କେନ୍ଦ୍ରାପଡ଼ା ପୁଅ ଅଷ୍ଟ୍ରେଲିଆରେ ସମ୍ମାନିତ

କେନ୍ଦ୍ରାପଡ଼ା,୨ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ବ୍ରହ୍ମପୁର ଗ୍ରାମର ପ୍ରଫେସର କମଳାକାନ୍ତ ଦାଶଙ୍କୁ ଅଷ୍ଟ୍ରେଲିଆର ମେଲବର୍ନସ୍ଥିତ ଭିକ୍ଟୋରିଆ ରାଜ୍ୟ ସଂସଦରେ ଶନିବାର ସମ୍ମାନିତ କରାଯାଇଛି। ସେ ହେଉଛନ୍ତି ଅନାମ ଚରଣ ଦାଶ ଓ ମନୋରମା ଦାଶଙ୍କ ଜ୍ୟେଷ୍ଠ ପୁତ୍ର। ପ୍ରଫେସର ଦାଶ ଭାରତ ଓ ଅଷ୍ଟ୍ରେଲିଆ ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ଼ ନେଇ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ଦୀର୍ଘ ୪ବର୍ଷ ଧରି ଅଷ୍ଟ୍ରେଲିଆ ଅସ୍‌ଇଣ୍ଡ ବ୍ରିଜ୍‌ ଅନୁଷ୍ଠାନକୁ ପ୍ରତିଷ୍ଠା କରି ଦୃଢ଼ ନେତୃତ୍ୱ ବଳରେ ଭାରତ ଓ ଅଷ୍ଟ୍ରେଲିଆର ଯୁବ ସମାଜକୁ ସଂଯୋଗ କରାଇବାରେ ସମର୍ଥ ହୋଇଛନ୍ତି। ପ୍ରଫେସର ଦାଶଙ୍କୁ ସମ୍ମାନିତ କରିବା ପାଇଁ ସ୍ବତନ୍ତ୍ର ଭାବେ ନିମନ୍ତ୍ରଣ କରାଯାଇଥିଲା। ସଂସଦ ପରିସରରେ ସାଂସଦ ଇୱାନ ୱାଲର୍ଟରସ ପ୍ରଫେସର ଦାଶଙ୍କୁ ସମ୍ମାନିତ କରିବା ସହ ତାଙ୍କ ଉଦ୍ୟମକୁ ଭୂୟସୀ ପ୍ରଶଂସା କରିଥିଲେ। ଆଗାମୀଦିନରେ ପ୍ରଫେସର ଦାଶଙ୍କ ଅବଦାନ ଉଭୟ ଦେଶର ଯୁବ ସମାଜ ପାଇଁ ଅନୁକରଣୀୟ ହେବ ବୋଲି ସେ ମତବ୍ୟକ୍ତ କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଫେସର ଦାଶ ଅଷ୍ଟ୍ରେଲିଆର ବିଦେଶ ନୀତିକୁ ସୁଦୃଢ଼ କରିବାକୁ ଏସିଆ ମହାଦେଶ ଓ ଭାରତୀୟ ଉପମହାଦେଶ ସହ କିଭଳି ସମ୍ପର୍କକୁ ସୁଦୃଢ଼ କରାଯିବ ସେ ନେଇ ଆଲୋକପାତ କରିଥିଲେ। ପ୍ରଫେସର ଦାଶ ଅଷ୍ଟ୍ରେଲିଆର ମୋନାସ ବିଶ୍ୱବିଦ୍ୟାଳୟରେ ପାଠ ପଢ଼ିଛନ୍ତି। ଏବେ ରାଜସ୍ଥାନ ସରକାରଙ୍କ ପାଇଁ ଉପଦେଷ୍ଟା ଭାବେ ସେ କାର୍ଯ୍ୟ କରୁଛନ୍ତି। ପ୍ରଫେସର ଦାଶଙ୍କୁ ଅଷ୍ଟ୍ରେଲିଆରେ ସମ୍ବର୍ଦ୍ଧିତ କରାଯାଇଥିବା ସମ୍ପର୍କରେ ଜଣାପଡ଼ିବା ପରେ ଜିଲାବାସୀ ଗର୍ବ ଅନୁଭବ କରିବା ସହ ଭୂୟସୀ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?