୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭ ମସିହାରେ ଶେଷ ଥର ପାଇଁ ବାର୍ଷିକ ଉତ୍ସବ ହୋଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ କରୋନା ସମେତ ଅନ୍ୟାନ୍ୟ କାରଣ ଯୋଗୁ ବାର୍ଷିକ ଉତ୍ସବ ପାଳନ ହୋଇପାରି ନ ଥିଲା । କେବଳ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ହେଉଥିଲା। ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ
ସ୍ଥାନୀୟ ଚକାଡୋଳା ରିସର୍ଟରେ ବାର୍ଷିକ ଉତ୍ସବ ପାଳନ ହୋଇଥିଲା। ଭଞ୍ଜନଗର ଉପ ଜିଲାପାଳ ଉମା ଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଛାତ୍ରୀଛାତ୍ରମାନେ ସର୍ବଦା ଧର୍ଯ୍ୟ ରଖନ୍ତୁ, ଭୁଲ ହେଲେ ଧର୍ଯ୍ୟ ହରା ହେବା ନାହିଁ, ଚେଷ୍ଟା ଜାରି ରଖିଲେ ସଫଳତା ନିଶ୍ଚିତ ମିଳିବ। କେନ୍ଦ୍ରୀୟ ବିଦ୍ୟାଳୟ ନୂତନ କୋଠା କାମ ତୁରନ୍ତ ଆରମ୍ଭ ହେବ। ଯୁକ୍ତ ୨ ଚଳିତ ବର୍ଷ ଖୋଲିବା ପାଇଁ ପଦକ୍ଷେପ ନିଆଯାଇଛି ବୋଲି ଉପ ଜିଲାପାଳ କହିଥିଲେ। ଏଥିସହ ସେ କହିଥିଲେ ଯେ, ଭଲ ମଣିଟିଏ ହୁଅନ୍ତୁ। ନିଜର ଆଚାର ବ୍ୟବହାର ଭଲ କରିବା। ଅଭିଭାବକ ମାନେ ନିଜ ଛୁଆ ଉପରେ ଭବିଷ୍ୟତ ଗଢ଼ିବା ପାଇଁ ଚାପ ପକାନ୍ତୁ ନାହିଁ। ଛାତ୍ରୀଛାତ୍ର ମାନେ ନିଜ ଭବିଷ୍ୟତ ନିଜେ ବାଛନ୍ତୁ । ଏଥିପ୍ରତି ଅଭିଭାବକ ମାନେ ସଚେତନ ହେବାକୁ ଉପ ଜିଲାପାଳ ବେହେରା ଉପସ୍ଥିତ ଅଭିଭାବକଙ୍କୁ ଆହ୍ବାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ଅଧକ୍ଷ ଡ. ଦିଲ୍ଲୀପ କୁମାର ଖୁଣ୍ଟିଆ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ର ମାନଙ୍କ ମଧ୍ୟରେ ସଂସ୍କାର ଲୋଡା ବୋଲି କହିଥିଲେ। ଏଥିସହ ସେ କହିଥିଲେ ଛାତ୍ରୀଛାତ୍ର, ଶିକ୍ଷକ, ସମାଜ ଏବଂ ଅଭିଭାବକ ମଧ୍ୟରେ ସମନ୍ବୟ ରହିଲେ। ଗୁଣାତ୍ମକ ତଥା ସଂସ୍କାର ମୂଳକ ଶିକ୍ଷାର ବିକାଶ ହୋଇପାରିବ । ଶିକ୍ଷା ଭାରତୀୟ ଜ୍ଞାନ ପରମ୍ପରା ଭିତ୍ତିକ ହେବା ଦରକାର ବୋଲି ସେ କହିଥିଲେ । ବିଦ୍ୟାଳୟ ଅଧକ୍ଷ ପ୍ରଦୀପ କମାନୁ ସଭାରେ ଅଧ୍ୟକ୍ଷତା କରିଥିଲେ। ବିଦ୍ୟାଳୟର ଛାତ୍ରୀଛାତ୍ର୍‌ମାନେ କ୍ରୀଡ଼ା ଏବଂ ଶିକ୍ଷା କ୍ଷେତ୍ରରେ ବହୁ ଆଗକୁ ବଢିଛନ୍ତି । ଯାହା ଆମ ପାଇଁ ଗର୍ବର ବିଷୟ ବୋଲି ଅଧକ୍ଷ କହିଥିଲେ। ଛାତ୍ରୀ ସମ୍ୟଶ୍ରି ଚଇନି, ବୈଶାଳୀ ପ୍ରିୟଦର୍ଶିନୀ ଦାସ, ସାଇ ଜଗତ୍‌ ଜନନୀ ପାଳ, ସୁପ୍ରିୟା ମଲ୍ଲିକ ସଭାକୁ ସଂଯୋଜନା କରିଥିଲେ।
ଶିକ୍ଷକ ଜ୍ୟୋତି ପ୍ରକାଶ ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, କର୍ମଚାରୀ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri