କେନ୍ଦ୍ରାପଡ଼ା ଏବେ କୁମ୍ଭୀରପଡ଼ା

କେନ୍ଦ୍ରାପଡ଼ା,୩୦।୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠର ଖଣ୍ଡମରା ରାସ୍ତାରେ ଏକ ବଉଳା କୁମ୍ଭୀର ବୁଲୁଥିବା ଭିଡିଓ ଭାଇରାଲ ହୋଇଥିଲା। ନିକଟସ୍ଥ ଦୋବନ୍ଧି ମାଛଘେରିରୁ ଗୁରୁବାର ଏକ କୁମ୍ଭୀର ଉଦ୍ଧାର ହୋଇଛି। ବନ ବିଭାଗ ଏହାକୁ ଉଦ୍ଧାର କରିଥିଲେ ମଧ୍ୟ ଜିଲାରେ କୁମ୍ଭୀର ଏବେ ଆତଙ୍କରେ ପରିଣତ ହୋଇଛି। ଜୁନ, ଜୁଲାଇ ମାସର ୪୫ ଦିନ ମଧ୍ୟରେ ଜିଲାର ୫ ଜଣଙ୍କୁ କୁମ୍ଭୀର ମାରି ସାରିଛି। ସେହିପରି ଗତ ୨ ମାସ ମଧ୍ୟରେ ୭ଟି ସ୍ଥାନରେ ଗୋବରୀ, ପାଇକା, ବ୍ରାହ୍ମଣୀ, କଣ୍ଠିଆ ଆଦି ନାଳ ଓ ନଦୀରେ କୁମ୍ଭୀର ଭାସୁଥିବା ସ୍ଥାନୀୟ ଅଞ୍ଚଳବାସୀ ଦେଖିଛନ୍ତି। ଏହି କାରଣରୁ କେନ୍ଦ୍ରାପଡ଼ା ବଦଳରେ ଏହାକୁ କୁମ୍ଭୀରପଡ଼ା ଜିଲା ଭାବେ ନାମିତ କରାଯାଉ ବୋଲି ସାମାଜିକ ଗଣମାଧ୍ୟମରେ ଆଲୋଚନା ଜୋର ଧରିଛି। ଅପରପକ୍ଷରେ ଜଳବନ୍ଦୀ ଘେରରେ ଥିବା ଗ୍ରାମଗୁଡ଼ିକରେ ବିଭିନ୍ନ ବିଷଧର ସାପ ଦେଖିବାକୁ ମିଳୁଛନ୍ତି। ବର୍ଷା ଓ ବନ୍ୟା ଜଳରେ ନଷ୍ଟ ହୋଇଥିବା କଚ୍ଚା ଘରେ ଏମାନଙ୍କୁ ଦେଖିବାକୁ ମିଳୁଥିବା ବେଳେ ସର୍ପାଘାତ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ଜିଲାର ଉପାନ୍ତ ଅଞ୍ଚଳରେ ସର୍ପାଘାତ ରୋଗୀଙ୍କ ସଂଖ୍ୟା ବଢ଼ିଛି। ଗ୍ରାମାଞ୍ଚଳର ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ରରେ ସାପ ବିଷରୁ ରକ୍ଷା ପାଇଁ ଇଞ୍ଜେକ୍‌ସନ ରଖିବାକୁ ଦାବି ହୋଇଛି।
ଏ ସମ୍ପର୍କରେ ମହାକାଳପଡାର ହରେକୃଷ୍ଣ ପାତ୍ର କହିଛନ୍ତି, ଲଗାଣ ବର୍ଷା ଓ ବନ୍ୟାଜନିତ ପାଣି ଉପାନ୍ତ ଅଞ୍ଚଳବାସୀଙ୍କ ସ୍ବାଭାବିକ ଜୀବନଯାତ୍ରାକୁ ବ୍ୟାହତ କରିଛି। ପାନୀୟ ଜଳ, ଚାଷ, ସ୍ବାସ୍ଥ୍ୟ ଆଦି କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇଥିବା ବେଳେ ଏବେ ସରୀସୃପ ଆତଙ୍କ ଖେଳିଯାଇଛି। ଦୀର୍ଘଦିନ ଧରି ପାଣି ଜମି ରହିବା ଫଳରେ ନିକଟସ୍ଥ ଭିତରକନିକା ଅଞ୍ଚଳରୁ ସରୀସୃପ ଗ୍ରାମ ମଧ୍ୟକୁ ପଶି ଆସୁଛନ୍ତି। ନଦୀ, ନାଳ, ପୋଖରୀ ଏପରି କି ଚାଷ ଜମିରେ ଏବେ କୁମ୍ଭୀର ଦେଖାଯାଉଛନ୍ତି। କିଛିଦିନ ପୂର୍ବେ ଜଉଦିଆଠାରେ ୧୨ଫୁଟ ଲମ୍ବର ଅଜଗର ଉଦ୍ଧାର ହୋଇଛି। ଅପରପକ୍ଷରେ ବର୍ଷା ଓ ବନ୍ୟା ପାଇଁ ବିଷଧର ସାପ ଗ୍ରାମ ମଧ୍ୟରେ ଦେଖାଯାଉଛନ୍ତି। ଆଳି, ରାଜନଗର, ରାଜକନିକା, ପଟ୍ଟାମୁଣ୍ଡାଇ, ମହାକାଳପଡ଼ା, ମାର୍ଶାଘାଇ, ଗରଦପୁର ବ୍ଲକ ଅଞ୍ଚଳରେ ସାପ ଦେଖାଯିବା ସମସ୍ୟା ଗୁରୁତର ହୋଇଛି। ସର୍ପାଘାତରେ କେତେଜଣଙ୍କର ଜୀବନ ମଧ୍ୟ ଯାଇଥିବା ସେ ସୂଚନା ଦେଇଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁର ରମେଶ ମଲ୍ଲିକ କହିଛନ୍ତି, ବିଭିନ୍ନ ନଦୀରେ ବନ୍ୟା, ବର୍ଷା ପାଇଁ କୁମ୍ଭୀର ଓ ସାପ ଦେଖାଯାଉଥିବାରୁ ଧୋୟାଞ୍ଚଳରେ ଆତଙ୍କ ଖେଳିଯାଇଛି। ଗତ ୩ ମାସ ମଧ୍ୟରେ କୁମ୍ଭୀର ଟାଣି ନେଇଥିବାରୁ ୫ ଜଣଙ୍କର ଜୀବନ ଅକାଳରେ ଯାଇଛି। ଏବେ ସିଂହଗାଁ ସମେତ ବଡ଼ ରାଉଳିଆ, ସାନ ରାଉଳିଆ ଆଦି ଗ୍ରାମର କଚ୍ଚା ଘରେ ବିଷଧର ସର୍ପ ଦେଖାଯାଉଛନ୍ତି। ବିଶେଷକରି ସନ୍ତସନ୍ତିଆ ଘରଗୁଡ଼ିକରେ ଏସବୁ ଦେଖା ଦେଉଥିବାରୁ ରାତିରେ ଯାତାୟାତ ବନ୍ଦ ସହ ପରିବାର ସଦସ୍ୟ ରାତି ଅନିଦ୍ରା ହେଉଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ଓ ଡା. ସଚ୍ଚିଦାନନ୍ଦ ମିଶ୍ରଙ୍କୁ ପଚାରିବାରେ ପ୍ରତ୍ୟେକ ସିଏଚ୍‌ସିକୁ ସାପ କାମୁଡା ଇଞ୍ଜେକସନ ଯୋଗାଇ ଦିଆଯାଇଛି। ସର୍ପ ଆଘାତ କ୍ଷେତ୍ରରେ କେତେକ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ସାପ କାମୁଡ଼ି ଥିବା ବ୍ୟକ୍ତିଙ୍କୁ ଆଶ୍ୱାସନା ଦିଅନ୍ତୁ। କାମୁଡ଼ି ଥିବା ସ୍ଥାନରେ ପିନ୍ଧିଥିବା ମୁଦି, ଘଣ୍ଟା, ବ୍ରତ, ପାଉଁଜି ଆଦି ଖୋଲି ଦେବା ଆବଶ୍ୟକ। ତୁରନ୍ତ ଡାକ୍ତରଖାନା ନେବା ଜରୁରୀ। ସେହିପରି ଏହି ସମୟରେ ଆଦୌ ଡରିବା ବା ବିଚଳିତ ହେବା ଉଚିତ ନୁହେଁ। ରୋଗୀକୁ ଚଲାବୁଲା ବା କାମ କରିବାକୁ ନ ଦେଇ ଟେକିଟେକି ନେବା ଦରକାର। କ୍ଷତ ସ୍ଥାନକୁ ଧୁଅନ୍ତୁ ନାହିଁ କିମ୍ବା ବରଫ, ବିଦ୍ୟୁତ୍‌ ସକ୍‌ ଦିଅନ୍ତୁ ନାହିଁ। ଅଧିକାଂଶ ସମୟରେ ସାପ ବିଷ ଉପରକୁ ଚଢ଼ିଯିବା ଭୟରେ କ୍ଷତ ସ୍ଥାନକୁ ସୁତୁଲି, କତା ଦଉଡି, କଟା ରବର ଟ୍ୟୁବ, ଇଲେକ୍‌ଟ୍ରିକ ତାର ବ୍ୟବହାର ହେଉଥିବା ଲକ୍ଷ୍ୟ କରାଯାଉଛି। ଏହାର କୌଣସି ଆବଶ୍ୟକତା ନାହିଁ। ବ୍ଲେଡ ଓ ଛୁରିରେ କ୍ଷତସ୍ଥାନକୁ କାଟନ୍ତୁ ନାହିଁ। ଏହି ସମୟରେ ଖାଦ୍ୟ ପଦାର୍ଥ କିମ୍ବା ନିଶାଦ୍ରବ୍ୟ ବ୍ୟବହାର ରୋଗୀର କ୍ଷତି ପହଞ୍ଚାଇ ପାରେ। ସବୁ ସାମୁଦ୍ରିକ ସାପ ବିଷଧର ବୋଲି ସେ ସଚେତନ କରାଇଛନ୍ତି। ସେହିପରି କୁମ୍ଭୀର ଆତଙ୍କ ସମ୍ପର୍କରେ ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବଙ୍କୁ ପଚାରିବାରେ କୁମ୍ଭୀର ପ୍ରତି ସାବଧାନ ରହିବାକୁ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri