ଲୁହରେ ଭିଜିଲା କେନ୍ଦୁଢ଼ିପ

କାମାକ୍ଷାନଗର,୮ା୧୦ (ସୁଧୀର କୁମାର ପରିଡ଼ା) ସିକିମ୍‌ରେ ମଙ୍ଗଳବାର ବାଦଲ ଫଟା ବର୍ଷା ପରେ ବନ୍ୟାରେ ଭାସିଯାଇ ପ୍ରାଣ ହରାଇଥିବା ଓଡ଼ିଆ ଯବାନ ସରୋଜ କୁମାର ଦାସଙ୍କ ଶେଷକୃତ୍ୟ ଶନିବାର ତାଙ୍କ ପୈତୃକ ଗ୍ରାମ ଢେଙ୍କାନାଳ ଜିଲା ଭୁବନ ବ୍ଲକ ତଥା କାମାକ୍ଷାନଗର ଥାନା ଦୀଘି ପଞ୍ଚାୟତ କେନ୍ଦୁଢିପ ଶ୍ମଶାନରେ ଶୋକାକୁଳ ପରିବେଶରେ ସମ୍ପନ୍ନ ହୋଇଛି। ଯବାନଙ୍କ ପାର୍ଥିବ ଶରୀର ସନ୍ଧ୍ୟାରେ ଗାଁ ମାଟିରେ ପହଞ୍ଚିବା ପରେ ସମସ୍ତଙ୍କ ଆଖି ଲୁହରେ ଭିଜିଯାଇଥିଲା।
ସିକିମ୍‌ରୁ ଅଣାଯାଇଥିବା ଯବାନଙ୍କ ପାର୍ଥିବ ଶରୀର ଅପରାହ୍ନରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରେ ରାଜ୍ୟପାଳ ପ୍ରଫେସର ଡ. ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କାମାକ୍ଷାନଗର ବିଧାୟକ ତଥା ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଢେଙ୍କାନାଳ ଏମ୍‌ପି ମହେଶ ସାହୁଙ୍କ ସମେତ ବିଭିନ୍ନ ପଦାଧିକାରୀ ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇଥିଲେ। ପରେ ଭାଇ ମନୋଜ ଦାସ ଓ ଦାଦାଙ୍କୁ ମୃତଦେହ ହସ୍ତାନ୍ତର କରାଯିବା ସହ ସେନାର ସୁସଜ୍ଜିତ ଗାଡ଼ିରେ ଜନ୍ମମାଟିକୁ ଅଣାଯାଇଥିଲା। ସନ୍ଧ୍ୟା ୫ଟାରେ ପାର୍ଥିବ ଶରୀର ଢେଙ୍କାନାଳ ଜିଲା କାର୍ଯ୍ୟାଳୟଠାରେ ପହଞ୍ଚିବା ପରେ ସେଠାରେ ଜିଲାପାଳ ସରୋଜ କୁମାର ସେଠୀ ଓ ଏସ୍‌ପି ଜ୍ଞାନରଞ୍ଜନ ଦାସ ଉପସ୍ଥିତ ରହି ସମ୍ମାନ ଜଣାଇଥିଲେ। ସନ୍ଧ୍ୟା ୬ଟା ୩୦ରେ ମୃତଦେହ ଗାଁ କେନ୍ଦୁଢ଼ିପରେ ପହଞ୍ଚିଥିଲା। ସେଠାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପରେ ଗ୍ରାମ ଶ୍ମଶାନରେ ରାତି ୮ଟା ବେଳେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ କରାଯାଇଥିଲା। ଦାଦା ପୁଅ ଭାଇ ରାକେଶ ଦାସ ଓ ଭଣଜା ସମ୍ବିତ ପରିଡା ମୁଖାଗ୍ନି ଦେଇଥିଲେ। ଶ୍ମଶାନ ଘାଟରେ ମନ୍ତ୍ରୀ, ଏମ୍‌ପି, ଭୁବନ ଏନ୍‌ଏସି ଅଧ୍ୟକ୍ଷ ଶୁଭେନ୍ଦୁ ସାହୁ, କାମାକ୍ଷାନଗର ଏନ୍‌ଏସି ଅଧ୍ୟକ୍ଷ ଧର୍ମାନନ୍ଦ ପରିଡା, ବ୍ଲକ ଅଧ୍ୟକ୍ଷ ପ୍ରେମାନନ୍ଦ ସାହୁ, ଜିଲାପାଳ, ଏସପି, ଏସଡିପିଓ ପ୍ରଭାତ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri