କେନ୍ଦ୍ରାପଡ଼ା ଜିଲା ଆଉ ଶିଳ୍ପବିହୀନ ରହିବନି

କେନ୍ଦ୍ରାପଡ଼ା ଅଫିସ, ୪ା୨: କେନ୍ଦ୍ରାପଡ଼ା ଜିଲା ଆଗକୁ ଶିଳ୍ପ ବିହୀନ ହୋଇରହିବ ନାହିଁ। ଷ୍ଟିଲ ପ୍ଲାଣ୍ଟ ସମେତ ଶିଳ୍ପ କରିଡରରେ ଛୋଟବଡ ଶିଳ୍ପ ଚଳିତ ବର୍ଷ ଶେଷ ସୁଦ୍ଧା ଦେଖିବାକୁ ମିଳିବ। ଏ ନେଇ ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥ ପାର୍ଶ୍ୱରେ ୩ଟି ସ୍ଥାନକୁ ଚିହ୍ନଟ କରାଯାଉଛି। ଏଥିସହ ଜିଲା ପ୍ରଶାସନ ଓ ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ ଏକ ସମୀକ୍ଷା ବୈଠକ ସହ ସ୍ଥାନଗୁଡିକ ଶୁକ୍ରବାର ବୁଲି ଦେଖିଛନ୍ତି। ପୂର୍ବାହ୍ନରେ ଶିଳ୍ପମନ୍ତ୍ରୀ ଦେବ, ଶିଳ୍ପ ସଚିବ ହେମନ୍ତ ଶର୍ମା, ଜିଲାପାଳ ଅମୃତ ଋତୁରାଜ, ଉପଜିଲାପାଳ ନିରଞ୍ଜନ ବେହେରା ପ୍ରମୁଖ ଜାତୀୟ ରାଜପଥର ଡେରାବିଶ ବ୍ଲକ ଅନ୍ତର୍ଗତ ରଘୁଦେଇପୁର, ରାଜନଗର ଓ ବଳଭଦ୍ରପୁର ଅଞ୍ଚଳକୁ ଶିଳ୍ପ ଭିତ୍ତିଭୂମି ପ୍ରତିଷ୍ଠା ପାଇଁ ପରିଦର୍ଶନ କରିଥିଲେ। ଏହି ୩ ସ୍ଥାନରେ ପ୍ରାୟ ୩୦୦ ଏକର ଜମିରେ ଶିଳ୍ପ ପ୍ରତିଷ୍ଠା ହୋଇପାରିବ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଆକଳନ କରାଯାଇଥିଲା। ଏ ସମ୍ପର୍କରେ ଶିଳ୍ପମନ୍ତ୍ରୀ ଦେବ କହିଥିଲେ ଯେ, କେନ୍ଦ୍ରାପଡ଼ା ଏକ ଶିଳ୍ପ ବିହୀନ ଜିଲା ବୋଲି ଗଣମାଧ୍ୟମ ସହ ଜିଲାବାସୀ ବାରମ୍ବାର ପ୍ରଶ୍ନ ଉଠାଉଛନ୍ତି। ତେବେ ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକ୍ରିୟା ଜାରି ରଖିଥିବାରୁ ଏବେ ଶିଳ୍ପ କରିଡରକୁ ଗୁରୁତ୍ୱ ଦିଆଯାଉଛି। ଚଣ୍ଡିଖୋଲରୁ ପାରାଦୀପ ମଧ୍ୟରେ ବିଭିନ୍ନ ସ୍ଥାନକୁ ସମୀକ୍ଷା କରାଯାଇ ଛୋଟବଡ ଶିଳ୍ପ ନିର୍ମାଣ କରିବାକୁ ସୁଯୋଗ ଦିଆଯିବ। ଶିଳ୍ପାଞ୍ଚଳ ପାଇଁ ସମସ୍ୟା ଥିବା ଜମି ଅଧିଗ୍ରହଣଠାରୁ ଶିଳ୍ପ ପ୍ରତିଷ୍ଠା ମଞ୍ଜୁରୀକୁ ଖୁବ୍‌ କମ ଦିନ ମଧ୍ୟରେ ସାରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରିଦର୍ଶନ ସମୟରେ ଡେରାବିଶ ବ୍ଲକ ପୂର୍ବତନ ଅଧ୍ୟକ୍ଷ ସରୋଜ ସାହୁଙ୍କ ସମେତ ବିଜେଡି ଦଳର କର୍ମକର୍ତ୍ତାମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri