କେନ୍ଦ୍ରାପଡ଼ା ଏବେ କୁମ୍ଭୀରପଡ଼ା

କେନ୍ଦ୍ରାପଡ଼ା,୩୦।୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠର ଖଣ୍ଡମରା ରାସ୍ତାରେ ଏକ ବଉଳା କୁମ୍ଭୀର ବୁଲୁଥିବା ଭିଡିଓ ଭାଇରାଲ ହୋଇଥିଲା। ନିକଟସ୍ଥ ଦୋବନ୍ଧି ମାଛଘେରିରୁ ଗୁରୁବାର ଏକ କୁମ୍ଭୀର ଉଦ୍ଧାର ହୋଇଛି। ବନ ବିଭାଗ ଏହାକୁ ଉଦ୍ଧାର କରିଥିଲେ ମଧ୍ୟ ଜିଲାରେ କୁମ୍ଭୀର ଏବେ ଆତଙ୍କରେ ପରିଣତ ହୋଇଛି। ଜୁନ, ଜୁଲାଇ ମାସର ୪୫ ଦିନ ମଧ୍ୟରେ ଜିଲାର ୫ ଜଣଙ୍କୁ କୁମ୍ଭୀର ମାରି ସାରିଛି। ସେହିପରି ଗତ ୨ ମାସ ମଧ୍ୟରେ ୭ଟି ସ୍ଥାନରେ ଗୋବରୀ, ପାଇକା, ବ୍ରାହ୍ମଣୀ, କଣ୍ଠିଆ ଆଦି ନାଳ ଓ ନଦୀରେ କୁମ୍ଭୀର ଭାସୁଥିବା ସ୍ଥାନୀୟ ଅଞ୍ଚଳବାସୀ ଦେଖିଛନ୍ତି। ଏହି କାରଣରୁ କେନ୍ଦ୍ରାପଡ଼ା ବଦଳରେ ଏହାକୁ କୁମ୍ଭୀରପଡ଼ା ଜିଲା ଭାବେ ନାମିତ କରାଯାଉ ବୋଲି ସାମାଜିକ ଗଣମାଧ୍ୟମରେ ଆଲୋଚନା ଜୋର ଧରିଛି। ଅପରପକ୍ଷରେ ଜଳବନ୍ଦୀ ଘେରରେ ଥିବା ଗ୍ରାମଗୁଡ଼ିକରେ ବିଭିନ୍ନ ବିଷଧର ସାପ ଦେଖିବାକୁ ମିଳୁଛନ୍ତି। ବର୍ଷା ଓ ବନ୍ୟା ଜଳରେ ନଷ୍ଟ ହୋଇଥିବା କଚ୍ଚା ଘରେ ଏମାନଙ୍କୁ ଦେଖିବାକୁ ମିଳୁଥିବା ବେଳେ ସର୍ପାଘାତ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ଜିଲାର ଉପାନ୍ତ ଅଞ୍ଚଳରେ ସର୍ପାଘାତ ରୋଗୀଙ୍କ ସଂଖ୍ୟା ବଢ଼ିଛି। ଗ୍ରାମାଞ୍ଚଳର ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ରରେ ସାପ ବିଷରୁ ରକ୍ଷା ପାଇଁ ଇଞ୍ଜେକ୍‌ସନ ରଖିବାକୁ ଦାବି ହୋଇଛି।
ଏ ସମ୍ପର୍କରେ ମହାକାଳପଡାର ହରେକୃଷ୍ଣ ପାତ୍ର କହିଛନ୍ତି, ଲଗାଣ ବର୍ଷା ଓ ବନ୍ୟାଜନିତ ପାଣି ଉପାନ୍ତ ଅଞ୍ଚଳବାସୀଙ୍କ ସ୍ବାଭାବିକ ଜୀବନଯାତ୍ରାକୁ ବ୍ୟାହତ କରିଛି। ପାନୀୟ ଜଳ, ଚାଷ, ସ୍ବାସ୍ଥ୍ୟ ଆଦି କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇଥିବା ବେଳେ ଏବେ ସରୀସୃପ ଆତଙ୍କ ଖେଳିଯାଇଛି। ଦୀର୍ଘଦିନ ଧରି ପାଣି ଜମି ରହିବା ଫଳରେ ନିକଟସ୍ଥ ଭିତରକନିକା ଅଞ୍ଚଳରୁ ସରୀସୃପ ଗ୍ରାମ ମଧ୍ୟକୁ ପଶି ଆସୁଛନ୍ତି। ନଦୀ, ନାଳ, ପୋଖରୀ ଏପରି କି ଚାଷ ଜମିରେ ଏବେ କୁମ୍ଭୀର ଦେଖାଯାଉଛନ୍ତି। କିଛିଦିନ ପୂର୍ବେ ଜଉଦିଆଠାରେ ୧୨ଫୁଟ ଲମ୍ବର ଅଜଗର ଉଦ୍ଧାର ହୋଇଛି। ଅପରପକ୍ଷରେ ବର୍ଷା ଓ ବନ୍ୟା ପାଇଁ ବିଷଧର ସାପ ଗ୍ରାମ ମଧ୍ୟରେ ଦେଖାଯାଉଛନ୍ତି। ଆଳି, ରାଜନଗର, ରାଜକନିକା, ପଟ୍ଟାମୁଣ୍ଡାଇ, ମହାକାଳପଡ଼ା, ମାର୍ଶାଘାଇ, ଗରଦପୁର