍ରାର୍ଥୀ କରି ଜିତାଇଥିଲା । କିନ୍ତୁ ସେ ଗତ ସାଧାରଣ ନିର୍ବାଚନରେ ବିଜେଡିରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇ କେନ୍ଦ୍ରାପଡ଼ାରୁ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ତାଙ୍କ ଇସ୍ତଫା ପରେ ଅଧ୍ୟକ୍ଷ ପଦବୀ ଖାଲି ରହିଛି। ୨୨ ତାରିଖ ସକାଳ ୧୦ଟାରୁ ୧୧ଟା ମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ, ୧୧ଟାରୁ ସାଢ଼େ ୧୧ଟା ମଧ୍ୟରେ ପ୍ରାର୍ଥତ୍ପତ୍ର ଯାଞ୍ଚ ହେବ। ପୂର୍ବାହ୍ନ ୧୨ଟାରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ଓ ଆବଶ୍ୟକତା ପଡ଼ିଲେ ସାଢ଼େ ୧୨ଟାରୁ ୨ଟା ମଧ୍ୟରେ ଭୋଟିଂ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri