OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର ଜୁଏଲ ସ୍ୱାତିଶ୍ମିତା ବେହେରା ଚଳିତ ବର୍ଷ ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କରି ସମଗ୍ର ଜିଲା ପାଇଁ ଗୌରବ ଆଣିଛନ୍ତି।

ପିଲାବେଳୁ ମେଧାବୀ ଛାତ୍ରୀ ଭାବେ ପରିଚିତ ସ୍ୱାତିଶ୍ମିତା କେନ୍ଦ୍ରାପଡ଼ା ସରସ୍ୱତୀ ଶିଶୁ ମନ୍ଦିରରେ ପଢ଼ି ମେଟ୍ରିକ୍ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ପରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରୁ +୨ ପରୀକ୍ଷାରେ ସମଗ୍ର ଓଡ଼ିଶାରେ ଟପ୍ପର ହୋଇଥିଲେ।ବିଜେବି କଲେଜରୁ ସ୍ନାତକ ଡିଗ୍ରୀ ହାସଲ କରିଥିଲେ।ପରେ ସେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତୁତି ହୋଇଥିଲେ ଏବଂ ଏହା ତାଙ୍କର ଦ୍ୱିତୀୟ ପ୍ରୟାସ ବୋଲି ଜଣାପଡ଼ିଛି।

ଏହି ସଫଳତା ପାଇଁ ସେ ତାଙ୍କ ମା ଶାନ୍ତିଲତା ବେହେରା ଓ ବାପା ନରେନ୍ଦ୍ର ବେହେରାଙ୍କ ଆଶୀର୍ବାଦକୁ ଶ୍ରେୟ ଦେଇଛନ୍ତି। ଏହା ସହ ତାଙ୍କ ଭାଇ ପ୍ରଶାନ୍ତ କୁମାର ତରାଇ, ବଡ଼ ବାପା ପ୍ରାକ୍ତନ ସରପଞ୍ଚ ସୁରେନ୍ଦ୍ର କୁମାର ବେହେରା ଓ ପରିବାର ସଦସ୍ୟମାନେ ଖୁସି ପ୍ରକାଶ କରିଛନ୍ତି।ସ୍ୱାତିଶ୍ମିତାଙ୍କ ସଫଳତାରେ ବିଜୟନଗର ଗ୍ରାମରେ ଉତ୍ସବ ମାହୋଲ ସୃଷ୍ଟି ହୋଇଛି ଏବଂ ବିଭିନ୍ନ ମହଲରୁ ତାଙ୍କୁ ଅଭିନନ୍ଦନ ଜଣାଯାଉଛି। ଗ୍ରାମବାସୀମାନେ ଏହାକୁ ଗ୍ରାମ ପାଇଁ ଗର୍ବର ବିଷୟ ବୋଲି କହିଛନ୍ତି।

ଏହି ଅବସରରେ କେନ୍ଦ୍ର ସରକାରର ଶ୍ରମ ମନ୍ତ୍ରଣାଳୟର ପ୍ରାକ୍ତନ ବରିଷ୍ଠ ଅଧିକାରୀ ଏବଂ ଭାଜପା ରାଜ୍ୟ ପ୍ରବକ୍ତା ସଞ୍ଜୟ ରଥ ମଧ୍ୟ ସ୍ୱାତିଶ୍ମିତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?