ବ୍ଲକ ଅଞ୍ଚଳରେ ସାପ ଦେଖାଯିବା ସମସ୍ୟା ଗୁରୁତର ହୋଇଛି। ସର୍ପାଘାତରେ କେତେଜଣଙ୍କର ଜୀବନ ମଧ୍ୟ ଯାଇଥିବା ସେ ସୂଚନା ଦେଇଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁର ରମେଶ ମଲ୍ଲିକ କହିଛନ୍ତି, ବିଭିନ୍ନ ନଦୀରେ ବନ୍ୟା, ବର୍ଷା ପାଇଁ କୁମ୍ଭୀର ଓ ସାପ ଦେଖାଯାଉଥିବାରୁ ଧୋୟାଞ୍ଚଳରେ ଆତଙ୍କ ଖେଳିଯାଇଛି। ଗତ ୩ ମାସ ମଧ୍ୟରେ କୁମ୍ଭୀର ଟାଣି ନେଇଥିବାରୁ ୫ ଜଣଙ୍କର ଜୀବନ ଅକାଳରେ ଯାଇଛି। ଏବେ ସିଂହଗାଁ ସମେତ ବଡ଼ ରାଉଳିଆ, ସାନ ରାଉଳିଆ ଆଦି ଗ୍ରାମର କଚ୍ଚା ଘରେ ବିଷଧର ସର୍ପ ଦେଖାଯାଉଛନ୍ତି। ବିଶେଷକରି ସନ୍ତସନ୍ତିଆ ଘରଗୁଡ଼ିକରେ ଏସବୁ ଦେଖା ଦେଉଥିବାରୁ ରାତିରେ ଯାତାୟାତ ବନ୍ଦ ସହ ପରିବାର ସଦସ୍ୟ ରାତି ଅନିଦ୍ରା ହେଉଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ଓ ଡା. ସଚ୍ଚିଦାନନ୍ଦ ମିଶ୍ରଙ୍କୁ ପଚାରିବାରେ ପ୍ରତ୍ୟେକ ସିଏଚ୍‌ସିକୁ ସାପ କାମୁଡା ଇଞ୍ଜେକସନ ଯୋଗାଇ ଦିଆଯାଇଛି। ସର୍ପ ଆଘାତ କ୍ଷେତ୍ରରେ କେତେକ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ସାପ କାମୁଡ଼ି ଥିବା ବ୍ୟକ୍ତିଙ୍କୁ ଆଶ୍ୱାସନା ଦିଅନ୍ତୁ। କାମୁଡ଼ି ଥିବା ସ୍ଥାନରେ ପିନ୍ଧିଥିବା ମୁଦି, ଘଣ୍ଟା, ବ୍ରତ, ପାଉଁଜି ଆଦି ଖୋଲି ଦେବା ଆବଶ୍ୟକ। ତୁରନ୍ତ ଡାକ୍ତରଖାନା ନେବା ଜରୁରୀ। ସେହିପରି ଏହି ସମୟରେ ଆଦୌ ଡରିବା ବା ବିଚଳିତ ହେବା ଉଚିତ ନୁହେଁ। ରୋଗୀକୁ ଚଲାବୁଲା ବା କାମ କରିବାକୁ ନ ଦେଇ ଟେକିଟେକି ନେବା ଦରକାର। କ୍ଷତ ସ୍ଥାନକୁ ଧୁଅନ୍ତୁ ନାହିଁ କିମ୍ବା ବରଫ, ବିଦ୍ୟୁତ୍‌ ସକ୍‌ ଦିଅନ୍ତୁ ନାହିଁ। ଅଧିକାଂଶ ସମୟରେ ସାପ ବିଷ ଉପରକୁ ଚଢ଼ିଯିବା ଭୟରେ କ୍ଷତ ସ୍ଥାନକୁ ସୁତୁଲି, କତା ଦଉଡି, କଟା ରବର ଟ୍ୟୁବ, ଇଲେକ୍‌ଟ୍ରିକ ତାର ବ୍ୟବହାର ହେଉଥିବା ଲକ୍ଷ୍ୟ କରାଯାଉଛି। ଏହାର କୌଣସି ଆବଶ୍ୟକତା ନାହିଁ। ବ୍ଲେଡ ଓ ଛୁରିରେ କ୍ଷତସ୍ଥାନକୁ କାଟନ୍ତୁ ନାହିଁ। ଏହି ସମୟରେ ଖାଦ୍ୟ ପଦାର୍ଥ କିମ୍ବା ନିଶାଦ୍ରବ୍ୟ ବ୍ୟବହାର ରୋଗୀର କ୍ଷତି ପହଞ୍ଚାଇ ପାରେ। ସବୁ ସାମୁଦ୍ରିକ ସାପ ବିଷଧର ବୋଲି ସେ ସଚେତନ କରାଇଛନ୍ତି। ସେହିପରି କୁମ୍ଭୀର ଆତଙ୍କ ସମ୍ପର୍କରେ ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବଙ୍କୁ ପଚାରିବାରେ କୁମ୍ଭୀର ପ୍ରତି ସାବଧାନ ରହିବାକୁ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?