୨୨ରେ କେନ୍ଦ୍ରାପଡ଼ା ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ:ନବୀନଙ୍କୁ ଭେଟିଲେ ଜିଲା ପରିଷଦ ସଭ୍ୟ

ଭୁବନେଶ୍ୱର,୨୧।୮(ଅନିଲ ଦାସ):ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନବୀନ ନିବାସଠାରେ କେନ୍ଦ୍ରାପଡ଼ା ଜିଲାର ଦଳୀୟ ବିଧାୟକ ଓ ପରାଜିତ ବିଧାୟକ ପ୍ରାର୍ଥୀମାନଙ୍କ ଉପସ୍ଥିତିରେ ଜିଲା ପରିଷଦ ସଭ୍ୟମାନଙ୍କ ସହ ବୈଠକ କରିଛନ୍ତି । ଏଥିରେ ଦଳର ବରିଷ୍ଠ ନେତା ଦେବୀପ୍ରସାଦ ମିଶ୍ର ଓ ପ୍ରତାପ ଜେନା ମଧ୍ୟ ଉପସ୍ଥିତ ଥିଲେ। ଆସନ୍ତା ୨୨ ତାରିଖରେ ହେବାକୁ ଥିବା ଜିଲା ପରିଷଦ ଅଧ୍ୟକ୍ଷ ପଦବୀ ଯେଭଳି ବିଜେଡି ନିକଟରେ ରହିବ ତାହା ସୁନିଶ୍ଚିତ କରିବାକୁ ନବୀନ ପରାମର୍ଶ ଦେଇଥିବା ଜଣାପଡ଼ିଛି । ଦଳର ଜିଲା ପରିଷଦ ସଭ୍ୟମାନେ ସମସ୍ତେ ଦଳୀୟ ନିଷ୍ପତ୍ତିକୁ ମାନିବେ ବୋଲି ଏକ ସ୍ବରରେ କହିଛନ୍ତି। ଅନ୍ୟପକ୍ଷରେ ବୁଧବାର ସା ସୁଦ୍ଧା ଚୂଡ଼ାନ୍ତ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି ।
ଦଳ ପକ୍ଷରୁ ୩ ଜଣଙ୍କ ନାଁ ସମ୍ଭାବ୍ୟ ପ୍ରାର୍ଥୀ ଭାବେ ଚୂଡ଼ାନ୍ତ କରାଯାଇ ବିଜେଡି ସଭାପତିଙ୍କୁ ଦିଆଯାଇଥିବା ଜଣାପଡ଼ିଛି । ବିଜେଡିର ଜିଲା ପରିଷଦ ସଭ୍ୟ ସଂଖ୍ୟା ଅଧିକ ଥିବାରୁ ଜିଲା ପରିଷଦ ଅଧ୍ୟକ୍ଷ ପଦ(ଅଣସଂରକ୍ଷିତ)କୁ ଏକପାଖିଆ ଭାବେ ଦଖଲ କରିବାକୁ ଦଳ ପକ୍ଷରୁ ଯୋଜନା କରାଯାଉଛି।
କେନ୍ଦ୍ରାପଡ଼ା ଜିଲା ପରିଷଦର ମୋଟ ୩୨ଟି ଆସନ ମଧ୍ୟରୁ ବିଜେଡି ପ୍ରାର୍ଥୀ ୩୧ଟି ଆସନ ଓ ଭାଜପା ପ୍ରାର୍ଥୀ ଗୋଟିଏ ଆସନରେ ବିଜୟୀ ହୋଇଥିଲେ । ଦଳ ୧୩ ନମ୍ବର ଜୋନ୍‌ ସଭ୍ୟ ଗୀତାଞ୍ଜଳି ସେଠୀଙ୍କୁ ଜିଲା ପରିଷଦ ଅଧ୍ୟକ୍ଷ ପ୍ରାର୍ଥୀ କରି ଜିତାଇଥିଲା । କିନ୍ତୁ ସେ ଗତ ସାଧାରଣ ନିର୍ବାଚନରେ ବିଜେଡିରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇ କେନ୍ଦ୍ରାପଡ଼ାରୁ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ତାଙ୍କ ଇସ୍ତଫା ପରେ ଅଧ୍ୟକ୍ଷ ପଦବୀ ଖାଲି ରହିଛି। ୨୨ ତାରିଖ ସକାଳ ୧୦ଟାରୁ ୧୧ଟା ମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ, ୧୧ଟାରୁ ସାଢ଼େ ୧୧ଟା ମଧ୍ୟରେ ପ୍ରାର୍ଥତ୍ପତ୍ର ଯାଞ୍ଚ ହେବ। ପୂର୍ବାହ୍ନ ୧୨ଟାରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ଓ ଆବଶ୍ୟକତା ପଡ଼ିଲେ ସାଢ଼େ ୧୨ଟାରୁ ୨ଟା ମଧ୍ୟରେ ଭୋଟିଂ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri